ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଘଟଣା : କିମ୍ସ ହସ୍ପିଟାଲ କର୍ତ୍ତୃପକ୍ଷ ୨.୫ ଲକ୍ଷ ଦେବାକୁ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଚିକିତ୍ସାରେ ଗୁରୁତର ଅବହେଳା ଯୋଗୁ କିମ୍ସ ହସ୍ପିଟାଲରେ ଜଣେ ନବଜାତ ଶିଶୁପୁତ୍ରଙ୍କ ମୃତ୍ୟୁ ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାକୁ ନେଇ ମୃତକଙ୍କ ବାପା ପୁରୀ ଜିଲା ପୁରୁଷୋତ୍ତମନଗର ଗ୍ରାମର ଶିବ ପ୍ରସାଦ ନନ୍ଦ ଓଡ଼ିଶା ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହି ମାମଲାର ବିଚାର କରି କମିଶନ କିମ୍ସ ହସ୍ପିଟାଲକୁ ଦୋଷୀ ସାବ୍ୟସ୍ତ କରିବା ସହ ଅଭିଯୋଗକାରୀଙ୍କୁ ୨.୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଅଭିଯୋଗ ମୁତାବକ, ଶିବପ୍ରସାଦଙ୍କ ସ୍ତ୍ରୀ ମଧୁସ୍ମିତା ୨୦୧୭ ଫେବୃୟାରୀ ୯ ଅପରାହ୍ଣ ୨ଟାରେ କିମ୍ସ ହସ୍ପିଟାଲରେ ଏକ ପୁତ୍ର ଜନ୍ମ ଦେଇଥିଲେ। ହସ୍‌ପିଟାଲ୍‌ କର୍ତ୍ତୃପକ୍ଷ ଉକ୍ତ ଶିଶୁକୁ ତାଙ୍କ ମାତାପିତାଙ୍କୁ ଦେଖିବାର ସୁଯୋଗ ନ ଦେଇ ୭୨ ଘଣ୍ଟା ଆସିୟୁରେ ରଖିଥିଲେ। ପଚାରିବାରୁ ଶିଶୁଟିର ମୁଣ୍ଡରେ କ୍ଷତ ଥିବା କୁହାଯାଇଥିଲା। ଫେବୃୟାରୀ ୧୫ରେ ଶିଶୁଟିର ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଯାଇଥିବା ଓ ବକେୟା ବିଲ୍‌ ପୈଠ କରି ମୃତ ଶିଶୁକୁ ନେଇଯିବାରୁ ଫୋନ୍‌ରେ ହସ୍ପିଟାଲ ପକ୍ଷରୁ ଶିବପ୍ରସାଦଙ୍କୁ ଜଣାଇ ଦିଆଯାଇଥିଲା। ପରବର୍ତ୍ତୀ ସମୟରେ ମୃତ ଶିଶୁକୁ ମାତାପିତାଙ୍କୁ ହସ୍ତାନ୍ତରବେଳେ ସମ୍ପୂର୍ଣ୍ଣ ଆବୃତ୍ତ କରି ରଖାଯାଇଥିଲା। ଶ୍ମଶାନରେ ଅନାବୃତ୍ତ କରିବା ସମୟରେ ମୁଣ୍ଡରେ ୪୦ରୁ ଅଧିକ ଷ୍ଟିଚ୍‌ ପଡ଼ିଥିବା ଦେଖାଯାଇଥିଲା। ଏଥିଯୋଗୁ ଶିଶୁଟି ଜନ୍ମ ହେବା ପରେ ଆଖିବୁଜିଥିବା ଓ ହସ୍‌ପିଟାଲ୍‌ କର୍ତ୍ତୃପକ୍ଷ ୭ଦିନ ଧରି ଅଯଥାରେ ଆଇସିୟୁରେ ରଖି ଅର୍ଥ ଶୋଷଣ କରିଥିବା ଅଭିଯୋଗ ଆଣି ଶିବପ୍ରସାଦ ଓଏଚ୍‌ଆର୍‌ସିଙ୍କ ଦ୍ୱାରସ୍ଥ ହୋଇଥିଲେ। ଡାକ୍ତର ଓ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଶିଶୁଟିର ମୃତ୍ୟୁ ଘଟିଥିବାରୁ କମିଶନ ଦୁଇ ମାସ ମଧ୍ୟରେ କ୍ଷତିପୂରଣ ରାଶି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ନଚେତ ଏହାର କାରଣ ବିଷୟରେ ଜଣାଇବାକୁ କମିଶନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri