Posted inରାଜ୍ୟ

ଚିକିତ୍ସାରେ ଅର୍ଥ ସାଜିଛି ବାଧକ: ସ୍ତ୍ରୀ ମୁଣ୍ଡରେ ରୋଗଣା ସ୍ବାମୀର ବୋଝ, ସହାୟତା ଯୋଗାଇଦେବାକୁ ଦାବି

ଗଣିଆ,୧୪ା୭(ଡି.ଏନ.ଏ.): ଆର୍ଥିକ ଅନଗ୍ରସର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଏହା ସତ୍ତ୍ୱେ ଗ୍ରାମାଞ୍ଚଳର ଅନେକ ଗରିବ ଶ୍ରେଣୀର ଲୋକ ଏହାର ସୁବିଧା ନ ପାଇ ରୋଗଶଯ୍ୟାରେ ଶଢୁଥିବା ଦେଖିବାକୁ ମିଳୁଛି । ନୟାଗଡ଼ ଜିଲା ଗଣିଆ ବ୍ଲକ ଛାମୁଣ୍ଡିଆ ପଞ୍ଚାୟତ ଛାଡମୂଳ ଗ୍ରାମର ଜୟଦେବ ବେହେରା (୪୬) ୩ ବର୍ଷ ହେଲା ରୋଗ ଯନ୍ତ୍ରଣାରେ ପେଷି ହେଉଛନ୍ତି। ଚିକିତ୍ସା ନିମିତ୍ତ ସେ ତାଙ୍କର ସମସ୍ତ ସ୍ଥାବର ସମ୍ପତ୍ତି ବିକ୍ରି କରିସାରିଲେଣି । ଗାଁ ସାଉକାରଙ୍କଠାରୁ ଆରମ୍ଭ କରି ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାମାନଙ୍କଠାରୁ ଟଙ୍କା ଆଣିଥିବାରୁ ଋଣଭାର ମଧ୍ୟ ବଢିବାରେ ଲାଗିଛି। ଏପରିସ୍ଥଳେ ସ୍ବାମୀ ଓ ସ୍ତ୍ରୀଙ୍କୁ ଦୁଇବେଳା ଦୁଇମୁଠା ଖାଦ୍ୟ ଯୋଗାଡ କରିବା କଷ୍ଟକର ହୋଇପଡିଛି। ତାଙ୍କ କହିବା ଅନୁଯାୟୀ, ୩ବର୍ଷ ତଳେ ଅମୃତଭଣ୍ଡା ତୋଳୁଥିବାବେଳେ ଅମୃତଭଣ୍ଡାଟି ତାଙ୍କ ଛାତି ଉପରେ ପଡିଥିଲା। ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରିଥିଲେ ମଧ୍ୟ ଯନ୍ତ୍ରଣାରୁ ଉପଶମ ମିଳି ନ ଥିଲା। ଏହା ପରେ ସେ କଟକର ଏକ ଘରୋଇ ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ ତାଙ୍କ ଛାତିରେ ରକ୍ତ ଜମାଟ ହୋଇଥିବା ଡାକ୍ତର କହିଥିଲେ । ସମ୍ପୃକ୍ତ ଡାକ୍ତର ତାଙ୍କୁ ୩ମାସ ପର୍ଯ୍ୟନ୍ତ ଔଷଧ କିଣି ଖାଇବା ପାଇଁ ପରାମର୍ଶ ଦେଇଥିଲେ । ଏଥିସହ ୩ମାସ ପରେ ଆବଶ୍ୟକ ସ୍ଥଳେ ଅସ୍ତ୍ରୋପଚାର କରିବାକୁ ପଡିପାରେ ବୋଲି କହିଥିଲେ। ତେବେ ଗୋଟିଏ ବଟିକାର ଦାମ ୮ଶହ ଟଙ୍କା ହୋଇଥିବାରୁ ତାଙ୍କୁ ୩ମାସ ପାଇଁ ୭୨ହଜାର ଟଙ୍କା ଦରକାର ହେଉଥିବା ଜୟଦେବ କହିଛନ୍ତି। ଜୟଦେବଙ୍କ ପୁଅଝିଅ ନ ଥିବାବେଳେ ରୋଗାକ୍ରାନ୍ତ ହେବା ଦିନଠାରୁ ସ୍ତ୍ରୀ ଉତ୍ତମ ମୂଲ ଲାଗି ପରିବାର ପ୍ରତିପୋଷଣ କରୁଛନ୍ତି। ମହିଳା ହେତୁ ଉତ୍ତମଙ୍କୁ ସବୁବେଳେ କାମ ମିଳିପାରୁନାହିଁ । ଫଳରେ ସ୍ବଳ୍ପ ରୋଜଗାରରେ ସ୍ବାମୀଙ୍କ ଚିକିତ୍ସା ଓ ପରିବାର ପ୍ରତିପୋଷଣ ତାଙ୍କ ପାଇଁ ବୋଝ ପାଲଟିଛି । ଏ ସମ୍ପର୍କରେ ସେ ସ୍ଥାନୀୟ ଜନପ୍ରତିନିଧିଙ୍କୁ ଗୁହାରି କରିଥିଲେ ମଧ୍ୟ କୌଣସି ସହାୟତା ମିଳିପାରିନାହିଁ । ତେବେ ଜୟଦେବଙ୍କ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri