ଚାକିରି ନାଁରେ ୩୦ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଠକେଇ : ଭୁବନେଶ୍ୱରରୁ ଅଭିଯୁକ୍ତଙ୍କୁ ଉଠାଇନେଲା ନବରଙ୍ଗପୁର ପୋଲିସ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଚାକିରି ଦେବା ନଁାରେ ବହୁ ଯୁବକଙ୍କଠାରୁ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ କରିଥିବା ଜଣେ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ଉଠାଇ ନେଇଛି ନବରଙ୍ଗପୁର ପୋଲିସ। ଅଭିଯୁକ୍ତ ଜଣକ ହେଲେ ଗଞ୍ଜାମ ଜିଲାର ଉମେଶ ମିଶ୍ର। ସେ ଇନ୍‌ଫୋସିଟି ଥାନା ଅନ୍ତର୍ଗତ ପଟିଆସ୍ଥିତ ଶୁଭମ୍‌ ଆପାର୍ଟମେଣ୍ଟରେ ପରିବାର ସହ ରହୁଛନ୍ତି। ଠକେଇ କରିବା ପରେ ଏଠାରେ ଲୁଚି ରହିଥିଲେ। ଫୋନ୍‌ ଟ୍ରାକିଂ କରି ତାଙ୍କୁ ଠାବ କରାଯିବା ପରେ ରବିବାର ସକାଳେ ନବରଙ୍ଗପୁର ପୋଲିସର ଏକ ଟିମ୍‌ ଉକ୍ତ ଆପର୍ଟମେଣ୍ଟରେ ଚଢାଉ କରି ଉମେଶଙ୍କୁ ଗିରଫ କରିଥିଲା।
ପୋଲିସ ସୂଚନା ଅନୁଯାୟୀ, ଉମେଶ ଲୋକଙ୍କୁ ସରକାରୀ ଚାକରି କରାଇ ଦେବାକୁ କହି ବେକାର ଯୁବକ ଓ ଯୁବତୀଙ୍କଠାରୁ ଟଙ୍କା ନେଇଥିଲେ। ଏପରିକି ନିଯୁକ୍ତି ଓ ଟ୍ରେନିଂ ପାଇଁ ନକଲି ଚିଠି ଧରାଇଥିଲେ। ଚିଠି ଧରାଇବା ପରେ ବି ସେମାନଙ୍କଠାରୁ ବିପୁଳ ଟଙ୍କା ହାତେଇଥିଲେ। ସମୟ ଗଡ଼ିଥିଲେ ମଧ୍ୟ ଚାକିରି ନ ମିଳିବାରୁ ଟଙ୍କା ଦେଇଥିବା ସମ୍ପୃକ୍ତ ଯୁବତୀଯୁବକଙ୍କ ସନ୍ଦେହ ବଢ଼ିଥିଲା। ସେମାନେ ବାରମ୍ବାର ଉମେଶଙ୍କୁ ପଚାରିବା ସହ ଟଙ୍କା ଫେରସ୍ତ କରିବାକୁ କହିଥିଲେ। ଫଳରେ ଉମେଶ ବିଭିନ୍ନ ସ୍ଥାନରେ ଖୋଲିଥିବା ଅଫିସରେ ତାଲା ପକାଇ ଆଉ ଧରାଛୁଆଁ ଦେଇ ନ ଥିଲେ। ଏପରି କି ସେ ତାଙ୍କ ମୋବାଇଲ୍‌ ଫୋନ୍‌କୁ ବନ୍ଦ ରଖିଥିଲେ। ଏନେଇ ଠକେଇର ଶିକାର ୧୫ରୁ ଊର୍ଦ୍ଧ୍ୱ ଯୁବତୀଯୁବକ ଅଭିଯାଗ କରିବା ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?