Posted inଖେଳ

ଚାମ୍ପିୟନ୍ସ ଲିଗ୍‌ ଫୁଟ୍‌ବଲ ଜନ୍ମଦାତା ଜନଶନଙ୍କ ମୃତ୍ୟୁ

ଷ୍ଟକ୍‌ହାମ, ୫।୬(ଏପି): ୟୁରୋପିଆନ ଫୁଟ୍‌ବଲର ପୂର୍ବତନ ସଭାପତି ଲିନ୍ନାର୍ଟ ଜନଶନଙ୍କ ୮୯ ବର୍ଷ ବୟସରେ ମୃତ୍ୟୁ ଘଟିଛି। ତାଙ୍କର ୧୭ ବର୍ଷର କାର୍ଯ୍ୟକାଳରେ ଚାମ୍ପିୟନ୍ସ ଲିଗ୍‌ ଟୁର୍ନାମେଣ୍ଟ ଆରମ୍ଭ ହୋଇଥିଲା। କିଛିଦିନ ଧରି ଅସୁସ୍ଥତା ପରେ ତାଙ୍କର ମୃତ୍ୟୁ ଘଟିଥିବା ସ୍ବିଡେନ୍‌ ଫୁଟ୍‌ବଲ ଆସୋସିଏଶନ ପକ୍ଷରୁ କୁହାଯାଇଛି। ଜନଶନ ସର୍ବକାଳୀନ ଅନ୍ତର୍ଜାତୀୟ ଫୁଟ୍‌ବଲ ମୁଖ୍ୟ ଥିଲେ। ତାଙ୍କ ବ୍ୟତୀତ ଅନ୍ୟ କୌଣସି ସ୍ବିଡେନ୍‌ ଖେଳାଳିଙ୍କ ଅନ୍ତର୍ଜାତୀୟ ଫୁଟ୍‌ବଲରେ ଏତେ ପ୍ରଭାବ ନାହିଁ। ତାଙ୍କୁ ୟୁଫା ସଭାପତି ଓ ଉପସଭାପତି ଭାବେ ସମ୍ମାନ ଦିଆଯାଏ ବୋଲି ସ୍ବିଡିଶ୍‌ ଫୁଟ୍‌ବଲ ଆସୋସିଏଶନ ସଭାପତି କାର୍ଲ ଇରିିକ ନିଲସନ କହିଛନ୍ତି। ୟୁରୋପିଆନ କପ୍‌ ଟୁର୍ନାମେଣ୍ଟକୁ ହଟାଇ ଚାମ୍ପିୟନ୍ସ ଲିଗ୍‌କୁ ଆଣିବା ତାଙ୍କ ନିଷ୍ପତ୍ତି ଥିଲା। ଏହା ୟୁଫାର ବଡ଼ ସଫଳତା। ଏହା କ୍ଲବ ଫୁଟ୍‌ବଲ ଇତିହାସରେ ସବୁଠାରୁ ବଡ଼ ଟୁର୍ନାମେଣ୍ଟ, ଯାହାକୁ ସମଗ୍ର ବିଶ୍ୱରେ ଦେଖନ୍ତି। ପ୍ରାୟ ୨୦୦ ଦେଶରେ ଟୁର୍ନାମେଣ୍ଟ ପ୍ରସାରଣ ହେଉଛି। କିନ୍ତୁ ଜନଶନ ସର୍ବଦା ରେଫରିଙ୍କ ସହାୟତା ଲାଗି ଟେକ୍‌ନୋଲୋଜି ବ୍ୟବହାରକୁ ବିରୋଧ କରୁଥିଲେ। ସେ କହୁଥିଲେ ଫୁଟ୍‌ବଲ ଏକ ମଣିଷ ଖେଳ, ରୋବଟଙ୍କ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

ଆମ୍ବ ଗଛରୁ ପଡ଼ି ଯୁବକ ଗୁରୁତର : ରାସ୍ତା ଦେଇ ଆସୁଥିବା ଆଇଟିଡିଏ ଅଧିକାରୀ…

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ଆମ୍ବ ଗଛରୁ ପଡ଼ି ସୋମବାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri