ଚାକିରି ପ୍ରଲୋଭନ ଦେଖାଇ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର

ସଜନାଗଡ଼, ୧୨।୧୧(ଡି.ଏନ.ଏ.)-ଚାକିରି ପ୍ରଲୋଭନ ଦେଖାଇ ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳର ଜଣେ ଆଦିବାସୀ ବିଧବାଙ୍କୁ ଗଣବଳାତ୍କାର କରାଯାଇଥିବା ମଙ୍ଗଳବାର ଥାନାରେ ଅଭିଯୋଗ ହୋଇଛି। ଏନେଇ ସମ୍ପୃକ୍ତା ପୀଡିତାଙ୍କ ସହ ଅନ୍ୟ ମହିଳାମାନେ ଏକାଠି ହୋଇ ଲିଖିତ ଅଭିଯୋଗ କରିବା ପରେ ମାମଲା (ନଂ. ୨୮୮/୧୯) ରୁଜୁ କରାଯାଇଛି। ପୀଡ଼ିତାଙ୍କୁ ଡାକ୍ତରୀମାଇନା କରାଯାଇଥିବା ସବ୍‌ଇନ୍ସପେକ୍ଟର ଗଣେଶ ତ୍ରିପାଠୀ ସୂଚନ ଦେଇଛନ୍ତି।
ଗତ ୬ ତାରିଖ ସନ୍ଧ୍ୟାରେ ଖନ୍ତାପଡ଼ା ଥାନା ରାମନଗର ଗ୍ରାମର ବାପୁନୁ ସିଂ (୧୯) ଉକ୍ତ ମହିଳାଙ୍କ ଘରେ ପହଞ୍ଚି ଏକ ଚିଙ୍ଗୁଡ଼ି କମ୍ପାନୀରେ ଚାକିରି କରାଇଦେବାକୁ ପ୍ରସ୍ତାବ ଦେଇଥିଲେ। ମହିଳାଙ୍କ ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନ ଥିବାରୁ ସେ ବାପୁନୁଙ୍କ ପ୍ରସ୍ତାବରେ ରାଜି ହୋଇଥିଲେ। ରାତି ପ୍ରାୟ ୧୦ଟା ବେଳେ ବାପୁନୁ ଉକ୍ତ ଅଞ୍ଚଳର ତପନ ସିଂ (୨୫) ଓ କୁନ୍ଥା ସିଂ (୩୨) ନାମକ ଦୁଇ ଯୁବକଙ୍କ ସହିତ ମହିଳାଙ୍କ ପରିଚୟ କରାଇ ଚାକିରି ସମ୍ପର୍କରେ ଆଲୋଚନା କରିଥିଲେ। ମହିଳା ଜଣକ ତପନ ଓ କୁନ୍ଥାଙ୍କ ସହ ଏକ ମୋଟରସାଇକେଲ ଯୋଗେ ଯାଇଥିଲେ। ଗଡ଼ଭଙ୍ଗପଦା ପୋଖରୀଠାରେ ଯୁବକଦ୍ୱୟ ମହିଳାଙ୍କୁ ଗାଡିରୁ ଓହ୍ଲାଇ ସେଠାରେ ବଳାତ୍କାର କରିଥିଲେ। ମହିଳା ଜଣକ ଯେତେ କାକୁତିମୀନତି ହୋଇଥିଲେ ମଧ୍ୟ ସେମାନେ ତାଙ୍କୁ ଛାଡ଼ି ନ ଥିଲେ। ଏହି ଘଟଣା ବାହାରେ ପ୍ରକାଶ କଲେ ଜୀବନରୁ ମାରିଦେବା ପାଇଁ ମଧ୍ୟ ସେମାନେ ଧମକ ଦେଇଥିଲେ। କୌଶଳକ୍ରମେ ମହିଳାଜଣକ ସେମାନଙ୍କ କବଳରୁ ଖସି ଆସି ରାତିରେ ଘରେ ପହଞ୍ଚିଥିଲେ। ଏହା ପରଦିନ ସେ ଗ୍ରାମସଭାରେ ତାଙ୍କ ପ୍ରତି ହୋଇଥିବା ବଳାତ୍କାର ବିଷୟରେ ପ୍ରକାଶ କରିଥିଲେ। ଗ୍ରାମସଭା ତରଫରୁ ଉଭୟ ଯୁବକଙ୍କୁ ଡକାଯାଇଥିଲା। କିନ୍ତୁ ସେମାନେ ନ ଆସିବାରୁ ମହିଳାଜଣକ ନୀଳଗିରି ଥାନାର ଆଶ୍ରୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri