ଚାଷୀ ବାପାଙ୍କ ମୁହଁରେ ହସ ଫୁଟାଇଲେ ଦିବ୍ୟାଙ୍ଗ ଝିଅ

ଖଇରା, ୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ୭ଜଣ ଛାତ୍ରୀଛାତ୍ର ନବୋଦୟ ପରୀକ୍ଷାରେ ଉତ୍ତୀଣ୍ଣର୍ର୍ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଅଛନ୍ତି ରାଇକୁଳା ମୌଳିକ ବିଦ୍ୟାଳୟର ଦିବ୍ୟାଙ୍ଗ ଛାତ୍ରୀ ମଞ୍ଜୁ ବେହେରା। ସେ ଶତକଡ଼ା ୭୫ ପ୍ରତିଶତ ମାର୍କ ରଖି ଏହି ଯୋଗ୍ୟତା ହାସଲ କରିଛନ୍ତି। ରାଇକୁଳା ଗ୍ରାମର ବାପା ରାମଚନ୍ଦ୍ର ଓ ମା’ ଅତଶିଙ୍କର ବଡ଼ଝିଅ ମଞ୍ଜୁ ଜନ୍ମ ପରେ ଦିବ୍ୟାଙ୍ଗ (ଗୋଡ଼ ଛୋଟ)ହୋଇଥିବା ଜାଣି ମା’ବାପାଙ୍କର ଦୁଃଖ ବଢ଼ି ଯାଇଥିଲା। ତାଙ୍କର ମାତ୍ର ୪ଗୁଣ୍ଠ ଜମିଥିବା ବେଳେ ସେ ଭାଗଚାଷ କରି ଗୁଜୁରାଣ ମେଣ୍ଟାଉଥିବାରୁ ଝିଅର ଭବିଷ୍ୟତ ନେଇ ଚିନ୍ତିତ ହୋଇପଡିଥିଲେ। ଶେଷରେ ସେମାନେ ନିକଟସ୍ଥ ରାଇକୁଳା ମୌଳିକ ବିଦ୍ୟାଳୟରେ ମଞ୍ଜୁଙ୍କ ନାମ ଲେଖାଇଥିଲେ। ପ୍ରଥମ ଶ୍ରେଣୀରୁ ହିଁ ସେ ନିଜର ପ୍ରତିଭା ଦେଖାଇଥିଲେ। ସେ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତାରେ ଭାଗ ନେଇ ବ୍ଲକସ୍ତରରେ ପ୍ରଥମ ହୋଇ ନିଜର ପାରଦର୍ଶିତା ଦେଖାଇଥିଲେ।
ଝିଅର ଭବିଷ୍ୟତ ଲକ୍ଷ୍ୟ ସମ୍ପର୍କରେ ମା’ ଅତଶୀ କହନ୍ତି ତାଙ୍କ ଝିଅ ଡାକ୍ତର ହୋଇ ରୋଗୀ ସେବା କରିବାକୁ ଇଚ୍ଛା ରଖିଛି। ଝିଅ ନବୋଦୟ ପାଇବା ଖବର ସେ ଜାଣିବା ପରେ ଖୁସିରେ ଆତ୍ମହରା ହୋଇପଡ଼ିଥିଲେ। ଝିଅ ପାଠପଢ଼ାରେ ସହଯୋଗ ପାଇଁ ଗୋଷ୍ଠୀ ସମ୍ବଳ ଶିକ୍ଷକ ମନୋଜ ମହାପାତ୍ର ଓ ଭାଗିରଥି ନାୟକଙ୍କୁ ମା’ ଅତଶୀ କୃତଜ୍ଞତା ଜଣାଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri