ଚାଲୁ ହେଲା ରୂପ୍‌ସା ଝୋଟ କାରଖାନା

ରୂପ୍‌ସା, ୩୧।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ରୂପ୍‌ସାସ୍ଥିତ ଜୟକିଶନ ଦାସ ସହ ଝୋଟ କାରଖାନା ମଙ୍ଗଳବାରଠାରୁ ଚାଲୁ କରାଯାଇଛି। କରୋନା କଟକଣା ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶାନୁଯାୟୀ ଗତ ୨୪ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ କର୍ତ୍ତୃପକ୍ଷ କାରଖାନା ବନ୍ଦ ରଖିଥିଲେ। ରାଜ୍ୟ ସରକାରଙ୍କ ହେଲ୍‌ଥ ଆଣ୍ଡ ଫ୍ୟାମିଲି ୱେଲଫେୟାର ଡିପାର୍ଟମେଣ୍ଟଙ୍କ ଚିଠି ନମ୍ବର ୮୮୭୦।୨୩.୩.୨୦ ମୁତାବକ କାରଖାନା ବନ୍ଦ ହେବା ନେଇ ଜେନେରାଲ ମ୍ୟାନେଜର ମୁଖ୍ୟ ଫାଟକ ସମ୍ମୁଖରେ ନୋଟିସ ଝୁଲାଇଥିଲେ। ପୁଣି ଜିଲାପାଳଙ୍କ ଅର୍ଡ଼ର (ନଂ. ୧୦୬୧/୨୭.୩.୨୦) ଅନୁଯାୟୀ ମାର୍ଚ୍ଚ ୩୧ତାରିଖରୁ କାରଖାନା ଚାଲୁ କରାଯାଇଥିବା ଜଣାପଡ଼ିଛି। କାରଖାନା ଖୋଲାଯିବା ଫଳରେ କାର୍ଯ୍ୟରତ ୮୫୦ ଜଣ ଶ୍ରମିକଙ୍କ ମଧ୍ୟରେ ଖୁସିର ଲହରୀ ଖେଳି ଯାଇଛି। ଅପରପକ୍ଷରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ କାରଖାନା ଖୋଲାଯିବା ଘଟଣା ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଇପ୍‌ ଫାଟି ରାସ୍ତାରେ ବନ୍ୟା: ଚିନ୍ତାରେ ପଡ଼ାବାସୀ

ଲୋଇସିଂହା,୧୧।୧୨(ସୁଶାନ୍ତ ବାରିକ): ଲୋଇସିଂହାଶକ୍ତି ନଗର ପଡାରେ ପାଇପ ଫାଟି ରାସ୍ତା ଉପରେ ବହୁଛି ପାଣି। ଏ ଦୃଶ୍ୟ ହେଉଛି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୋଇସିଂହା...

ପୁଣି ବଢ଼ିଲା ଇଣ୍ଟରନେଟ କଟକଣା: ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି,୧୧।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା। ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ଜି.ଉଦୟଗିରିରେ କଲବଲ କରୁଛି ହାଡ଼ଭଙ୍ଗା ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି, ୧୧।୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ...

ୟୁକାଲପଟାସ୍‌ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ...

ସନ୍ଦେହ ଘେରରେ ଦାରିଙ୍ଗବାଡି ତାପମାପକ ଯନ୍ତ୍ର: ଜିଲାପାଳଙ୍କ ନିକଟରେ ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ଶୂନ

ଦାରିଙ୍ଗବାଡି, ୧୧।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟରେ ଆଇଏମଡି ପକ୍ଷରୁ ରହିଥିବା ତାପମାପକ ଯନ୍ତ୍ର ତ୍ରୁଟି ରହିଥିବା ଗୋଟିଏ...

ବାଇକ୍‌ରେ ଯାଉଥିଲେ ଯୁବକ, ଅଗରୁ ଜଗି ରହିଥିଲେ ଦୁର୍ବୃତ୍ତ: ପେଟରେ ଛୁରି ପୁରାଇ …

ଆସିକା,୧୧।୧୨(ସୁରେନ୍ଦ୍ରନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଗବନଳା-ଅତରଙ୍ଗ ରାସ୍ତା ତତରାନାଳ ନିକଟରେ ଜଣେ ଯୁବକଙ୍କୁ ସଙ୍ଘ ବଧ୍ୟ ଆକ୍ରମଣ ହୋଇଛି। ଦୁର୍ବୃତ୍ତ ଛୁରିରେ...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri