ଚାକିରିଦେବା ନାଁରେ ଯୁବତୀଙ୍କୁ ବଳାତ୍କାର: ଫାଇନାନ୍ସ କମ୍ପାନୀର ରାଜ୍ୟ ମୁଖ୍ୟ ଗିରଫ

କଟକ ରୋଡ,୩।୯(ଡି.ଏନ୍‌.ଏ.): କିଛିଦିନ ପୂର୍ବରୁ ରାଜଧାନୀରେ ଜଣେ ଟ୍ୟୁଶନ ଛାତ୍ରୀଙ୍କୁ ଅସଦାଚରଣ ଘଟଣା ଚର୍ଚ୍ଚା ଥମି ନ ଥିବା ବେଳେ ପୁଣି ଚାକିରି ଦେବା ନାଁରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଛି।
ମିଳିଥିବା ସୂଚନାନୁଯାୟୀ, ଛତିଶଗଡ଼ ରାଜ୍ୟ ରାୟପୁର ଅଞ୍ଚଳରେ ସତ୍ୟ ମାଇକ୍ରୋ କ୍ୟାପିଟାଲ ଲିମିଟେଡ ନାମକ ଏକ ସଂସ୍ଥା ରହିଛି। ଯେଉଁଥିରେ କି ଉତ୍ତର ପ୍ରଦେଶ ଜିଲା ଭାପୁର, ସିଙ୍ଗନପୁର ଅଞ୍ଚଳର ଜୟ କୁମାର ରାଜ୍ୟ ମୁଖ୍ୟ ଭାବେ କାର୍ଯ୍ୟ କରନ୍ତି। ଉକ୍ତ ସଂସ୍ଥାରେ ବଳାତ୍କାରର ଶିକାର ହୋଇଥିବା ଯୁବତୀ ଜଣକ ମଧ୍ୟ ଜଣେ କର୍ମଚାରୀ ଥିଲେ। ତେବେ ଗତ ୪ ମାସ ପୂର୍ବେ ଯୁବତୀ ଜଣକ ସେଠାରୁ ଚାକିରି ଛାଡିଦେଇଥିଲେ। ପୁନର୍ବାର ଚାକିରି ପାଇଁ ସେ ଜୟ କୁମାରଙ୍କୁ ଯୋଗାଯୋଗ କରିଥିଲେ। ଚାକିରି ଦେବା ନାଁରେ ଜୟ ଯୁବତୀଙ୍କୁ ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ଏକ ଲଜିଂକୁ ଡାକିଥିଲେ। ଯୁବତୀ ଓ ତାଙ୍କର ଜଣେ ସାଙ୍ଗ ଗତ ୧ ତାରିଖରେ ସେଠାକୁ ଆସିଥିଲେ। ସେଠାରେ ଜୟ କୁମାର ଯୁବତୀଙ୍କ ଇଣ୍ଟରବ୍ୟୁ ନେବାପରେ ଚାକିରି ନିଶ୍ଚିତ ହୋଇଯିବା କହି ବଳାତ୍କାର କରିଥିଲେ। ଏ ନେଇ ଯୁବତୀ ଜଣକ ୨ ତାରିଖରେ ଥାନାରେ ଅଭିଯୋଗ କରିଥିବା ବେଳେ ମଙ୍ଗଳବାର ପୋଲିସ ମାମଲା ନଂ. ୨୪୦/୧୯ ଦଫା ୩୭୬ରେ ଅଭିଯୁକ୍ତ ଜୟଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ

ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri