ଚାଷୀ ପଞ୍ଜୀକରଣ, ଧାନ କିଣାରେ ଅନିୟମିତତା: ସିଲାଟି ପ୍ୟାକ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ନିଲମ୍ବିତ

ସୋନପୁର,୨୪।୫(ନି.ପ୍ର.) ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଲାଟି ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ବଳରାମ ପଧାନଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି । ସୋନପୁର ଉପନିବନ୍ଧକ ସମବାୟ ସମିତି(ଏଆରସିଏସ୍‌)ଙ୍କ ନିର୍ଦ୍ଦେଶ କ୍ରମେ ସିଲାଟି ପ୍ୟାକ୍ସର ପ୍ରଶାସକ ତଥା ବିନିକା ସମ୍ପ୍ରସାରଣ ଅଧିକାରୀ ଅକ୍ଷୟ ମେହେର ଶନିବାର ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ୨୦୧୯-୨୦ ଖରିଫ ଧାନ କିଣା ଓ ଚାଷୀ ପଞ୍ଜୀକରଣ ଅନିୟମିତତାରେ ପଧାନଙ୍କ ସମ୍ପୃକ୍ତି ଏବଂ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକୁ ଅବମାନନା ଅଭିଯୋଗରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଉଲୁଣ୍ଡା ବ୍ଲକ ଯାଲୋଏ ଆରଆଇ ସର୍କଲ ଲୁହାଖଣ୍ଡି ଗ୍ରାମର ଜଣେ ଚାଷୀ ଜମିର ଧାନକୁ ନିଜ ଅଞ୍ଚଳର ପ୍ୟାକ୍ସରେ ନ ବିକି ବିନିକା ତହସିଲ ଅନ୍ତର୍ଗତ ସିଲାଟି ପ୍ୟାକ୍ସରେ ବିକ୍ରି କରିଥିଲେ ା ଗତ ଖରିଫ ଋତୁରେ ସେ ୩୪୦ କୁଇଣ୍ଟାଲ ଧାନ ବିକ୍ରି କରିଥିଲେ । ଯୋଗାଣ ବିଭାଗ ଓ ବିନିକା ତହସିଲ ଏହାର ଠିକ୍‌ ଯାଞ୍ଚ କରି ନ ଥିଲେ । ଏହି ଦୁର୍ନୀତି ସମ୍ପର୍କରେ ଜିଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟରେ ଅଭିଯୋଗ ହୋଇଥିଲା। ତଦନ୍ତ ସମୟରେ ଅନିୟମିତତାର ସ୍ପଷ୍ଟ ପ୍ରମାଣ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ମୁନ୍ନା: ପେନସିଲ ଗ୍ରାଫାଇଟରେ ସୂକ୍ଷ୍ମ ଇଣ୍ଡିଆ ଗେଟ୍‌

ଅମରପାଲି,୧୨ା୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମର ମୁନ୍ନା ମାହାଣା ଲିମକା ବୁକ ଅଫ ରେକଡର୍‌ସରେ ନିଜ ନାମକୁ ନାମିତ କରି ଜିଲା ପାଇଁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ମା’ ଆଣିଲେ ସାଂଘାତିକ ଅଭିଯୋଗ

ଅମରପାଲି,୩।୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ହରିହର ଯୋର(ଠେଙ୍ଗୋ ଡ୍ୟାମ)ଫାଣ୍ଡି ଅଞ୍ଚଳରେ ଜଣେ ହାଇସ୍କୁଲ ପଢୁଆ ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ନାବାଳିକା…

ମଞ୍ଚରେ ଥିଲେ ମୁଖ୍ୟମନ୍ତ୍ରୀ, ପୂର୍ବ ସରକାରଙ୍କୁ କଟାକ୍ଷ କଲେ ଜିଲାପାଳ

ନୂଆଦିଲ୍ଲୀ,୨।୨: ସୁବର୍ଣ୍ଣପୁର ଜିଲାପାଳ ନୃପରାଜ ସାହୁଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ରବିବାର ସୁବର୍ଣ୍ଣପୁରରେ ଆୟୋଜିତ ‘ସୁଭଦ୍ରା ଶକ୍ତି ମେଳା’ ଶୁଭାରମ୍ଭ ହୋଇଥିଲା।…

ଟ୍ରକ ଧକ୍କାରେ ଯୁବ ଚାଷୀଙ୍କ ମୃତ୍ୟୁ, କ୍ଷତି ପୂରଣ ଦାବି ନେଇ ୪ ଘଣ୍ଟା ଧରି ରାମପୁର ରାସ୍ତା ଉପରେ ରାସ୍ତା ରୋକ

ଡୁଙ୍ଗୁରିପାଲି ୨୩।୧ (ଦୀନବନ୍ଧୁ ସୁନା ) : ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି -ବିନିକା ରାସ୍ତାର ରାମପୁର ଏଟିଏମ ଛକ ନିକଟରେ ବରପାଲି ପଟରୁ ଆସୁଥିବା ଏକ ଟ୍ରକ,…

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ ଗେଟ…

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର ଭଗବତୀପ୍ଲଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri