ଚିକିତ୍ସା ସେବା ଅନୁଧ୍ୟାନ କଲେ ଜିଲାପାଳ

ଅନୁଗୋଳ ଅଫିସ୍‌, ୨୪ା୧

ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ଗୁରୁବାର ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନରେ ଯାଇ ଚିକିତ୍ସା ସେବା ଅନୁଧ୍ୟାନ କରିଛନ୍ତି। ମେଡିକାଲରେ ରୋଗୀଙ୍କୁ କିପରି ସେବା ପ୍ରଦାନ କରାଯାଉଛି ସେ ସମ୍ପର୍କରେ ରୋଗୀଙ୍କ ଠାରୁ ପଚାରି ବୁଝିଛନ୍ତି। ରୋଗୀ ସଂଖ୍ୟା ବଢ଼ୁଥିବାରୁ ଟିକେଟ୍‌ କାଉଣ୍ଟରକୁ ୨ରୁ ୫କୁ ବୃଦ୍ଧି କରାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।
ଅପରାହ୍ନରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ଜିଲାପାଳ ମେଡିକାଲର ବିଭିନ୍ନ ଓ୍ବାର୍ଡ ବୁଲିଥିଲେ। ତାଙ୍କ ସହ ସହରର କେତେଜଣ ବ୍ୟକ୍ତି ଓ ଡାକ୍ତର ବିଶ୍ୱଜିତ ସାମଲ ଉପସ୍ଥିତ ଥିଲେ। ଆଉଟ୍‌ ଡୋର ନିକଟରେ ରୋଗୀଙ୍କ ଲମ୍ବାଧାଡ଼ି ଦେଖି ଜିଲାପାଳ କମ୍ପ୍ୟୁଟରାଇଜ୍‌ ପଞ୍ଜୀକରଣ ହେଉଥିବା କାଉଣ୍ଟରକୁ ଯାଇଥିଲେ। ସେଠାରେ ମଧ୍ୟ ବହୁ ସଂଖ୍ୟାରେ ରୋଗୀ ଲାଇନ୍‌ରେ ଠିଆ ହୋଇଥିବାରୁ ଜିଲାପାଳ ବିରକ୍ତି ପ୍ରକାଶ କରିଥିଲେ। ତୁରନ୍ତ ଲୋକଙ୍କୁ ଟିକେଟ୍‌ ପ୍ରଦାନ କରିବାକୁ କାଉଣ୍ଟରରେ ଥିବା କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଏମ୍‌ଆର୍‌ଆଇ ସମ୍ମୁଖରେ ଜିଲାପାଳ ଛିଡ଼ା ହେବା ସମୟରେ କେତେଜଣ ରୋଗୀଙ୍କ ସହ ଆଲୋଚନା କରିଥିଲେ। ମିଳୁଥିବା ଚିକିତ୍ସା, ଠିକ୍‌ ସମୟରେ ଡାକ୍ତର ଆସୁଛନ୍ତି କି ନାହିଁ, ବାହାରୁ ଔଷଧ କିଣିବାକୁ ପଡ଼ୁଛି କି ନାହିଁ ସେ ସମ୍ପର୍କରେ ପଚାରି ବୁଝିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ…

ସୌମ୍ୟଙ୍କ ସାଙ୍ଗ ଭୂମିକା ତଦନ୍ତ ପରିସର: କ୍ରାଇମବ୍ରାଞ୍ଚ ଡିଆଇଜି

ଭୁବନେଶ୍ୱର,୨୮।୫: କ୍ରାଇମବ୍ରାଞ୍ଚ ଡିଆଇଜି ବି. ଗଙ୍ଗାଧର ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଏକ ବଡ଼ ସୂଚନା ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ମୃତ୍ୟୁ ମାମଲାରେ ଆହୁରି ୧୦ଜଣ ଅଭିଯୁକ୍ତ…

ଅର୍ଦ୍ଧନିର୍ମିତ ବ୍ରିଜ୍ ପାଇଁ ବିପଦରେ ଲୋକଙ୍କ ଜୀବନ, ସମାଧାନ ପାଇଁ ପ୍ରଶାସନକୁ ଦାବି କଲେ ସ୍ଥାନୀୟ ବାସିନ୍ଦା

ଛତ୍ରପୁର,୨୮।୫(ଦିଲ୍ଲୀପ ସାମଲ) : ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ବିକାଶମୂଳକ ପଦକ୍ଷେପ ନେଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

ସରକାରୀ ଅଫିସରେ ବି ଅସୁରକ୍ଷିତ ମହିଳା! DRDA ଲେଡିଜ୍‌ ୱାସରୁମରୁ ଲାଗିଥିଲା ସିକ୍ରେଟ କ୍ୟାମେରା

ତିର୍ତ୍ତୋଲ,୨୮।୫(ଗୌରାଙ୍ଗ ଚରଣ ସ୍ବାଇଁ): ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସରୁମରୁ ସିକ୍ରେଟ କ୍ୟାମେରା ଜବତ ହୋଇଛି । ଏହି କ୍ୟାମେରା କିଏ ଓ କେଉଁ ଉଦ୍ଦେଶ୍ୟରେ ଲଗାଇଥିଲା ତାହା…

ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା କାର୍, ଦୁର୍ଘଟଣାରେ ଚାଲିଗଲା ୨ଜୀବନ

କେନ୍ଦୁଝର,୨୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅନ୍ତର୍ଗତ ରାସୋଳ ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଢେଙ୍କାନାଳରୁ ଘଟଗାଁ ଯାଉଥିବା ବେଳେ ରାସୋଳ ଗ୍ରାମ…

ଦାରିଙ୍ଗବାଡ଼ିରେ ଫେଲ୍‌ ମାରୁଛି ଶିଶୁ ସୁରକ୍ଷା ଅଭିଯାନ, ଟାଣଖରାରେ ଖଟୁଛନ୍ତି ଶିଶୁଶ୍ରମିକ

ଦାରିଙ୍ଗବାଡ଼ି,୨୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶିଶୁଶ୍ରମିକ ନିରୋଧ ଯୋଜନା ଫେଲ୍‌ ମାରୁଛି। ପ୍ରତି ମାସରେ ଏନେଇ ଟାସ୍କ ଫୋର୍ସର ଘନଘନ ବୈଠକ ସତ୍ତ୍ୱେ…

ଆଜି ପାଇଁ ସାବଧାନ ରୁହନ୍ତୁ ଏହି ଜିଲାବାସୀ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୨୮।୫: ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସାଙ୍ଗକୁ ଝଡ଼ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri