Posted inବୌଦ୍ଧ

ଚାଲି ଚାଲି ଫେରୁଥିବା ଦୁଇ ଶ୍ରମିକ ପରିବାର ଉଦ୍ଧାର

ବୌଦ୍ଧ,୨୯ା୫(ସ୍ବ.ପ୍ର.)-ଶୁକ୍ରବାର ବୌଦ୍ଧ ଜିଲାରେ ପୁଣି ୧୩୦ ଜଣ ପ୍ରବାସୀ ଶ୍ରମିକ ପହଞ୍ଚିଥିବା ଜଣାଯାଇଛି। ଫଳରେ ଜିଲାକୁ ଫେରିଥିବା ପ୍ରବାସୀ ଶ୍ରମିକଙ୍କ ସଂଖ୍ୟା ୨୭୬୧ରେ ପହଞ୍ଚତ୍ଛି । ସେହିପରି ଅନୁଗୋଳ ଜିଲାର ଦୁଇ ଶ୍ରମିକ ପରିବାରର ୭ ଜଣ ଚାଲି ଚାଲି ଘରକୁ ଫେରୁଥିବା ବେଳେ ଜିଲା ଯୁବ ରେଡକ୍ରସ ପକ୍ଷରୁ ସେମାନଙ୍କୁ ବୌଦ୍ଧ ଟାଉନ ନିକଟରୁ ଉଦ୍ଧାର କରାଯାଇ ଗାଡି ଯୋଗେ ନିଜ ଘରକୁ ପଠାଇ ଦିଆଯାଇଛି ା ଏହାଛଡା ଏହାମଧ୍ୟରେ ସମୁଦାୟ ୬୧୩ ଜଣ ଶ୍ରମିକଙ୍କୁ ସ୍ବତନ୍ତ୍ର ଗାଡିରେ ସେମାନଙ୍କ ନିଜ ରାଜ୍ୟକୁ ପଠାଇ ଦିଆଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଜିଲାରେ ୧୦୦ରୁ ଊର୍ଦ୍ଧ୍ୱ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ପ୍ରସ୍ତୁତ ହୋଇ ରହିଥିବା ବେଳେ ବର୍ତ୍ତମାନ ୫୩ କେନ୍ଦ୍ରରେ ପ୍ରବାସୀ ଶ୍ରମିକମାନଙ୍କୁ ରଖାଯାଇଛି। କଣ୍ଟାମାଳ ବ୍ଲକରେ ସର୍ବାଧିକ ୧୯ଟି କେନ୍ଦ୍ରରେ ୬୭୧ ଜଣ,ହରଭଙ୍ଗାରେ ୧୩ କେନ୍ଦ୍ରରେ ୫୧୪ ଜଣ ,ବୌଦ୍ଧ ବ୍ଲକରେ ୨୦ କେନ୍ଦ୍ରରେ ୬୪୭ ଜଣ ଓ ବୌଦ୍ଧ ଏନଏସିରେ ଗୋଟିଏ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ୨୨ ଜଣ ଶ୍ରମିକଙ୍କୁ ରଖାଯାଇଛି । କ୍ୱାରାଣ୍ଟାଇନ ଅବଧି ପୂରଣ ହେବା ପରେ ୮୭୨ ଜଣ ଶ୍ରମିକ ଘରକୁ ଫେରିଥିବା ଜଣାଯାଇଛି। ସେହିପରି ୮୮୯ ଜଣଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ଆଉ ୬୯ ଜଣଙ୍କ ରିପୋର୍ଟ ଆସିବାକୁ ବାକି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଘର, କ୍ଷତିପୂରଣ ଦାବିରେ ରାସ୍ତାରୋକ

ରିଆମାଳ ୭|୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ପଞ୍ଚାୟତ ଅଞ୍ଚଳରେ ଶନିବାର ସନ୍ଧ୍ୟା ୬ ଟା ୩୦ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ବହୁ ଘର…

ପକ୍ଷାଘାତ ରୋଗୀଙ୍କ ହାତକୁ ଚେୟାରରେ ଦୁଇ ଘଣ୍ଟା ବାନ୍ଧି ରଖିଲା ସାପ, ତାପରେ ଯାହା ଘଟିଲା….

ହରଭଙ୍ଗା,୧।୬(ନରେନ୍ଦ୍ର ସାହୁ): ପୁରାଣରେ ସର୍ପ ବନ୍ଧନ କଥା ଶୁଣାଯାଏ କିନ୍ତୁ ବାସ୍ତବରେ କେହି ଦେଖି ନ ଥିବେ। ହେଲେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଆଡେଣିଗଡ଼ ଗାଁରେ…

ଗଛକଟାକୁ ନେଇ ବିଦ୍ୟୁତ କାଟ୍‌, ଗାଁ ଯୁବକଙ୍କ ସହ ପୋଲିସ ମୁହାଁମୁହିଁ, ରଣକ୍ଷେତ୍ର ପାଲଟିଲା…

ହରଭଙ୍ଗା,୫।୫ ( ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ପୁରୁଣାକଟକ ଥାନାରେ ମଙ୍ଗଳବାର ଦିନ କରଞ୍ଜକଟା ଗ୍ରାମର ଯୁବକ  ଓ ପୋଲିସ ମୁହାଁମୁହିଁ ହେବା…

ଗାଁରେ ମଦ ବିକ୍ରିକୁ ନେଇ ତୁମୁଳକାଣ୍ଡ, ଧାରୁଆ ଅସ୍ତ୍ରରେ ହାଣିଲେ ମଦ ବ୍ୟବସାୟୀ

ବୌଦ୍ଧ,୨୮।୪( ଅଜିତ କୁମାର ବାରିକ): ବୌଦ୍ଧ ଥାନା ବାଘପଳି ଗ୍ରାମରେ ଚୋରା ମଦ ବିକ୍ରିକୁ ନେଇ ତୁମୁଳକାଣ୍ଡ । ଗଣ୍ଡଗୋଳରେ ଦୁଇଜଣ ଗୁରୁତର ହୋଇଛନ୍ତି । ସୂଚନା…

କାର୍‌ରେ ଆସି ବରଯାତ୍ରୀ ଗାଡ଼ି ଉପରକୁ କଲେ ଗୁଳିମାଡ଼, ଆଉ ତା’ ପରେ…

ବୌଦ୍ଧ,୨୩।୪(ଅଜିତ କୁମାର ବାରିକ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ): ବୌଦ୍ଧ ଜିଲା ଆମ୍ବଝରି ପଞ୍ଚାୟତ ବଏଲବେଡ଼ା ଗ୍ରାମରୁ ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ବେଲପୁଞ୍ଜି ଗ୍ରାମକୁ ମଙ୍ଗଳବାର ରାତିରେ…

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri