ଚାକିରି ନାଁରେ ଠକେଇ: ଜେଲ ଗଲେ ଯୁବକ

ଭଦ୍ରକ ଅଫିସ,୨୫।୧୨: ଭଦ୍ରକ ସହର ଚରମ୍ପାଠାରେ ଏକ ନକଲି ଏଜେନ୍ସି ଖୋଲି ନିଯୁକ୍ତି ଦେବା ନାଁରେ ଆଶାୟୀଙ୍କଠାରୁ ଅର୍ଥ ଆଦାୟ କରି ଠକେଇ ଅଭିଯୋଗରେ ଟାଉନ ଥାନା ପୋଲିସ ଉତ୍ତରପ୍ରଦେଶ ଅଞ୍ଚଳର ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ ଉତ୍ତରପ୍ରଦେଶର ମହମ୍ମଦ ଅସ୍‌ଲମ୍‌(୨୫)। ମହମ୍ମଦ ଅସ୍‌ଲମଙ୍କ ବିରୋଧରେ ଏକ ମାମଲା(ନଂ.୩୯୬/୧୯) ରୁଜୁ କରାଯାଇ ବୁଧବାର କୋର୍ଟ ଚାଲାଣ ପରେ ଜେଲ ହାଜତକୁ ପଠାଇ ଦିଆଯାଇଛି। ଏହି ଘଟଣାରେ ସମ୍ପୃକ୍ତ ଅନ୍ୟ ଦୁଇ ଯୁବକ ଫେରାର ଥିବା ଏସ୍‌ଡିପିଓ ସୁନୀଲ ନନ୍ଦ ଓ ଥାନାଧିକାରୀ ଚନ୍ଦନ ଘଡ଼େଇ କହିଛନ୍ତି।
ପୋଲିସ ସୂଚନା ଅନୁଯାୟୀ, ମହମ୍ମଦ ଅସ୍‌ଲମ ଚରମ୍ପା ଅଞ୍ଚଳରେ ଏକ ଭଡ଼ାଘର ନେଇ ନିଯୁକ୍ତି ପ୍ରଦାନକାରୀ ସଂସ୍ଥା ଖୋଲି ଆଶାୟୀଙ୍କଠାରୁ ୨୫ ଶହ ଟଙ୍କା ଲେଖାଏ ସିକ୍ୟୁରିଟି ଡିପୋଜିଟ୍‌ ନେଉଥିଲେ। ଏକ କମ୍ପାନୀରେ ଚାକିରି କରାଇଦେବା ପାଇଁ ସେମାନଙ୍କୁ ପ୍ରତିଶ୍ରୁତି ଦେଉଥିଲେ। ହେଲେ ଆଶାୟୀମାନଙ୍କୁ ନିଯୁକ୍ତି ନ ମିଳିବାରୁ ସ୍ଥାନୀୟ ଲୋକେ ସନ୍ଦେହ କରି ପୋଲିସକୁ ଖବର ଦେଇଥିଲେ। ଏରଡ଼ା ଗ୍ରାମର ଅରବିନ୍ଦ ପାଣିଗ୍ରାହୀ ନାମକ ଜଣେ ଯୁବକଙ୍କ ଏତଲାକୁ ଭିତ୍ତିକରି ପୋଲିସ ଅସ୍‌ଲମଙ୍କୁ କାବୁ କରି ପଚରାଉଚରା କରିଥିଲା। ତେବେ ସେ ଅନ୍ୟ ଏକ ନାମରେ ସେଠାରେ ଘର ଭଡ଼ା ନେଇ ଲୋକଙ୍କଠାରୁ ପ୍ରାୟ ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଥିବା ତଦନ୍ତ ବେଳେ ପୋଲିସ ଜାଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri