ଚାକିରି ଦେବାକୁ କହି ୨ କୋଟି ଟଙ୍କା ଠକେଇ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ ବ୍ଲକରେ ଲୋକଙ୍କୁ ଚାକିରି ଦେବା ଆଳରେ ସଂସ୍ଥା ଖୋଲି ଠକେଇ କରିଥିବା ଅଭିଯୁକ୍ତଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କଟକ ଜିଲା ନିଆଳି ଥାନାଞ୍ଚଳର ରୋହିତ କୁମାର ରାଉତ(୪୭)। ସୂଚନା ମୁତାବକ, କୃଷକ ଉନ୍ନତି ନିମନ୍ତେ କାର୍ଯ୍ୟ କରୁଥିବା ସଞ୍ଚତ୍ତା ଓ ସମୃଦ୍ଧି ଯୋଜନାରେ ଲୋକଙ୍କୁ ନିଯୁକ୍ତି ଦେବାକୁ କହି ଅଭିଯୁକ୍ତ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକି ଫେରାର୍‌ ଥିଲା। ଗତ ୨ ବର୍ଷ ପୂର୍ବେ ସେ ଚନ୍ଦ୍ରଶେଖରପୁର ଥାନା ଅଧୀନସ୍ଥ ଶୈଳଶ୍ରୀବିହାର ଅଞ୍ଚଳରେ ସଞ୍ଚତ୍ତା ଓ ସମୃଦ୍ଧି ଯୋଜନା ନାମରେ ଅଫିସ ଖୋଲି ୧୦ କର୍ମଚାରୀଙ୍କୁ ନିଯୁକ୍ତି ଦେଇଥିଲା। ରାଜ୍ୟର ବିଭିନ୍ନ ବ୍ଲକ୍‌ ଅଞ୍ଚଳର ଯୁବକ, ମହିଳା, ବୃଦ୍ଧଲୋକଙ୍କୁ ମାଗଣାରେ ଲାପଟପ୍‌ ଦେବାକୁ କହିଥିଲା। ଏହାସହ ଏହି ଯୋଜନାରେ ବିଭିନ୍ନ ନିଯୁକ୍ତି ଦେବା ନେଇ ଖବରକାଗଜରେ ମଧ୍ୟ ପ୍ରକାଶ କରାଯାଇଥିଲା। ଏହି ଖବର ପଢ଼ି ଶହ ଶହ ଲୋକ, ଯୁବତୀଯୁବକମାନେ ଚାକିରି ପାଇବା ଆଶାରେ ୨୦-୩୦ ହଜାର ଟଙ୍କା କମ୍ପାନୀକୁ ଦେଇଥିଲେ। ପ୍ରାୟ ୨ ବର୍ଷରେ ୨ କୋଟି ଟଙ୍କା ଆଦାୟ କରିଥିଲା। ମାତ୍ର ପରବର୍ତ୍ତୀ ସମୟରେ ଅଭିଯୁକ୍ତ ଅଫିସ ବନ୍ଦ କରି ଫେରାର୍‌ ହୋଇଯାଇଥିଲା। ଏ ନେଇ ଟଙ୍କା ଦେଇଥିବା ଲୋକେ ନିରାଶ ହୋଇ ଚନ୍ଦ୍ରଶେଖରପୁର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ପୋଲିସ ୪୦୭/୧୯ରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିଲା। ବୁଧବାର କଟକ ଜିଲା ନିଆଳି ଅଞ୍ଚଳରୁ ଅଭିଯୁକ୍ତଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri