ଚିଙ୍ଗୁଡି ଘେରି ଉଚ୍ଛେଦ ମାମଲା: ପକ୍ଷଭୁକ୍ତ ହେଲା ମତ୍ସ୍ୟଜୀବୀ ସମବାୟ ସମିତି

କଟକ ଅଫିସ, ୭ା୧- ଚିଙ୍ଗୁଡ଼ି ଘେରି ଉଚ୍ଛେଦ ମାମଲାରେ ସ୍ଥିତି ସମ୍ପର୍କିତ ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟଙ୍କ ପକ୍ଷରୁ ଜିଲାପାଳମାନଙ୍କୁ ଆଦେଶ ହୋଇଛି। ଆସନ୍ତା ୨୭ ତାରିଖ ମଧ୍ୟରେ ଏହି ରିପୋର୍ଟ ଦାଖଲ କରିବା ପାଇଁ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା ଓ ବିଚାରପତି ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ଆଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ଏହି ମାମଲାରେ ପକ୍ଷଭୁକ୍ତ ହେବା ନିମନ୍ତେ ପ୍ରାଥମିକ ମତ୍ସ୍ୟଜୀବୀ ସମବାୟ ସମିତି ପକ୍ଷରୁ ହାଇକୋର୍ଟରେ ଏକ ଆବେଦନ କରାଯାଇଥିଲା। ଉକ୍ତ ଆବେଦନକୁ ଖଣ୍ଡପୀଠ ଗ୍ରହଣ କରି ଘେରି ଉଚ୍ଛେଦ ହେଲେ ସେମାନଙ୍କ ଜୀବନ ଜୀବିକା କେତେ ମାତ୍ରାରେ ପ୍ରଭାବିତ ହେଉଛି ତା’ର ଆକଳନ ରିପୋର୍ଟ ମଧ୍ୟ ଦାଖଲ କରିବାକୁ ଆଦେଶ ହୋଇଛି। ସୂଚନାଥାଉ କି, ଚିଲ୍ଲିକା ଓ ଭିତରକନିକାରେ ବେଆଇନ ଚିଙ୍ଗୁଡ଼ି ଘେରିକୁ ନେଇ ହାଇକୋର୍ଟରେ ଏହି ମାମଲା ରୁଜୁ ହୋଇଥିଲା। ଉକ୍ତ ମାମଲାର ଶୁଣାଣି ଜାରି ରହିଥିବାବେଳେ ସୋମବାର ପରିବେଶ ବିଭାଗର ନିର୍ଦ୍ଦେଶକଙ୍କ ପକ୍ଷରୁ ହାଇକୋର୍ଟରେ ଏକ ସତ୍ୟପାଠ ଦାଖଲ କରାଯାଇଛି। ଚିଙ୍ଗୁଡ଼ି ଘେରି ସମ୍ପର୍କରେ ଗତ ୨ ତାରିଖରେ ଏକ ବୈଠକ ଡକାଯାଇ ଘେରି ଉଚ୍ଛେଦ ଉପରେ ଆଲୋଚନା କରାଯାଇଥିବା ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri