ଚାଲିଚାଲି ଯାଉଥିବା ୪୪ ଶ୍ରମିକ ଉଦ୍ଧାର

ଝାରସୁଗୁଡା ଅଫିସ, ୩୦।୩-ସମଗ୍ର ଦେଶରେ ଲକଡାଉନ ଯୋଗୁଁ ବିଭିନ୍ନ କଳକାରଖାନ ବନ୍ଦ ହୋଇଯାଇଛି। ଫଳରେ ଏଠାରେ କାର୍ଯ୍ୟ କରୁଥିବା ଶ୍ରମିକମାବେ ହଇରାଣ ହରକତ ହେଉଛନ୍ତି। ରବିବାର ଛତିଶଗଡ ରାଜ୍ୟର କେତେକ ଶ୍ରମିକ ଝାରସୁଗୁଡା ରୋଡ ଷ୍ଟେଶନର ରେଳଧାରଣାରେ ଚାଲି ଚାଲି ନିଜ ରାଜ୍ୟକୁ ଯାଉଥିବା ବେଳେ ପ୍ରଶାସନ ଦ୍ୱାରା ଉଦ୍ଧାର ହୋଇଛନ୍ତି। ସୂଚନା ମୁତାବକ ସମ୍ବଲପୁର ଜିଲା ରେଙ୍ଗାଲିସ୍ଥିତ ଏକ କାରଖାନରେ ଏହି ଶ୍ରମିକମାନେ କାର୍ଯ୍ୟ କରୁଥିଲେ। ଲକଡାଉନ ଯୋଗୁଁ କାରଖାନା ବନ୍ଦ ହେବା ପରେ ସେମାନେ ଖାଇବାକୁ ନ ପାଇ ରବିବାର ନିଜ ଗ୍ରାମକୁ ଯିବା ପାଇଁ ଉଦ୍ୟମ କରିଥିଲେ। ରେଙ୍ଗାଲିଠାରୁ ପ୍ରାୟ ୩୫ କିମି ରେଳ ଧାରଣାରେ ଚାଲି ଚାଲି ଯାଉଥିଲେ। ଏ ନେଇ ଝାରସୁଗୁଡା ଜିଲା ପ୍ରଶାସନ ଖବର ପାଇବା ପରେ ଉପଜିଲାପାଳ ଶିବ ଟପ୍ପୋ ଘଟଣାସ୍ଥଳକୁ ଆସି ସେମାନଙ୍କ ସହିତ ଆଲୋଚନା କରିଥିଲେ। ପରେ ସମ୍ବଲପୁର ପ୍ରଶାସନ ସହିତ ଆଲୋଚନା କରି ସେମାନଙ୍କୁ ଏକ ସ୍ବତନ୍ତ୍ର ଯାନ ଯୋଗେ ସମ୍ବଲପୁର ପଠାଇ ଦିଆଯାଇଥିଲା। ସେଠାରେ ସମ୍ବଲପୁର ଜିଲା ପ୍ରଶାସନ ଦ୍ୱାରା ରହିବା ଓ ଖାଇବା ବନ୍ଦୋବସ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ବେଟିଂ, ୮ ଗିରଫ: ଏକାଧିକ ସ୍ଥାନରେ ଏକକାଳୀନ ଚଢ଼ାଉବେଳେ ମିଳିଲା…

ଝାରସୁଗୁଡା/ବ୍ରଜରାଜନଗର, ୨୫।୫(ଆଶିଷ ରଞ୍ଜନ ଦାଶ/ବିଜୟ ବରା ): ଝାରସୁଗୁଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚଳିତ ଆଇପିଏଲ ୨୦୨୬ ମ୍ୟାଚଗୁଡ଼ିକରେ ବେଆଇନ ଅନଲାଇନ କ୍ରିକେଟ…

ଚାଷ ଜମିରୁ ଫେରୁଥିବାବେଳେ କାମୁଡିଲା ସାପ, ମେଡିକାଲ ନେବାବେଳେ ଚାଲିଗଲା ଜୀବନ, ପରିବାର ଅସହାୟ

ଥୁଆମୂଳ ରାମପୁର, ୨୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୀନ ସମାପଲା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ସାହୁ ସମାଜର ମୁହୁନି ବଂଶର ଚିହ୍ନଟ ପ୍ରକ୍ରିୟା କାର୍ଯ୍ୟକ୍ରମ

କେସିଙ୍ଗା,୨୫।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସିସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ତୈଲିକ ହଳଦିଆ ସାହୁ ସମାଜର ମୁହୁନି ବଂଶର ଏକତା ପାଇଁ ଏକ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଚଳନ୍ତା ଟ୍ରେନରୁ ଖସିପଡିଲେ ବ୍ୟାଙ୍କ କର୍ମଚାରୀ, ଡାକ୍ତରଖାନା ନେବା ରାସ୍ତାରେ…

ଗୁଣପୁର,୨୫।୫( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି ।…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri