ଚାକିରି କରାଇଦେବାକୁ କହି ୮୪ ଲକ୍ଷ ଠକେଇ

ଭଦ୍ରକ ଅଫିସ, ୨୫।୭ – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବଂଶୀପାଟଣାସ୍ଥିତ ଏକ ସଂସ୍କୃତ ମହାବିଦ୍ୟାଳୟରେ ନିଯୁକ୍ତି କରାଇଦେବା ନାଁରେ ୮୪ ଲକ୍ଷ ଟଙ୍କା ଠକେଇ ହୋଇଥିବା ନେଇ ଗୁରୁବାର ଏସ୍‌ପିଙ୍କ ନିକଟରେ ଅଭିଯୋଗ ହୋଇଛି। ନିଯୁକ୍ତି ଆଶାୟୀ ଯୁବତୀ ଯୁବକ ଓ ମହିଳା ଏସ୍‌ପିଙ୍କ କାର୍ଯ୍ୟାଳୟକୁ ଯାଇ ଏ ନେଇ ଅଭିଯୋଗ କରିଛନ୍ତି। ଉକ୍ତ ମହାବିଦ୍ୟାଳୟରେ କିରାଣି ଓ ପିଅନ ପଦବୀରେ ନିଯୁକ୍ତ କରାଇଦେବାକୁ କହି ବାସୁଦେବପୁରର ୨୮ ଜଣଙ୍କଠାରୁ ୩୦ ଲକ୍ଷ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର ୪୩ ଜଣଙ୍କଠାରୁ ୫୪ ଲକ୍ଷ ଟଙ୍କା ଠକି ନିଆଯାଇଥିବା ଅଭିଯୋଗପତ୍ରରେ ଉଲ୍ଲେଖ କରାଯାଇଛି। ଏହାପୂର୍ବରୁ ନିଯୁକ୍ତି ଆଶାୟୀ ଯୁବତୀଯୁବକ ବାସୁଦେବପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ୨ଟି ମାମଲା(ନଂ.୨୨୯/୧୯ ଓ ୨୩୮/୧୯) ରୁଜୁ କରି ଚୁପ୍‌ ହୋଇ ବସିଛି। ଏହି ଠକେଇରେ କଲେଜ ପରିଚାଳନା କମିଟିର କେତେକ ବରିଷ୍ଠ କର୍ମକର୍ତ୍ତା ଓ କର୍ତ୍ତୃପକ୍ଷ ସାମିଲ ଥିବାରୁ ସୋମନଙ୍କୁ ପୋଲିସ ଗିରଫ କରୁନାହିଁ ବୋଲି ଅଭିଯୋଗ ହୋଇଛି। ଏହି ନିଯୁକ୍ତି ଆଶାୟୀମାନେ ମାଧ୍ୟମିକ ଶିକ୍ଷା ପରିଷଦ, ଜିଲାପାଳ, ମୁଖ୍ୟମନ୍ତ୍ରୀ, ଉଚ୍ଚ ଶିକ୍ଷାମନ୍ତ୍ରୀ ଓ କ୍ରାଇମବ୍ରାଞ୍ଚ ପକ୍ଷରୁ ତଦନ୍ତ କରାଯାଉ ବୋଲି ଦାବି ଜଣାଇଛନ୍ତି। ଏସ୍‌ପି ରାଜେଶ ପଣ୍ଡିତ ଆବଶ୍ୟକ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏ ସମ୍ପର୍କରେ ଉକ୍ତ କଲେଜ ଅଧ୍ୟକ୍ଷ ତଥା ପରିଚାଳନା କମିଟି ସମ୍ପାଦକ ପ୍ରଶାନ୍ତ ପାଢ଼ୀଙ୍କୁ ପଚାରିବାରୁ କଲେଜ ଓ ତାଙ୍କୁ ବଦ୍‌ନାମ କରିବା ପାଇଁ ଏହା ଏକ ଚକ୍ରାନ୍ତ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri