ଚାଷୀଙ୍କ ନିଦ ହଜାଇଛି ଅଦିନିଆ ବର୍ଷା

ମାର୍ଶାଘାଇ, ୨୭।୪ (ଡି.ଏନ୍‌.ଏ.)-କୋରୋନ ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ କରାଯିବା ଯୋଗୁ ଚାଷ କାର୍ଯ୍ୟ ବାଧାପ୍ରାନ୍ତ ହୋଇଥିବା ବେଳେ ଏବେ ଅଦିନିଆ ବର୍ଷା ଚାଷୀଙ୍କ ନିଦ ହଜାଇ ଦେଇଛି। ଲକ୍‌ଡାଉନ୍‌ ଯୋଗୁ ପନିପରିବା ବିକ୍ରି ଉପରେ ପ୍ରଭାବ ପଡ଼ିଥିବା ବେଳେ ଖରାଦିନିଆ ଫସଲ ବିକ୍ରି ମଧ୍ୟ ବହୁମାତ୍ରାରେ ପ୍ରଭାବିତ ହୋଇଛି। ତେବେ ଦ୍ୱିତୀୟ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଚାଲିବାର କିଛି ଦିନ ପରେ ସରକାର ଚାଷ କାର୍ଯ୍ୟ କରିବାକୁ ଅନୁମତି ପ୍ରଦାନ କରିଥିବା ବେଳେ କାଳ ବୈଶାଖି ଓ ଲଗାଣ ବର୍ଷା ଚାଷୀଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି। ଗତବର୍ଷ ଫନୀ ସାମୁଦ୍ରିକ ଝଡ଼ ଯୋଗୁ ଚାଷୀମାନେ ବହୁ କ୍ଷତି ସହିଥିବା ଚଳିତବର୍ଷ କରୋନା ଓ ବର୍ଷା ଚାଷ କାର୍ଯ୍ୟରେ ବାଧା ଉପୁଯାଇଛି।
ମାର୍ଶାଘାଇ ବ୍ଲକର ମାର୍ଶାଘାଇ, ଦୁମୁକା, ତାଳସଙ୍ଗା, ବେରୁହାଁ, ମଙ୍ଗରାଜପୁର, ଗରଜଙ୍ଗା, ହିନ୍ଦୁଳିଆ ଆଦି ପଞ୍ଚାୟତର ଚାଷୀମାନେ ପ୍ରାୟ ୩୫ଶହ ହେକ୍ଟର ଚାଷ ଜମିରେ ମୁଗ ଓ ବିରି ଆଦି ଡାଲି ଜାତୀୟ ଫସଲ ଚାଷ କରିଥିଲେ। କିନ୍ତୁ ପ୍ରାକୃତିକ ଦୁର୍ବିପାକ ଯୋଗୁ ସମସ୍ତ ଫସଲ ନଷ୍ଟ ହୋଇଥିବାରୁ ଚାଷୀଙ୍କ ମନୋବଳ ଭାଙ୍ଗି ଯାଇଛି। ଫସଲ ଅମଳ ହେବାର ଦିନ କେଇଟା ପୂର୍ବରୁ ଲକ୍‌ଡାଉନ୍‌ ଆରମ୍ଭ ହୋଇଥିବାରୁ ଫସଲ ଅମଳ ହୋଇପାରି ନ ଥିଲା। ଏବେ ଚାଷକୁ ଏକ୍‌ଡାଉନ୍‌ କଟକଣାରୁ ବାଦ୍‌ ଦିଆଯାଇଥିଲେ ବି ଲଗାଣ ବର୍ଷା ଯୋଗୁ ଏ ବର୍ଷ ବି ରବି ଫସଲ ସମ୍ପୂର୍ଣ୍ଣ ଉଜୁଡ଼ି ଯିବା ଆଶଙ୍କା ପ୍ରକାଶ ପାଇଛି ବୋଲି ଚାଷୀମାନେ କହିଛନ୍ତି। ମାତ୍ର ୧୦ ଭାଗ ଚାଷୀ ବିଲରୁ ମୁଗ ଖଳାକୁ ଆଣିଥିବା ବେଳେ ଅନ୍ୟ ଚାଷୀଙ୍କ କିଆରିରେ ପାଣି ଜମି ମୁଗ ଗଜା ହେବାକୁ ବସିଲାଣି। ଅନ୍ୟପଟେ ଅଦିନିଆ ବର୍ଷା ଯୋଗୁ ମୁଗ ବିଲରେ କାଳମୁଣ୍ଡି ପୋକ ଲାଗି ଫସଲ ନଷ୍ଟ କରୁଥିବା ବେଳେ ଏବେ ବର୍ଷା ଯୋଗୁ ବିଲରେ ପାଣି ଭର୍ତ୍ତି ହୋଇରହିଛି। ଏଭଳି ସ୍ଥିତିରେ ମୁଗ ଅମଳ କରିବା ସମ୍ଭବ ନୁହେଁ ବୋଲି ଚାଷୀମାନେ କହିଛନ୍ତି। ପ୍ରଶାସନ ପକ୍ଷରୁ ଚାଷୀଙ୍କ କ୍ଷୟକ୍ଷତି ଆକଳନ କରାଯିବା ସହ ସରକାରୀ ସହାୟତା ଯୋଗାଇଦେବାକୁ ଚାଷୀମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ଜିଲା କୃଷି ଅଧିକାରୀ ଶାରଦା ମିଶ୍ରଙ୍କୁ ପଚାରିବାରେ ଚାଷୀମାନେ ବହୁ କ୍ଷତିଗ୍ରସ୍ତ ହୋଇଛନ୍ତି। କ୍ଷୟକ୍ଷତି ଆକଳନ କରାଯାଇ ଚାଷୀଙ୍କୁ ସହାୟତା ଯୋଗାଇ ଦିଆଯିବା ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri