ଚାଉଳ, ଗହମ ହେରଫେର ନେଇ ମୁଜାଗଡ଼ ସରପଞ୍ଚଙ୍କୁ ବହିଷ୍କାର ଦାବି: ଗ୍ରାମବାସୀଙ୍କ ରାସ୍ତାରୋକୋ

ଭଞ୍ଜନଗର,୧୪।୩(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରପଞ୍ଚ ଶିବଶଙ୍କର ପ୍ରଧାନଙ୍କୁ ବହିଷ୍କାର ଦାବିରେ ଶନିବାର ରାସ୍ତାରୋକୋ ହୋଇଛି। ଉତ୍ତ୍ୟକ୍ତ ଲୋକେ ମୁଜାଗଡ଼ଠାରେ ଭଞ୍ଜନଗର ଫୁଲବାଣୀ ମୁଖ୍ୟରାସ୍ତାକୁ ଅବରୋଧ କରିଛନ୍ତି। ଫଳରେ ଭଞ୍ଜନଗର-ଫୁଲବାଣୀ ମୁୁଖ୍ୟରାସ୍ତା ସକାଳୁ ବନ୍ଦ ରହିଛି। ତେଣୁ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ିମୋଟର ଅଟକି ରହିଛି। ଖବର ପାଇ ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଗତ ୭ ତାରିଖରେ ମୁଜାଗଡ଼ ପଞ୍ଚାୟତର ବିଭିନ୍ନ କାଗଜପତ୍ର ବ୍ଲକ ପ୍ରଶାସନ ପକ୍ଷରୁ ଯାଞ୍ଚ କରାଯାଇଥିଲା। ଏହି ସମୟରେ ପଞ୍ଚାୟତରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଚାଉଳ ଓ ଗହମ ହେରଫେର ହୋଇଥିବା ଜଣାପଡ଼ିଥିଲା। ଏନେଇ ବିଡିଓ ସରପଞ୍ଚ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ଯୋଗାଣ ସହାୟକଙ୍କ ନାମରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ. ୯୯/୨୦ରେ ଏକ ମାମଲା ରୁଜୁକରି ୮ ତାରିଖ ଅପରାହ୍ନରେ ସରପଞ୍ଚଙ୍କୁ ଗିରଫ କରିଥିଲା। ଏହାର ପ୍ରତିବାଦରେ ଭାଜପା ପକ୍ଷରୁ ୧୧ ତାରିଖରେ ଉପଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ସରପଞ୍ଚଙ୍କୁ ଜାଣିଶୁଣି ଫସାଯାଇଛି। ଏହି ମାମଲାରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ଯୋଗାଣ ସହାୟକ ଜଡ଼ିତ ଅଛନ୍ତି । ତେଣୁ ସରପଞ୍ଚଙ୍କ ବିରୋଧରେ ହୋଇଥିବା ମାମଲା ତୁରନ୍ତ ପ୍ରତ୍ୟାହାର କରାଯାଉ, ନଚେତ ଭାଜପା ରାଜରାସ୍ତାକୁ ଓହ୍ଲାଇବ ବୋଲି ଦାବିପତ୍ରରେ ଉପଜିଲାପାଳଙ୍କୁ ସୂଚାଇ ଦିଆଯାଇଥିଲା। ଗତ ୧୨ ତାରିଖରେ ମୁଜାଗଡ଼ ଗ୍ରାମବାସୀ ସରପଞ୍ଚଙ୍କ ନାମରେ ଆଉ ଏକ ଅଭିଯୋଗ ଆଣିଥିଲେ। ଉକ୍ତ ଅଭିଯୋଗ ହେଲା, ଶିବ ଶଙ୍କର ସରପଞ୍ଚ ହେବା ଦିନଠାରୁ ପଞ୍ଚାୟତରେ ଅନେକ ଦୁର୍ନୀତି କରିଛନ୍ତି। ଏହାର ପ୍ରତିବାଦରେ ଗ୍ରାମବାସୀ ଶନିବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହାକୁ ସମର୍ଥନ ଜଣାଇ ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ବ୍ଲକ ଉପାଧ୍ୟକ୍ଷ ଜିତେନ୍ଦ୍ର କେଶରୀ ଆରୁଖ ପ୍ରମୁଖ ମୁଜାଗଡ଼ଠାରେ ଉପସ୍ଥିତ ଅଛନ୍ତି। ଗିରଫ ସରପଞ୍ଚ ବର୍ତ୍ତମାନ ଭଞ୍ଜନଗର ଜେଲରେ ବିଚାରାଧୀନ ବନ୍ଦୀ ଭାବେ ଅଛନ୍ତି। ଅପରପକ୍ଷେ ଏତଲାରେ ଥିବା ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିପାରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?