ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ

ଯୋଡ଼ା, ୨୪।୯ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡାସ୍ଥିତ ଟାଟା ଷ୍ଟିଲ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସେ ହେଲେ ଲୋକନାଥ ପ୍ରଧାନ(୪୭)।

ମିଳିଥିବା ସୂଚନାନୁଯାୟୀ, ଲୋକନାଥ ଏସ୍‌ଏନ୍‌ ସିଂ ନାମକ ଏକ ଠିକା ସଂସ୍ଥାରେ କାମ କରନ୍ତି। ପୂର୍ବାହ୍ନରେ ସେ ଅସୁସ୍ଥ ହୋଇପଡ଼ିଥିଲେ। ତୁରନ୍ତ ତାଙ୍କୁ ଟାଟାର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା କରାଯାଇଥିଲେ ସୁଦ୍ଧା ଅପରାହ୍ନରେ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ଲୋକନାଥଙ୍କ ସହିତ ଥିବା ମାନସ ରଞ୍ଜନ ସାହୁ ଚିକିତ୍ସାରେ ବିଳମ୍ବ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ କରିଛନ୍ତି। ତାଙ୍କ କହିବା ମୁତାବକ, ଲୋକନାଥଙ୍କୁ ପ୍ରଥମେ ଭୁବନେଶ୍ୱର ନେଇଯିବା ପାଇଁ କୁହାଯାଇଥିଲା। ହେଲେ ଟାଟା ଷ୍ଟିଲର ଡାକ୍ତର ତାଙ୍କୁ ଜାମସେଦପୁରସ୍ଥିତ ଟିଏମ୍‌ଏଚ୍‌କୁ ନେବାକୁ କହିଥିଲେ। ଏଥିରେ ବିଳମ୍ବ ହୋଇଯାଇଥିଲା। ଏଣୁ ତାଙ୍କର ମୃତ୍ୟୁ ଘଟିଥିବା ସେ କହିଛନ୍ତି।

ଅପରପକ୍ଷେ ଡାକ୍ତର ବସନ୍ତ କୁମାର ପାଳ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ମୃତ ଲୋକନାଥଙ୍କର ଡାଇବେଟିସ୍‌ ଓ ବ୍ଲଡ୍‌ ପ୍ରେସର ଥିଲା। ଏହା ହୃଦଘାତ ଜନିତ ମୃତ୍ୟୁ। ଜୀବନ ବଞ୍ଚାଇବା ପାଇଁ ଚେଷ୍ଟା କରାଯାଇଥିଲେ ହେଁ, ତାଙ୍କର ଡାକ୍ତରଖାନାରେ ପୁଣି ଥରେ ହୃଦଘାତ ହୋଇଯାଇଥିଲା । ଫଳରେ ତାଙ୍କର ମତ୍ୟୁ ଘଟିଥିଲା। ତାଙ୍କର ଚିକିତ୍ସା ବେଳେ ହିଁ ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରିବା ପାଇଁ ରେଫରାଲ ଚିଠି ମଧ୍ୟ କରାଯାଇଥିଲା। ଏଣୁ ଚିକିତ୍ସାରେ କୌଣସି ବିଳମ୍ବ ହୋଇନହାହିଁ । ଘଟଣାସ୍ଥଳରେ ଯୋଡା ପୋଲିସ ପହଞ୍ଚି ତଦନ୍ତ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ଗାଁକୁ ବ୍ୟାପିଲାଣି କ୍ୟାମ୍ପସ ରାଜନୀତି; ମହାବିଦ୍ୟାଳୟ ଛାଡି ଗାଁରେ ପ୍ରଚାର କରୁଛନ୍ତି ପ୍ରାର୍ଥୀ

ବଞ୍ଚୋ,୧୧।୧୦(ପ୍ରଦୋଷ ବିଶ୍ୱାଳ ): କ୍ୟାମ୍ପସରୁ ଗାଁ ମୁହାଁ ହେଲାଣି ଛାତ୍ର ସଂସଦ ନିର୍ବାଚନର ତାତି । ମହାବିଦ୍ୟାଳୟ ପରିସରରେ ସୀମିତ ରହିନାହିଁ ଛାତ୍ର ରାଜନୀତି । ଏବେ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?