ଚାନ୍ଦିପୁଟ ପଞ୍ଚାୟତ ବୁରନାଳ; ବିପଦପୂର୍ଣ୍ଣ ପୋଲରେ ହେଉଛି ଯାତାୟାତ

ଚନ୍ଦ୍ରଗିରି,୫ା୮(ଡି.ଏନ.ଏ.)-କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ବର୍ତ୍ତମାନ ମଧ୍ୟ ନଦୀ/ନାଳ ଉପରେ ପୋଲଟିଏ ନ ଥିବାରୁ ଲୋକେ କାଠପୋଲରେ ବିପଦପୂର୍ଣ୍ଣ ଭାବେ ଯାତାୟାତ କରୁଛନ୍ତି। ଏପରି ଘଟଣା ଦେଖିବାକୁ ମିଳିଛି ମୋହନା ବ୍ଲକ ଚାନ୍ଦିପୁଟ ପଞ୍ଚାୟତର ବାଙ୍କିଝୋଳା ଗ୍ରାମରେ। ଗ୍ରାମକୁ ସଂଯୋଗ କରୁଥିବା ବୁରନାଳରେ ଥିବା ଭଙ୍ଗା ପୋଲରେ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସହ ସମସ୍ତ ଜନସାଧାରଣ ନୀତିଦିନ ଯିବାଆସିବା କରନ୍ତି। ବହୁ ବର୍ଷ ଧରି ବାଙ୍କିଝୋଳା, ଚଡିଆପଦା, ଜକରାପଲି ଗ୍ରାମ ସମେତ ୪ ପଞ୍ଚାୟତର ଲୋକେ ଦୈନନ୍ଦିନ ବଜାର ଯିବା, ଶିକ୍ଷା, ସ୍ବାସ୍ଥ୍ୟ ଆଦି ଗମନାଗମନ ପାଇଁ ଚାନ୍ଦିପୁଟ ପୋଲ ଉପରେ ନିର୍ଭର କରିଆସୁଛନ୍ତି। ଗତ ଫାଇଲିନ ବାତ୍ୟାରେ ଏହି ପୋଲଟିର ଦୁଇ କୂଳ ଖାଇଯାଇଥିବାରୁ ଏହା ଉପରେ କାଠ ପୋଲ ପକାଇ ଯାତାୟାତ କରୁଥିଲେ ଲୋକେ। କିନ୍ତୁ ତିତ୍‌ଲି ବାତ୍ୟାରେ ପୋଲଟିର ଛାତ ଭାସିଯାଇଥିଲା। ସେହି ଦିନଠାରୁ ଅଞ୍ଚଳବାସୀ ସେହି ଭଙ୍ଗା ପୋଲ ଉପରେ କାଠ ପକାଇ ବିପଦପୂର୍ଣ୍ଣ ଭାବେ ଯତାୟାତ କରୁଛନ୍ତି। ସାମାନ୍ୟ ବର୍ଷା ହେଲେ ନାଳର ଜଳସ୍ତର ବଢ଼ିଗଲେ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଉଛିି। ଉକ୍ତ ରାସ୍ତା ଉପରେ ପୁନଃ ପୋଲ ନିର୍ମାଣ ପାଇଁ ବହୁ ଜନପ୍ରତିନିଧିଙ୍କ ସମେତ ବିଭାଗୀୟ ଉଚ୍ଚ ପଦସ୍ଥ ଅଧିକାରୀଙ୍କୁ ବାରମ୍ବାର ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳିନଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏ ନେଇ ମୋହନା ବିଡିଓ ବଂଶୀଧର ଖୋସଲାଙ୍କୁ ପଚାରିବାରୁ ୨ ଦିନ ମଧ୍ୟରେ ସହକାରୀ ଯନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇ ପୁନଃ ପୋଲଟି ନିର୍ମାଣ ପାଇଁ କେତେ ଟଙ୍କା ବ୍ୟୟ ହେବ ଅନୁଧ୍ୟାନ କରି ଜିଲାପାଳଙ୍କୁ ଜଣାଇ ନିର୍ମାଣ କରାଯିବ ବୋଲି ପ୍ରତଶ୍ରୁତି ଦେଇଛନ୍ତି।

 

–ଶ୍ରୀହରି ପ୍ରଧାନ


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ...

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର...

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।...

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି...

କଣ୍ଟେନରରେ ଲାଗିଲା ଭୟଙ୍କର ନିଆଁ: ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ

କଟକ, ୩୦।୦୪ (କାର୍ତ୍ତିକ ସାହୁ): ଜଗତପୁର ଥାନା ଅନ୍ତର୍ଗତ ନଜରପୁରଠାରେ ଥିବା ଶ୍ରମିକ ମାନଙ୍କର ରହିବା ପାଇଁ ଛ’ଟି କଣ୍ଟେନରରେ ସୋମବାର ବିଳମ୍ବିତ ରାତି ପ୍ରାୟ...

ଚିନ୍ତା ବଢ଼ାଇଲାଣି ଜଙ୍ଗଲ ନିଆଁ

ନୟାଗଡ଼,୩୦।୪(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଓ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ଜଙ୍ଗଲରେ ଲାଗୁଥିବା ନିଆଁ ଚିନ୍ତା ବଢାଇ ଦେଲାଣି। ଅଗ୍ନିବର୍ଷା ବେଳେ ଜଙ୍ଗଲର ନିଆଁର ତାତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri