ଚାଷୀ ଆତ୍ମହତ୍ୟା ଘଟଣା:ଜିଲାପାଳଙ୍କୁ ଭେଟିଲା ଚାଷୀ ମୂଲିଆ ସଂଘ

ବାଲେଶ୍ୱର ଅଫିସ,୨୮।୭-ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମର ସୁଶାନ୍ତ କୁମାର ବେହେରା ଗତ ୨୩ତାରିଖରେ ଋଣ ବୋଝ ସହି ନ ପାରି ଆତ୍ମହତ୍ୟା କରିଥିଲେ। ମୃତକଙ୍କ ପରିବାରର ଜଣଙ୍କୁ ନିଯୁକ୍ତି ଓ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇ ଦେବାକୁ ନିଖିଳ ଉତ୍କଳ ଗ୍ରାମୀଣ ଚାଷୀ ମୂଲିଆ ସଂଘ, ବାଲେଶ୍ୱର ଶାଖାର କର୍ମକର୍ତ୍ତାମାନେ ରବିବାର ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ଲିଖିତ ଦାବି ଜଣାଇଛନ୍ତି।
ସଂଘ ସଭାପତି ବିକାଶ କୁମାର ଦାସ, ଉପସଭାପତି ସୁଶାନ୍ତ କୁମାର ସାହୁ, ରମେଶ ଚନ୍ଦ୍ର ଦାସ, ସାଧାରଣ ସମ୍ପାଦକ ଅଜିତ୍‌ କୁମାର ଦାସମହାପାତ୍ର, ସଦସ୍ୟ ଲଲାଟେନ୍ଦୁ ପଣ୍ଡା, ସୁଧାକର ରାଉତ, ମଙ୍ଗୁ ସିଂଙ୍କ ନେତୃତ୍ୱରେ ୭ଜଣିଆ ଦଳ ପଦ୍ମପୁର ଗ୍ରାମରେ ପହଞ୍ଚତ୍ ଚାଷୀ ଆମତ୍ହତ୍ୟା ସମ୍ପର୍କରେ ସବିଶେଷ ତଥ୍ୟ ଗ୍ରାମବାସୀ ତଥା ପରିବାର ଲୋକଙ୍କଠାରୁ ସଂଗ୍ରହ କରିଥିଲେ। ମୃତ ଚାଷୀ ସୁଶାନ୍ତଙ୍କର ୨ ଏକର ଚାଷଜମି ଥିବାବେଳେ ୩ ଏକର ଭାଗଚାଷ କରିଆସୁଥିଲେ। ଏଥିପାଇଁ ସେବା ସମବାୟ ସମିତିରୁ ୫୦ହଜାର, ଷ୍ଟେଟବ୍ୟାଙ୍କ ଅଫ୍‌ ଇଣ୍ଡିଆରୁ ୨୫ହଜାର, ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆରୁ ୬୦ହଜାର, ହାତ ଉଧାରି ୨ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କା ଋଣ କରିଥିବା ଜଣାପଡ଼ିଛି। ଦୁଇବର୍ଷ ଧରି ବର୍ଷା, ବନ୍ୟା ଓ କୁଆପଥର ମାଡ଼ରେ ଚାଷ ନଷ୍ଟ ହୋଇଥିବା ବେଳେ ଘରେ ରୋଗଣା ସ୍ତ୍ରୀ ଏବଂ ପୁଅ ପାଇଁ ସୁଶାନ୍ତ ମାନସିକ ଭାରସାମ୍ୟ ହରାଇ ଆମତ୍ହତ୍ୟା କରିଛନ୍ତି। ପରିବାରର ଅନ୍ୟ କେହି ଆର୍ଥିକ ଉପାର୍ଜନ ବ୍ୟକ୍ତି ନ ଥିବାରୁ ଦୁଇଝିଅଙ୍କ ପାଠପଢ଼ା ଖର୍ଚ୍ଚ ଯୋଗାଇ ଦେବାକୁ ଦାବି କରାଯାଇଥିବା ନିଖିଳ ଉତ୍କଳ ଗ୍ରାମୀଣ ଚାଷୀ ମୂଲିଆ ସଂଘ ବାଲେଶ୍ୱର ଶାଖା ସଭାପତି ବିକାଶ କୁମାର ଦାସ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri