ଚାଳରେ କୁକୁଡ଼ା ଚଢ଼ିବାକୁ ନେଇ ଗୋଷ୍ଠୀ ସଂଘର୍ଷ: ୮ କୋର୍ଟ ଚାଲାଣ

କୁକୁଡ଼ାଖଣ୍ଡି,୫ା୭(ଡି.ଏନ.ଏ.)- କୁକୁଡ଼ାଖଣ୍ଡି ଦଳିତ ସାହିରେ ଜଣଙ୍କ ଚାଳରେ କୁକୁଡ଼ା ଚଢ଼ିବା ଘଟଣାକୁ ବୁଧବାର ରାତିରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି । ଆକ୍ରମଣ ପ୍ରତି ଆକ୍ରମଣରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଖବରପାଇ ଆଙ୍କୁଶପୁର ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଉଭୟ ଗୋଷ୍ଠୀର କେତେଜଣଙ୍କୁ ଥାନାକୁ ଆଣିଥିଲା। ୨ ଗୋଷ୍ଠୀ ପକ୍ଷରୁ ଥାନାରେ ଦିଆଯାଇଥିବା ଏତଲା ପ୍ରକାରେ ପୋଲିସ ପୃଥକ ୨ଟି ମାମଲା ରୁଜୁ କରି ୮ ଜଣଙ୍କୁ ଗିରଫ ପରେ କୋର୍ଟଚାଲାଣ କରାଯାଇଥିବା ଥାନାଧିକାରୀ ଭାବନାନନ୍ଦ ପ୍ରଧାନଙ୍କ ସୂଚନା ଦେଇଛନ୍ତି। ଗୋଷ୍ଠୀ ସଂଘର୍ଷରେ ଗୁରୁତର ମହିଳା ପ୍ରତିମା ଦାସ ଓ ରମା ଦାସ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ପୋଲିସ ସୂଚନା ଅନୁଯାୟୀ, ମମତାଙ୍କ ଚାଳରେ କୁକୁଡ଼ା ଚଢ଼ି ଛପର ତାଡ଼ି ନଷ୍ଟ କରୁଥିଲା। ବର୍ଷା ବେଳେ ଘରେ ପାଣି ଗଳିବାରୁ ସାହି ମଝିରେ ମମତା ଗାଳିଗୁଲଜ କରିଥିଲେ। ରମା ଦାସ ଏହାର ପ୍ରତିବାଦ କରିବାରୁ ପାଟିତୁଣ୍ଡ ଆହୁରି ବଢ଼ିଥିଲା। ପରେ ଉଭୟଙ୍କ ସମ୍ପକୀୟମାନେ ଆସବାରୁ ଗୋଷ୍ଠୀ ସଂଘର୍ଷର ସୂତ୍ରପାତ ହୋଇଥିଲା। ଖବରପାଇ ପୋଲିସ ପହଞ୍ଚିବାରୁ ପରିସ୍ଥିତି ନିୟନ୍ତ୍ରଣ ହୋଇଥିଲା। ଅରବିନ୍ଦ ଦାସଙ୍କ ଅଭିଯୋଗ ପ୍ରକାରେ ନଂ.୧୬୬/୧୯ରେ ମାମଲା ରୁଜୁ କରାଯାଇ ୫ ଜଣଙ୍କୁ ଗିରଫ ପରେ କୋର୍ଟଚାଲାଣ କରାଯାଇଛି । ସେମାନେ ହେଲେ ଗୌରା ଦାସ, ବିଷ୍ଣୁ ଦାସ, ମମତା ଦାସ, ମୌସୁମୀ ଦାସ ଓ ଟିଟୁ ଦାସ। ସେହିପରି ଗୌରା ଦାସଙ୍କ ଅଭିଯୋଗ ପ୍ରକାରେ ନଂ.୧୬୭/୧୯ରେ ମାମଲା ରୁଜୁ ହୋଇଛି। ଏଥିରେ ୩ ଜଣ ସପନା ଦାସ, ଅରବିନ୍ଦ ଦାସ ଓ ତାରିଣୀ ଦାସଙ୍କୁ ଗିରଫ ପରେ ଗୁରୁବାର କୋର୍ଟଚାଲାଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri