ଚାନ୍ଦବାଲିରେ ଶ୍ରମିକ, କୃଷକ ସମାବେଶ

ଚାନ୍ଦବାଲି,୧୭ା୧୧(ଡି.ଏନ.ଏ.)-ଶୋଷଣମୁକ୍ତ ଭାରତ ଗଠନ ଦିଗରେ କମ୍ୟୁନିଷ୍ଟମାନଙ୍କ ସଂଗ୍ରାମର ଶତବାର୍ଷିକୀ ପାଳନ ଅବସରରେ ରବିବାର ଭଦ୍ରକ ଜିଲା ଚାନ୍ଦବାଲି ବିଜୁସ୍ମୃତି ଭବନରେ ଶ୍ରମିକ ଓ କୃଷକଙ୍କ ସମାବେଶ ଅନୁଷ୍ଠିତ ହୋଇଥିଲା। ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ଶ୍ରମିକ ଓ କୃଷକମାନେ ଏଥିରେ ଯୋଗ ଦେଇଥିଲେ। କମ୍ୟୁନିଷ୍ଟ ଦଳ ପକ୍ଷରୁ ଶ୍ରମିକ ଓ କୃଷକମାନଙ୍କର ଏକ ଶୋଭାଯାତ୍ରା କାଳୀ ମନ୍ଦିର ନିକଟରୁ ବାହାରି ଚାନ୍ଦବାଲି ସହର ପରିକ୍ରମା କରି ବିଜୁସ୍ମୃତି ଭବନରେ ପହଞ୍ଚିଥିଲା। ସେଠାରେ ଆୟୋଜିତ ସାଧାରଣ ସଭାରେ କମ୍ୟୁନିଷ୍ଟନେତାମାନେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୃଷକ ଓ ଶ୍ରମିକ ମାରଣ ନୀତିକୁ ତୀବ୍ର ବିରୋଧ କରିଥିଲେ। ଧାନର ସହାୟକ ମୂଲ୍ୟ ୩ ହଜାର ଟଙ୍କା, ବୁଲବୁଲ ବାତ୍ୟାର କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ ସହାୟତା ପ୍ରଦାନ, ଆଶା, ଅଙ୍ଗନୱାଡ଼ି ଓ ପାଚିକା ସହାୟିକାଙ୍କ ମାସିକ ଦରମା ୨୦ ହଜାର ଟଙ୍କା କରିବା, ସାମାଜିକ ନିରାପତ୍ତା ସହ ସ୍ଥାୟୀ ନିଯୁକ୍ତି, ନିର୍ମାଣ ଶ୍ରମିକଙ୍କୁ ପଞ୍ଜୀକୃତ କରି ସରକାରୀ ସହାୟତା ପ୍ରଦାନ ପାଇଁ ସେମାନେ ଦାବି କରିଥିଲେ । ଏହି ଅବସରରେ ୧୦ ଜଣଙ୍କୁ ସଭାରେ ସମ୍ବର୍ଦ୍ଧିତ କରାଯାଇଥିଲା ା ଗିରିଧାରୀ ନାଥଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ସଭାରେ ରବି ପଟ୍ଟନାୟକ, ଚନ୍ଦ୍ରଶେଖର ନାୟକ, ଦିବ୍ୟସଂହ ନାୟକ, ମଳୟ ଭୋଇ, ବିକାଶ ନାଥ, ଉପେନ୍ଦ୍ର ରାଉଳ, ପ୍ରଫୁୁଲ ପାଢ଼ୀ ପ୍ରମୁଖ ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ ା ଆସନ୍ତା ଜାନୁୟାରୀ ୮ ତାରିଖରେ ହେବାକୁ ଥିବା ସାଧାରଣ ଧର୍ମଘଟକୁ ସଫଳ କରିବାକୁ କର୍ମକର୍ତ୍ତାମାନେ ନିବେଦନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri