ଚାଲିଛି ଶ୍ରୀବଳଦେବଜୀଉଙ୍କ ରଥ ନିର୍ମାଣ

କେନ୍ଦୁଝର, ୧୭ା୫(ସ୍ବ.ପ୍ର.)-କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା ଉପଲକ୍ଷେ ରଥ ନିର୍ମାଣ ଚାଲିଛି। ୭୨ ଫୁଟ ଉଚ୍ଚ ବିଶ୍ୱର ସର୍ବୋଚ୍ଚ ରଥ ଭାବରେ କେତେକ ଜାତୀୟ ସ୍ତରର ସଂସ୍ଥା ଦ୍ୱାରା ବିବେଚିତ ହେବା ପରେ ଏହି ରଥର ଗୁରୁତ୍ୱ ବୃଦ୍ଧି ପାଇଛି ା ପୁରୀରେ ରଥ ନିର୍ମାଣ ଆରମ୍ଭ ହେବା ପରେ ଏଠାରେ ମଧ୍ୟ ରଥ ନିର୍ମାଣ କାର୍ଯ୍ୟ ମହାରଣା ସେବାୟତମାନେ ଆରମ୍ଭ କରିଛନ୍ତି।
କରୋନା ପାଇଁ ସବୁଠି କଟକଣା ପରେ ଦେବାଦେବୀ ପୀଠରେ ସାମୂହିକ ପୂଜାର୍ଚ୍ଚନା ଓ ଯାନିଯାତ୍ରା ବନ୍ଦ ରହିଛି। ଏଭଳି ପରିସ୍ଥିତିରେ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ରଥ ନିର୍ମାଣ ଚାଲିଛି। ଲକ୍‌ଡାଉନ୍‌ ଗାଇଡଲାଇନକୁ ପାଳନ କରି ରଥ ନିର୍ମାଣ ଚାଲିଥିବା ଜଣାପଡିଛି। ରଥ ଖଳାକୁ ବିଶୋଧନ କରାଯାଇ ନିର୍ମାଣ କାମ ଆରମ୍ଭ ହୋଇଛି। ପୁରୁଣା ରଥକୁ ଖୋଲାଯାଇ ନୂଆ କାମ ଚାଲିଛି ା ମହାରଣା ସେବାୟତ ମାନେ ମୁହଁରେ ମାସ୍କ ପିନ୍ଧି, ସାମାଜିକ ଦୂରତ୍ୱ ବଜାୟ ରଖି ଏହି କାର୍ଯ୍ୟ ଆରମ୍ଭ କରିଛନ୍ତି। ଯଥା ସମୟରେ ରଥ ନିର୍ମାଣ କାର୍ଯ୍ୟ ଶେଷ କରିବା ପାଇଁ ଆଶା ରଖିଥିବା ମହାରଣା ସେବାୟତମାନେ କହିଛନ୍ତି ା ରଥ ମହାରଣା ଇନ୍ଦ୍ରମଣି ମହାରଣା କହିଛନ୍ତି ଯେ, ରଥ ନିର୍ମାଣ ବିଳମ୍ବ ହୋଇଥିଲେ ହେଁ ୧୧ ତାରିଖରୁ ଆରମ୍ଭ କରାଯାଇଛି। ଠିକ୍‌ ସମୟରେ ରଥ ନିର୍ମାଣ ଶେଷ କରିବାକୁ ଉଦ୍ୟମ କରୁଛୁ। କରୋନା ପାଇଁ ରଥଯାତ୍ରା ପାଳନ ହେବ କି ନାହିଁ ସେ ନେଇ ତଥ୍ୟ କାହା ପାଖରେ ନାହିଁ ା ତେବେ ପରିସ୍ଥିତି ସୁଧୁରିବ ଏବଂ ରଥ ଯାତ୍ରା ହେବ ସେ ନେଇ ଭକ୍ତମାନେ ବହୁ ଆଶା ବାନ୍ଧିଛନ୍ତି। ଏ ସମ୍ପର୍କରେ ଉପଜିଲାପାଳ ରାମଚନ୍ଦ୍ର କିସ୍କୁ କହିଛନ୍ତି ଯେ, ୩୦ଜଣ ଲୋକ ଏହି ରଥ ନିର୍ମାଣ କାମରେ ନିୟୋଜିତ ଅଛନ୍ତି। ଠିକ ସମୟରେ ନିର୍ମାଣ ଶେଷ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri