ଚିକିତ୍ସା ସହାୟତା ପାଇଁ ନିବେଦନ, ଧରିତ୍ରୀ ଖବରକୁ ଟୁଇଟ୍‌ କଲେ ସାମାଜିକ କର୍ମୀ

ବରଗଡ଼ ଅଫିସ୍‌,୧୩।୫: ବରଗଡ଼ ଜିଲା ପାଇକମାଲ ଥାନା ଯୋଗୀନ୍ଦ୍ରନାଥପୁର ଗ୍ରାମର ଭାନୁମତୀ ଓ ଉଦ୍ଧବ ଗୁଣ୍ଡିଙ୍କ ଏକବର୍ଷର ଶିଶୁକନ୍ୟା ନିକିତାଙ୍କ ଶରୀର ଦିନକୁ ଦିନ ବଙ୍କେଇ ଯାଉଛି । ପ୍ରବାସୀ ଶ୍ରମିକ ପରିବାର ହୋଇଥିବା ଯୋଗୁ ସେମାନେ ଶିଶୁକନ୍ୟାର ଚିକିତ୍ସା ପାଇଁ ଆବଶ୍ୟକ ଅର୍ଥ ଯୋଗାଡ଼ କରି ପାରୁ ନାହାନ୍ତି। ତେବେ ପୂର୍ବରୁ ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ସୁଦ୍ଧା ଚିକିତ୍ସା ସହାୟତା କେବଳ କାଗଜ, କଲମରେ ସୀମିତ ରହିଯାଇଛି। ଅନ୍ୟପକ୍ଷେ ଶିଶୁକନ୍ୟାର ସ୍ବାସ୍ଥ୍ୟାବସ୍ଥା ଦିନକୁ ଦିନ ବିଗିଡ଼ିବାରେ ଲାଗିଛି । ଏ ନେଇ ବୁଧବାର ଧରିତ୍ରୀରେ ‘ଚିକିତ୍ସା ପାଇଁ ଅର୍ଥ ବାଧକ’ ଶୀର୍ଷକରେ ଏକ ଖବର ପ୍ରକାଶ ପାଇଥିଲା । ଶିଶୁକନ୍ୟାକୁ ଚିକିତ୍ସା ସହାୟତାରେ ପ୍ରଶାସନିକ ଅଧିକାରୀଙ୍କ ନୀରବତାକୁ ନେଇ ବରଗଡ଼ ଜିଲା ପାଇକମାଲ ବ୍ଲକ ଟେମରୀ ଗ୍ରାମର ସାମାଜିକ କର୍ମୀ ଦୀପା ବାରିକ କ୍ଷୋଭ ପ୍ରକାଶ କରିଛନ୍ତି। ଅନ୍ୟ ଜିଲାରେ ଏଭଳି ଗରିବ, ଅସହାୟଙ୍କୁ ଚିକିତ୍ସା ସହାୟତାରେ ପ୍ରଶାସନ ତତ୍ପର ହୋଇ ଉଠୁଛି। ମାତ୍ର ବରଗଡ଼ରେ ସେଭଳି କ୍ଷେତ୍ରରେ କାହିଁକି ପ୍ରଶାସନିକ ତତ୍ପରତାର ଅଭାବ ରହିଛି। କାଗଜ, କଲମରେ ଚିକିତ୍ସା ସହାୟତା ସୀମିତ ରହୁଛି ବୋଲି ପ୍ରଶ୍ନ କରି ଦୀପା ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ରାଜ୍ୟ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ, ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ପ୍ରମୁଖଙ୍କୁ ଟୁଇଟ୍‌ କରିଛନ୍ତି। ଅବିଳମ୍ବେ ଶିଶୁକନ୍ୟାକୁ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ସେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନରେ ଆହତ ପୋଲିସଙ୍କ ପରିବାର ବଖାଣିଲେ ଦୁଃଖ, ‘ଭିଡ଼ ପ୍ରାୟ ବାପାଙ୍କୁ ମାରିଦେଇଥାନ୍ତା’

ନୂଆଦିଲ୍ଲୀ,୩୧।୭: NEET ପେପର ଲିକ୍ ବିରୋଧରେ କକ୍ରୋଚ ଜନତା ପାର୍ଟି’ ଦ୍ୱାରା ଆୟୋଜିତ ‘ସଂସଦ ଚଲୋ ମାର୍ଚ୍ଚ’ ସମୟରେ ଜୁଲାଇ ୨୦ ରେ ହୋଇଥିବା ହିଂସାତ୍ମକ ସଂଘର୍ଷ…

ଗୋଟିଏ ସ୍ତ୍ରୀ ସହିତ ୩ ଦିନ, ଅନ୍ୟ ସ୍ତ୍ରୀ ସହ ସ୍ବାମୀ ୩ ଦିନ ବିତାଇବା ପରେ ଘଟିଲା ଏପରି କାଣ୍ଡ…

ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ରାମପୁର ଜିଲାର ଦଢ଼ିୟାଲ ଚୌକି ଅଞ୍ଚଳରୁ ଏକ ଅଜବ ପାରିବାରିକ ବିବାଦ ସାମ୍ନାକୁ ଆସିଛି। ପୁଅ ପାଇଁ ଦୁଇଥର ବିବାହ କରିଥିବା ଜଣେ ବ୍ୟକ୍ତିଙ୍କ…

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଭତ୍ତାରୁ ବଞ୍ଚିତ ହେଉଛନ୍ତି ୭୫% ଭିନ୍ନକ୍ଷମ ଛାତ୍ରୀ, ଗୁହାରି କରିବା ପରେ ବି…

ମୋହନା,୩୧।୭(ମନ୍ମଥ ମିଶ୍ର): ସରକାରୀ ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ଛାତ୍ରୀ । ୭୫% ଭିନ୍ନକ୍ଷମ ହୋଇ ମଧ୍ୟ ଭିନ୍ନକ୍ଷମ ଭତ୍ତାରୁ ଦୀର୍ଘ ବର୍ଷ ହେବ ବଞ୍ଚିତ ଅଛନ୍ତି ।…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri