ଚାଲାଣବେଳେ ପୋଲିସ ଚଢ଼ାଉ: ସରକାରୀ ବସ୍‌ରୁ ୧୨ ଯୁବତୀ, ୫ ନାବାଳିକା ଉଦ୍ଧାର, ଦଲାଲ ଗିରଫ

ଜୟପୁର, ୩୧ା୧୦ (ନି.ପ୍ର.): ନବରଙ୍ଗପୁର ଜିଲା ପାପଡାହାଣ୍ଡି, ରାଇଘର, ନୂଆକୋଟି ଅଞ୍ଚଳର ୧୨ ଯୁବତୀ ଓ ୫ ନାବାଳିକାକୁ ରାଇଘରଠାରୁ ବିଶାଖାପାଟଣା ଯାଉଥିବା ଓଏସ୍‌ଏସ୍‌ଆରଟିସି ବସ୍‌ରେ ଗୁରୁବାର ଚାଲାଣ କରାଯାଉଥିଲା। ଏ ନେଇ ଜୟପୁର ଟାଉନ ଥାନା ଅଧିକାରି ବାଲେଶ୍ୱର ଗିଧିଙ୍କୁ ଖବର ମିଳିବା ପରେ ଏକ ଟିମ୍‌ ଉକ୍ତ ବସ୍‌ ଉପରେ ଚଢାଉକରି ସମସ୍ତ ଯୁବତୀ ଓ ନାବାଳିକାଙ୍କୁ ଉଦ୍ଧାର କରିଛନ୍ତି। ଚାଲାଣ କରୁଥିବା ଦଲାଲାକୁ ମଧ୍ୟ ପୋଲିସ ଗିରଫ କରିଛି। ସେ ହେଲେ ନବରଙ୍ଗପୁର ଜିଲା ନୁଆକୋଟି ଗ୍ରାମର ସୁବାଷ ଚନ୍ଦ୍ର ହରିଜନ। ଗୁରୁବାର ନୂତନଭାବେ ଦାୟିତ୍ୱ ନେଇଥିବା ଏସ୍‌ଡିପିଓ ବରୁଣ ଗୁନ୍ଥୁପାଲ୍ଲି ଏ ନେଇ ଏକ ସାମ୍ବାଦିକ ସମ୍ମିଳନିରେ ସୂଚନା ଦେଇଛନ୍ତି।
ଅନୈତିକ କାଯ୍ୟ ପାଇଁ ସେମାନଙ୍କୁ ଚାଲାଣ କରାଯାଉଥିବା ପୋଲିସ ତଦନ୍ତରୁ ଜାଣିବାକୁ ପାଇଛି। ଏ ନେଇ ପୋଲିସ କେସ୍‌ ନଂ. ୨୭୯/୧୯ ମାମଲା ରୁଜୁ କରିଛି। ସିଡବ୍ଲ୍ୟୁସି ସହ ଆଲୋଚନା ପରେ ଉକ୍ତ ଯୁବତୀ ଓ ନାବାଳିିକାଙ୍କୁ ପରିବାର ଲୋକଙ୍କୁ ଡକାଇ ହସ୍ତାନ୍ତର କରାଯିବ ବୋଲି ଏସ୍‌ଡିପିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri