ଚିକିତ୍ସା ଲାଗି ଆସି ରୋଗୀ ହଇରାଣ: ଲମ୍ବାଧାଡ଼ିରେ ଦୀର୍ଘସମୟ ଠିଆ ହୋଇ ନିରାଶ ହେଲେ ରୋଗୀ

ବାରିପଦା ଅଫିସ,୨୨ା୯- ମୟୂରଭଞ୍ଜ ଜିଲାବାସୀଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଲକ୍ଷ୍ୟରେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ପ୍ରତିଷ୍ଠା କରାଯାଇଛି। ବିଭିନ୍ନ ସମୟରେ ରୋଗୀଙ୍କ ଭିଡ ଜମୁଥିବାରୁ ନାନା ସମସ୍ୟା ସୃଷ୍ଟି ହେଉଛି। ଶନିବାର ରୋଗୀଙ୍କ ରେଜିଷ୍ଟ୍ରଶନ ପାଇଁ ଉଦ୍ଦିଷ୍ଟ ଦୁଇଟି କାଉଣ୍ଟର ମଧ୍ୟରୁ ଗୋଟିଏ କାମ ନ କରିବାରୁ ରୋଗୀମାନେ ହଇରାଣ ହୋଇଥିଲେ। ଏ ନେଇ ମେଡିକାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା।
ମେଡିକାଲ କଲେଜ ପ୍ରତିଷ୍ଠା ପରଠାରୁ କେବଳ ମୟୂରଭଞ୍ଜ ନୁହେଁ ଅନ୍ୟ ପଡୋଶୀ ଜିଲା ସମେତ ପଶ୍ଚିମବଙ୍ଗ ଓ ଝାଡଖଣ୍ଡ ରାଜ୍ୟ ଉପାନ୍ତ ଅଞ୍ଚଳର ରୋଗୀମାନେ ଏଠାକୁ ଚିକିତ୍ସା ଲାଗି ଆସୁଛନ୍ତି। ଏଣୁ ଦିନକୁ ଦିନ ଏଠାରେ ରୋଗୀ ସଂଖ୍ୟା ବୃଦ୍ଧି ପାଉଛି। ବହିର୍ବିଭାଗ ରୋଗୀଙ୍କ ସୁବିଧା ଲାଗି ପ୍ରଶାସନ ପକ୍ଷରୁ ମହିଳା ଓ ପୁରୁଷଙ୍କ ସକାଶେ ଦୁଇଟି ନୂଆ ରେଜିଷ୍ଟ୍ରେଶନ କାଉଣ୍ଟର ଖୋଲାଯାଇଛି। ଏହା ସତ୍ତ୍ୱେ ସବୁବେଳେ ଏହି ଦୁଇ କାଉଣ୍ଟରରେ ଲମ୍ବା ଧାଡି ଲାଗି ରହୁଛି। ଦୀର୍ଘସମୟ ଧାଡିରେ ଅପେକ୍ଷା କରି ରୋଗୀ ଓ ସେମାନଙ୍କ ସମ୍ପର୍କୀୟ ହଇରାଣ ହେଉଛନ୍ତି। ଦୁଇଟି କାଉଣ୍ଟର ମଧ୍ୟରୁ ମହିଳାଙ୍କ ଲାଗି ଉଦ୍ଦିଷ୍ଟ କାଉଣ୍ଟର ଶନିବାର ସକାଳୁ ବନ୍ଦ ରହିବାରୁ ସବୁ ରୋଗୀ ଗୋଟିଏ କାଉଣ୍ଟରରେ ଭିଡ ଜମାଇଥିଲେ। ଅନେକ ଲୋକେ ରେଜିଷ୍ଟ୍ରେଶନ କରିବା ସତ୍ତ୍ୱେ ସମୟ ଅଭାବରୁ ଡାକ୍ତରଙ୍କୁ ଦେଖାଇ ନ ପାରି ନିରାଶ ହୋଇ ଫେରିଥିଲେ। ଏ ନେଇ ମେଡିକାଲ ପରିସରରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ଅନେକ ଲୋକ ଡାକ୍ତରଖାନା ସମସ୍ୟା ନେଇ ବିରକ୍ତି ପ୍ରକାଶ କରିଥିଲେ। ଏ ସମ୍ପର୍କରେ ହସ୍ପିଟାଲ ମ୍ୟାନେଜର ଡା.ସମୀର ମହାପାତ୍ରଙ୍କୁ ପଚାରିବାରୁ କହିଛନ୍ତି, ଗୋଟିଏ କାଉଣ୍ଟରର କମ୍ପ୍ୟୁଟର ଖରାପ ହୋଇପଡିବାରୁ ରୋଗୀଙ୍କ ରେଜିଷ୍ଟ୍ରଶନ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ଏହାକୁ ପରିଚାଳନା କରୁଥିବା ସଂସ୍ଥାକୁ ତୁରନ୍ତ ମରାମତି କରି ଲୋକଙ୍କୁ ସେବା ଦେବାକୁ କୁହାଯାଇଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri