ଚାନ୍ଦିପୁର ଆଇଟିଆରରେ ବ୍ୟବହାରିକ ପରୀକ୍ଷଣ:‘ବଂଶୀ’କୁ ଭେଦ କଲା ‘କ୍ୟୁଆର୍‌ଏସ୍‌ଏମ୍‌’

ବାଲେଶ୍ୱର ଅଫିସ, ୪।୮-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ ରେଞ୍ଜ(ଆଇଟିଆର୍‌)ରୁ ଭ୍ରାମ୍ୟମାଣ ଟ୍ରକ ସାହାଯ୍ୟରେ ଭୂପୃଷ୍ଠରୁ ଆକାଶ ମାର୍ଗକୁ ନିକ୍ଷେପ କରାଯାଉଥିବା ‘କ୍ୟୁଆର୍‌ଏସ୍‌ଏମ୍‌’ (କୁଇକ୍‌ ରିଆକଶନ୍‌ ସର୍ଫେସ୍‌-ଟୁ-ଏୟାର ମିଶାଇଲ୍‌)ର ସଫଳ ପରୀକ୍ଷଣ କରାଯାଇଛି। ରବିବାର ପୂର୍ବାହ୍ନ ୧୦ଟା ୫୮ ମିନିଟ୍‌ରେ ୧ନଂ. ଲଞ୍ଚପ୍ୟାଡ୍‌ରୁ ‘ବଂଶୀ’ ନାମକ କ୍ଷେପଣାସ୍ତ୍ରକୁ ପ୍ରଥମେ ଆକାଶମାର୍ଗକୁ ଛଡ଼ା ଯାଇଥିଲା। ଏହାକୁ ଭେଦ କରିବା ପାଇଁ ୧୧ଟା ୫ମିନିଟ୍‌ ସମୟରେ ୩ନଂ. ଲଞ୍ଚ ପ୍ୟାଡ୍‌ରୁ କ୍ୟୁଆର୍‌ଏସ୍‌ଏମ୍‌’ କ୍ଷେପଣାସ୍ତ୍ର ନିକ୍ଷେପ କରାଯାଇଥିଲା। ନିର୍ଦ୍ଧାରିତ ସମୟରେ ‘କ୍ୟୁଆର୍‌ଏସ୍‌ଏମ୍‌’ ଲକ୍ଷ୍ୟଭେଦ କରିଥିଲା। ସେହିପରି ଅପରାହ୍ନରେ ଏହି କ୍ଷେପଣାସ୍ତ୍ରର ଦ୍ୱିତୀୟଥର ପରୀକ୍ଷଣ କରାଯାଇଥିଲା। ଅପରାହ୍ନ ୩ଟା ୨୫ ମିନିଟ୍‌ରେ ୧ ନମ୍ବର ଲଞ୍ଚପ୍ୟାଡରୁ ‘ବଂଶୀ’ କ୍ଷେପଣାସ୍ତ୍ରକୁ ଆକାଶମାର୍ଗକୁ ଛଡ଼ାଯାଇ ଏହାର ୫ ମିନିଟ୍‌ ପରେ ୩ ନମ୍ବର ଲଞ୍ଚପ୍ୟାଡରୁ ‘କ୍ୟୁଆର୍‌ଏସ୍‌ଏମ୍‌’କୁ ନିକ୍ଷେପ କରାଯାଇଥିଲା। ଏହା ମଧ୍ୟ ଲକ୍ଷ୍ୟଭେଦ କରିବାରେ ସଫଳ ହୋଇଥିଲା। ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି କ୍ଷେପଣାସ୍ତ୍ରର ବ୍ୟବହାରିକ ପରୀକ୍ଷଣ ବେଳେ ପ୍ରତିରକ୍ଷା ଗବେଷଣା ଓ ଉନ୍ନୟନ ସଂଗଠନ (ଡିଆର୍‌ଡିଓ)ର ବିଶେଷଜ୍ଞ ଓ ବୈଜ୍ଞାନିକମାନେ ଉପସ୍ଥିତ ଥିଲେ।
‘କ୍ୟୁଆର୍‌ଏସ୍‌ଏମ୍‌’ ୨୫ରୁ ୩୦ କି.ମି. ଦୂରତା ଯାଏ ଟାର୍ଗେଟ୍‌କୁ ଲକ୍ଷ୍ୟଭେଦ କରିବା କ୍ଷମତା ରଖିଛି। ଭାରତୀୟ ସେନାର ସାମରିକ କ୍ଷମତା ବଢାଇବାରେ ଏହା ଯଥେଷ୍ଟ ସହାୟକ ହୋଇପାରିବ ବୋଲି ଡିଆରଡିଓ ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ କ୍ଷେପଣାସ୍ତ୍ରର ପ୍ରଥମ ପରୀକ୍ଷଣ ୨୦୧୭ ଜୁନ୍‌ ୪ରେ କରାଯାଇଥିଲା। ୨୦୧୭ ଜୁଲାଇ ୩ରେ ୨ୟ ଏବଂ ୨୦୧୯ ଫେବୃୟାରୀ ୨୬ ତାରିଖରେ ୩ୟ ପରୀକ୍ଷଣ ହୋଇଥିଲା। ଡିଆର୍‌ଡିଓ ପକ୍ଷରୁ ନିର୍ମିତ ଏହି କ୍ଷେପଣାସ୍ତ୍ର ଲଞ୍ଚ୍‌ପ୍ୟାଡ ବିନା ଟ୍ରକ ଭଳି ଯାନରୁ ସହଜରେ ଶତ୍ରୁପକ୍ଷ ଉପରକୁ ନିକ୍ଷେପ କରାଯାଇପାରିବ ବୋଲି ବୈଜ୍ଞାନିକମାନେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri