ଚାଉଳ ବଣ୍ଟନରେ ବିଳମ୍ବ: ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ବିକ୍ଷୋଭ

ବଡ଼ସାହି,୧୯ା୯(ସ୍ବ.ପ୍ର)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ଦୁର୍ଗାପୁର ପଞ୍ଚାୟତ କାର୍ଯ୍ୟାଳୟରେ ଚାଉଳ ବଣ୍ଟନରେ ବିଳମ୍ବକୁ ନେଇ ଗୁରୁବାର ଉତ୍ତେଜନା ଦେଖା ଦେଇଥିଲା। ଅଧିକାରୀମାନେ ମନମୁଖି ଭାବେ କାର୍ଯ୍ୟାଳୟକୁ ଆସୁଥିବାରୁ ହିତାଧିକାରୀମାନେ ଉତ୍ତ୍ୟକ୍ତ ହୋଇ ଫାଟକରେ ତାଲା ପକାଇବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଉଚ୍ଚ କର୍ତ୍ତୃପକ୍ଷ ଘଟଣାସ୍ଥଳକୁ ନ ଆସିବା ପର୍ଯ୍ୟନ୍ତ ତାଲା ଖୋଲାଯିବ ନାହିଁ ବୋଲି ଗ୍ରାମବାସୀ ଯିଦରେ ଅଟଳ ରହିଥିଲେ। ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ପ୍ରସନ୍ନ କୁମାର ମହାନ୍ତ ଓ ସରପଞ୍ଚ ବୈଦ୍ୟନାଥ ହାଁସଦା ପହଞ୍ଚି ଲୋକମାନଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା। ତେବେ ଚାଉଳ ବଣ୍ଟନ ସ୍ଥଗିତ ରଖିବା ସହିତ ଆସନ୍ତା ମଙ୍ଗଳବାର ସେହି ଗ୍ରାମର ଲୋକମାନଙ୍କୁ ଚାଉଳ ବଣ୍ଟନ କରାଯିବ ବୋଲି କୁହାଯିବା ପରେ ହିତାଧିକାରୀମାନେ ନିରାଶରେ ଘରକୁ ଫେରିଥିବା ଦେଖିବାକୁ ମିଳିଥିଲା।।
ଉଲ୍ଲେଖଯୋଗ୍ୟ ଯେ, ପଞ୍ଚାୟତ ଅଧୀନରେ ଥିବା ତ୍ରିଲୋଚନପୁର ଓ କୋଲକଠା ଗ୍ରାମର ହିତାଧିକାରୀଙ୍କ ନିମନ୍ତେ ମାସର ୧୯ତାରିଖରେ ପଞ୍ଚାୟତ କାର୍ଯ୍ୟାଳୟରେ ଚାଉଳ ବଣ୍ଟନ ପାଇଁ ଦିନ ଧାର୍ଯ୍ୟ କରାଯାଇଛି। ଏହାକୁ ନେଇ ଦୁଇ ଗ୍ରାମରେ ଥିବା ୩ ଶହରୁ ଊର୍ଦ୍ଧ୍ୱ ହିତାଧିକାରୀ ସକାଳ ୭ଟାରୁ କାର୍ଯ୍ୟାଳୟ ଫାଟକ ସମ୍ମୁଖରେ ପହଞ୍ଚି ଲମ୍ବା ଧାଡିରେ ଛିଡା ହୋଇଥିଲେ। ଦିନ ୧୧ଟା ପର୍ଯ୍ୟନ୍ତ କୌଣସି ଅଧିକାରୀ କାର୍ଯ୍ୟାଳୟକୁ ନ ଆସିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ପଞ୍ଚାୟତ ମୁଖ୍ୟମୁଖ୍ୟ ଫାଟକରେ ଚାବି ପଡିଥିବାରୁ ମହିଳାପୁରୁଷମାନେ ରାସ୍ତା ଉପରେ ଛିଡା ହୋଇଥିଲେ ା ବୃଦ୍ଧାବୃଦ୍ଧମାନେ ଦୀର୍ଘ ସମୟ ଛିଡା ହେବା କଷ୍ଟକର ହେବାରୁ ସେମାନେ ରାସ୍ତା ଉପରେ ବସିଥିଲେ। ଫଳରେ ଯାନବାହାନ ଚଳାଚଳ ବ୍ୟାଘାତ ହୋଇଥିଲା। ବିଲବାଡି କାମ ଧନ୍ଦା ଛାଡି ଚାଉଳ ନେବା ପାଇଁ ଦୀର୍ଘ ସମୟ ଅପେକ୍ଷା କରିବା ଦ୍ୱାରା ଲୋକମାନେ ବିଭିନ୍ନ ସମସ୍ୟାରେ ପଡୁଥିବା ଗ୍ରାମବାସୀ ସୁଦାମ ସିଂ, ହର୍ଷମଣି ସିଂ, କମିଳି ନାଏକ, ରବୀନ୍ଦ୍ର ମହାଳିକ ପ୍ରମୁଖ କହିଛନ୍ତି। ପଞ୍ଚାୟତ କାର୍ଯ୍ୟାଳୟରୁ ୩କିମି ଦୂର କୋଲକଠା ଓ ତ୍ରିଲୋଚନପୁର ଗ୍ରାମରୁ ଚାଲିଚାଲି ଆସିବା ପରେ ଅଧିକାରୀଙ୍କ ଏପରି ମନମୁଖି କାର୍ଯ୍ୟକଳାପ ଯୋଗୁଁ ଘରକୁ ଫେରିବାରେ ବିଳମ୍ବ ହେବା ସହିତ ବିଭିନ୍ନ ସମସ୍ୟାର ସମ୍ମୁଖିନ ହେଉଛନ୍ତି ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି ା ଏ ସମ୍ପର୍କରେ ବଡସାହି ବିଡିଓ ରବୀନ୍ଦ୍ର କୁମାର ପ୍ରଧାନଙ୍କୁ ପଚାରିବାରୁ ୩୦ଟି ପଞ୍ଚାୟତରେ ମାତ୍ର ୧୫ଜଣ ପିଇଓ ଅଛନ୍ତି ା ଦୁଇଟି ପଞ୍ଚାୟତକୁ ଜଣେ ଲେଖାଏଁ ପିଇଓ ଦାୟିତ୍ୱ ନେଇଥିବାରୁ ବିଭିନ୍ନ ସମସ୍ୟା ଉପୁଜୁଛି। ଦାୟିତ୍ୱରେ ଥିବା ପିଇଓ ବୀରେଶ୍ୱରପୁର ପଞ୍ଚାୟତରେ ଚାଉଳ ବଣ୍ଟନ କରୁଥିବାରୁ ପହଞ୍ଚିବାରେ ବିଳମ୍ବ ହୋଇଛି। ତେବେ ଦୁଇଟି ପଞ୍ଚାୟତ ମଧ୍ୟରେ ଦୂରତା ୩୦କି.ମି ରହୁଥିବାରୁ ଏଭଳି ସମସ୍ୟା ଦେଖାଦେଇଛି। ଖୁବଶୀଘ୍ର ଏହାର ସମାଧାନ କରିବାକୁ ପଦକ୍ଷେପ ଗ୍ରହଣ କରିବେ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?