Posted inଖେଳ

ପ୍ରିକ୍ୱାର୍ଟରରେ ଲିଭରପୁଲ, ଚେଲସି

ପ୍ୟାରିସ,୧୧।୧୨- ଚଳିତ ସିଜନର ୟୁଏଫା ଚାମ୍ପିୟନ୍ସଲିଗ୍‌ର ପ୍ରି-କ୍ୱାର୍ଟର ଫାଇନାଲରେ ଲିଭରପୁଲ ଓ ଚେଲସି ସ୍ଥାନ ପକ୍କା କରିଛନ୍ତି। ଅନ୍ୟପକ୍ଷରେ ଆଜାକ୍ସ ଓ ଇଣ୍ଟର ମିଲନ ଭଳି କ୍ଲବ ଗ୍ରୁପ ପର୍ଯ୍ୟାୟରୁ ବିଦାୟ ନେଇଛନ୍ତି। ମଙ୍ଗଳବାର ରେଡ ବୁଲ ବିପକ୍ଷରେ ଅନୁଷ୍ଠିତ ମ୍ୟାଚ୍‌ରେ ଲିଭରପୁଲ ଦଳକୁ କେବଳ ଡ୍ର’ ଦରକାର ଥିଲା। ମାତ୍ର ମହମ୍ମଦ ସାଲା ଓ ନାବି କେଇଟାଙ୍କ ଗୋଲ ଯୋଗୁ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିୟନ ଲିଭରପୁଲ ୨-୦ ଗୋଲରେ ବିଜୟୀ ହୋଇଥିଲା। ଫଳରେ ଗ୍ରୁପ ଇ’ର ଟପ୍ପର ଭାବେ ଲିଭରପୁଲ ଓ ଦ୍ୱିତୀୟ ସ୍ଥାନରେ ଥିବା ନାପୋଲି ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି। ଗ୍ରୁପ ଏଚ୍‌ ମ୍ୟାଚ୍‌ରେ ଭାଲେନ୍ସିଆ ୧-୦ ଗୋଲରେ ଆଜାକ୍ସକୁ ହରାଇ ଦେଇଛି। ଅନ୍ୟ ଏକ ମ୍ୟାଚ୍‌ରେ ଟାମି ଆର୍ବହାମ ଓ ସିଜାର ଜପିଲୁଟାଙ୍କ ଗୋଲରେ ୨୦୧୨ ସଂସ୍କରଣ ଚାମ୍ପିୟନ ଚେଲସି ୨-୧ରେ ଲିଲେକୁ ପରାସ୍ତ କରିଛି। ବିଜୟ ଯୋଗୁ ଚେଲସିର ପଏଣ୍ଟ ସଂଖ୍ୟା ଭାଲେନ୍ସିଆ (୧୧) ସହ ସମାନ ହୋଇଥିଲା। ହେଲେ ପରସ୍ପର ମଧ୍ୟରେ ହେଡ୍‌ ଟୁ ହେଡ୍‌ ରେକର୍ଡ ଯୋଗୁ ଚେଲସି ଦ୍ୱିତୀୟ ସ୍ଥାନରେ ରହି ଅନ୍ତିମ ୧୬ ରାଉଣ୍ଡରେ ପ୍ରବେଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

ଅନୁମତି ଆବାସିକ, ଚାଲିଛି ବେପାର

ଭୁବନେଶ୍ୱର,୧୬ା୭(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଧୁନିକ ସହର ସ୍ବପ୍ନ ଦେଖୁଛି। ରାଜଧାନୀବାସୀଙ୍କୁ ଉନ୍ନତ ଜୀବନଶୈଳୀ ଯୋଗାଇଦେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଉଛି। ହେଲେ ବିଏମ୍‌ସି…

ଏସ୍‌ଆଇଆର୍‌ରେ ୨୭ ଲକ୍ଷ ଭୋଟରଙ୍କ ନାମ କଟିଛି: ବିଜେଡି

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଏସ୍‌ଆଇଆର ପ୍ରକ୍ରିୟାକୁ ନେଇ ବିଜେଡି ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଏଥିରେ ନୂତନ ଭୋଟର…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ହେବା ନେଇ ପୁରୀକୁ ହାଇ ଆଲର୍ଟ

ଭୁବନେଶ୍ୱର, ୧୬ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବର୍ଷର ଦ୍ୱିତୀୟ ଲଘୁଚାପ। ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ବୁଧବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର…

ସିଏମ୍‌ଓରୁ ୨ ଫାଇଲ ହଜିବା ଘଟଣା: ମନୋଜ ମିଶ୍ର, ରାଜେଶ ବର୍ମାଙ୍କୁ ସମନ

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରରେ କାର୍ଯ୍ୟରତ ଥିବା ପୂର୍ୱତନ ଆଇଟି ସଚିବ ମନୋଜ ମିଶ୍ର ଏବଂ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ତଥା ବର୍ତ୍ତମାନ କମିଶନ ଫର୍‌ ଏୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri