Posted inଖେଳ

ଚାମ୍ପିୟନଶିପ୍‌ ସିରିଜ ଟେନିସ: ଆହାନ ଚାମ୍ପିୟନ

ଭୁବନେଶ୍ୱର, ୧୪।୯(କ୍ରୀଡ଼ା ପ୍ରତିନିଧି)-
ହରିୟାଣାର ଗୁରଗାଓଁଠାରେ ଅନୁଷ୍ଠିତ ଚାମ୍ପିୟନଶିପ୍‌ ସିରିଜ ଟେନିସର ୧୨ ବର୍ଷରୁ କମ୍‌ ବାଳିକା ସିଙ୍ଗଲ୍ସରେ ଓଡ଼ିଶାର ଆହାନ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ସେ ହରିୟାଣାର ଧ୍ରୁବି ବାରାକଙ୍କୁ ୬-୦, ୪-୬, ୬-୧ ସେଟ୍‌ରେ ପରାସ୍ତ କରିଛନ୍ତି। ପ୍ରଥମ ସେଟ୍‌କୁ ସହଜରେ ଜିତିଥିଲେ ହେଁ ଆହାନ ଦ୍ୱିତୀୟ ସେଟ୍‌ରେ ଲଢ଼େଇ କରି ହାରିଥିଲେ। ତେବେ ତୃତୀୟ ସେଟ୍‌ରେ ସଫଳ ପ୍ରତ୍ୟାବର୍ତ୍ତନ କରି ସେ ବିଜୟ ମୁକୁଟ ପିନ୍ଧିଥିଲେ। ଆହାନ ଏସ ବେସ୍‌ ଟେନିସ ଏକାଡେମୀରେ ପ୍ରତିଷ୍ଠିତ କୋଚ୍‌ ଅଜୟ ନିଶଙ୍କଙ୍କ ନିକଟରୁ ପ୍ରଶିକ୍ଷଣପ୍ରାପ୍ତ। ସମ୍ପ୍ରତି ୯ ବର୍ଷରେ ପଦାର୍ପଣ କରିଥିବା ଏହି ଟେନିସ ପ୍ରତିଭା ୩ ବର୍ଷ ୬ ମାସର ହୋଇଥିବାବେଳେ ଅଜୟଙ୍କ ନିକଟରୁ କୋଚିଂ ନେଇ ଆସୁଛନ୍ତି। ଆହାନଙ୍କ ପାଇଁ ଏହା ହେଉଛି ପ୍ରଥମ ଏଆଇଟିଏ ଟାଇଟଲ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri