ଚିକିତ୍ସା ଅବହେଳାରୁ ନର୍ସିଂହୋମରେ ଶିଶୁପୁତ୍ରର ମୃତ୍ୟୁ ଅଭିଯୋଗ

ନୟାଗଡ଼ ଅଫିସ,୧୦ା୮: ନୟାଗଡ଼ ଜିଲା ସଦର ମହକୁମାରେ ଥିବା ବିଭିନ୍ନ ନର୍ସିଂହୋମ୍‌ରେ ମାଲିକମାନଙ୍କ ରାଜୁତି ଦେଖିବାକୁ ମିଳୁଛି। ଦୁଇଦିନରେ ଦୁଇଟି ନର୍ସିଂହୋମରେ ଏଭଳି କିଛି ଘଟଣା ଏହାକୁ ସ୍ପଷ୍ଟ କରୁଛି। ଗୁରୁବାର ରାଜାବଗିଚା ନିକଟରେ ଥିବା ଏକ ନର୍ସିଂହୋମ୍‌ରେ ଏକ ଦମ୍ପତିଙ୍କୁ ଅଟକ ରଖାଯାଇଥିବା ବେଳେ ଶୁକ୍ରବାର ସିନ୍ଦୂରିଆ ନିକଟରେ ଥିବା ଏକ ନର୍ସିଂହୋମ୍‌ରେ ଚିକିତ୍ସା ଅବହେଳାରୁ ଜଣେ ନବଜାତ ଶିଶୁର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ହେଲେ ଏ ନେଇ ଥାନାରେ କୌଣସି ଲିଖିତ ଅଭିଯୋଗ ହୋଇନାହିଁ। ମିଳିଥିବା ସୂଚନା ଅନୁସାରେ, ରାଜାବଗିଚା ନିକଟରେ ଥିବା ନର୍ସିଂହୋମ୍‌ରେ ଜଣେ ଗର୍ଭବତୀ ମହିଳା ଭର୍ତ୍ତି ହୋଇଥିଲେ। ଚିକିତ୍ସା ପରେ ଟଙ୍କା ନ ଦେବାରୁ ଗୁରୁବାର ମହିଳାଙ୍କ ସହ ତାଙ୍କ ସ୍ବାମୀଙ୍କୁ ଅଟକ ରଖାଯାଇଥିଲା। ସେହିପରି ଶରଣକୁଳ ଥାନା ପଞ୍ଚରିଡ଼ା ଗ୍ରାମର ଜଣେ ମହିଳା ସିନ୍ଦୂରିଆ ନିକଟରେ ଥିବା ଏକ ନର୍ସିଂହୋମରେ ଦେଖାଉଥିଲେ। ଗୁରୁବାର ମହିଳାଙ୍କ ପ୍ରସବ ବେଦନା ହେବାରୁ ସନ୍ଧ୍ୟା ସମୟରେ ସେ ଉକ୍ତ ନର୍ସିଂହୋମ୍‌କୁ ଯାଇଥିଲେ। ସେଠାରେ ତାଙ୍କର ଅସ୍ତ୍ରୋପଚାର କରାଯିବ ବୋଲି କୁହାଯାଇଥିଲା। ରାତ୍ର ୯ଟାରେ ମହିଳା ଜଣକ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ହେଲେ କିଛି ସମୟ ପରେ ଚିକିତ୍ସା ଅଭାବରୁ ଶିଶୁଟିର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ କେନ୍ଦ୍ର କରି ଉକ୍ତ ନର୍ସିଂହୋମ୍‌ରେ ଉତ୍ତେଜନା ଦେଖାଦେଇଥିଲା। ପରେ ସକାଳେ ଶିଶୁଟିର ବାପା ଏ ନେଇ ଟାଉନ ଥାନାରେ ଅଭିଯୋଗ କରିଥିବା ସୂଚନା ଦେଇଛନ୍ତି। ବାରମ୍ବାର ଏଭଳି ଘଟଣା ଘଟୁଥିବାରୁ ପ୍ରଶାସନ ଏଥିପ୍ରତି ଦୃଷ୍ଟିଦେଇ ଏହାର ସମାଧାନ କରିବାକୁ ସାଧାରଣରେ ଦାବି ହେଉଛି। ଏ ନେଇ ଟାଉନ ଥାନା ଅଧିକାରୀ ଜୟଦୀପ ମହାନ୍ତିଙ୍କୁ ପଚାରିବାରୁ ସେ ଥାନାରେ ଏଭଳି କିଛି ଅଭିଯୋଗ ହୋଇ ନ ଥିବା ପ୍ରକାଶ କରିଥିଲେ। ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଶ୍ୱେତ ମହାପାତ୍ର କହନ୍ତି, ଏଭଳି ଘଟଣା ନେଇ ଅଭିଯୋଗ ହୋଇନାହିଁ, ଖବର ପାଇବା ପରେ ଉକ୍ତ ନର୍ସିଂହୋମ୍‌ରେ ଚଢ଼ାଉ କରାଯାଇ ତଦନ୍ତ କରାଯିବ ବୋଲି ସେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri