ଚାଷୀଙ୍କ ଘରୁ ୧୦ ଫୁଟ୍‌ ଅହିରାଜ ଉଦ୍ଧାର

ରଣପୁର,୨୭।୫(ସ୍ବ.ପ୍ର)-ନୟାଗଡ ଜିଲା ରଣପୁର ବ୍ଲକ ଦର୍ପନାରାୟଣପୁର କାକଲମା ଗ୍ରାମର ଚାଷୀ ରମେଶ ପ୍ରଧାନଙ୍କ ଘରୁ ବୁଧବାର ଏକ ୧୦ ଫୁଟ ଅହିରାଜ ସାପ ଉଦ୍ଧାର କରାଯାଇଛି। ଭୋର ୪ ଟାରେ ରମେଶଙ୍କ ରୋଷେଇ ଘର ମଞ୍ଚା ଉପରେ ଅହିରାଜଟି ଏକ ଗୋଧିକୁ କାମୁଡି ଧରିଥିଲା। ରମେଶ ଓ ତାଙ୍କ ପତ୍ନୀ ଏହାଦେଖି ଭୟଭୀତ ହୋଇ ପଡ଼ିଥିଲେ। ଏହାପରେ ରମେଶ ସ୍ନେକ ହେଲ୍ପ ଲାଇନର ସଦସ୍ୟ ଅଜୟ କୁମାର ଦାସଙ୍କୁ ସୂଚନା ଦେଇଥିଲେ। ଖବରପାଇ ସ୍ନେକ ହେଲ୍ପ ଲାଇନ ସଦସ୍ୟ ଅଜୟ କୁମାର ଦାସ ଓ ତାଙ୍କ ସହଯୋଗୀ ପହଞ୍ଚି ସାପଟିକୁ ଉଦ୍ଧାର କରି ନିକଟସ୍ଥ ଜଙ୍ଗଲରେ ଛାଡି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି ବୈକୁଣ୍ଠ, ଘରେ ପୁଅ,ବୋହୂଙ୍କୁ ବାଡ଼େଇ…

ନୟାଗଡ଼,୨୭।୩(ଲୋକନାଥ ମିଶ୍ର): ନୟାଗଡ଼ ସଦର ବଲଭଦ୍ରପୁର ଗାଁର ବୈକୁଣ୍ଠ ସାହୁଙ୍କ ଘରୁ ଗୁରୁବାର ରାତିରେ ଚୋରି ହୋଇଛି। ଚୋରମାନେ ଗ୍ରୀଲ ଓ କବାଟ ଭାଙ୍ଗି ୭ ଲକ୍ଷରୁ…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବେଲପଡ଼ାପାଟଣା ସ୍କୁଲ ଛାତ୍ର ମୃତ୍ୟୁ ଘଟଣା: ୩୪ ଦିନ ପରେ ସ୍କୁଲ ଆସି ପାଠ ପଢ଼ିଲେ ପିଲା, ୧୩ ଅଟକ

ନୟାଗଡ଼,୨୩।୨(ଲୋକନାଥ ମିଶ୍ର): ଛାତ୍ର ମୃତ୍ୟୁକୁ ନେଇ ଦଶପଲ୍ଲା ବେଲପଡ଼ା ପ୍ରାଥମିକ ବିଦ୍ୟାଳୟରେ ୩୪ ଦିନ ହେବ ସ୍କୁଲ୍ ରେ ତାଲା ପକାଇଥିଲେ ପରିବାର ଲୋକେ। ଆଜି ବେଲପଡ଼ା…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri