ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧ ପ୍ରସଙ୍ଗ: ତହସିଲ ସମ୍ମୁଖରେ ଧାରଣାକାରୀଙ୍କ ବିକ୍ଷୋଭ

ଏରସମା, ୧୫।୨ (ସ୍ବ.ପ୍ର.): ଏରସମା ଥାନା ଅଧୀନ ଜିରାଇଲୋ ପଞ୍ଚାୟତସ୍ଥିତ ଶରବା ଗ୍ରାମ ନିକଟରେ ପ୍ରସ୍ତାବିତ ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧ କରି ଗତ ଜାନୁୟାରୀ ୨୧ରୁ ଦିଆଯାଇଥିବା ଗଣଧାରଣା ଶୁକ୍ରବାର ୨୫ ଦିନରେ ପହଞ୍ଚିଛି। ଧାରଣା ଦିଆ ଯିବାର ୨୨ ଦିନ ପରେ ପ୍ରଶାସନ ଧାରଣାସ୍ଥଳକୁ ଆସି ଜନଶୁଣାଣି କରିବା ଓ ଖୋଲାଖୋଲି ଜନମତକୁ ଅବମାନନା କରିବା ଦ୍ୱାରା ଆନ୍ଦୋଳନ ତୀବ୍ରରୂପ ଧାରଣ କରିଛି। ଏହାର ପ୍ରତିବାଦରେ ଜିରାଇଲୋ ପଞ୍ଚୟତସ୍ଥିତ ୯ ମୌଜାର ଶତାଧିକ ମହିଳାପୁରୁଷ ଶୁକ୍ରବାର ଏରସମା ତହସିଲ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଭିଟାମାଟି ସୁରକ୍ଷା ସମିତିର ସଭାପତି ଅଭିଜିତ ସାହୁଙ୍କ ନେତୃତ୍ୱରେ ଆନ୍ଦୋଳନକାରୀମାନେ ଗଣଧାରଣାସ୍ଥଳରୁ ପଦଯାତ୍ରାରେ ‘ଅମ ଗାଁ ଅମେ ଛାଡିବୁ ନାହିଁ’ ନାରାଦେଇ ତହସିଲ ସମ୍ମୁଖରେ ପହଞ୍ଚିଥିଲେ। ସେଠାରେ ଆୟୋଜିତ ପ୍ରତିବାଦ ସଭାରେ ପୋସ୍କୋ ପ୍ରତିରୋଧ ସଂଗ୍ରାମ ସମିତିର ସଭାପତି ଅଭୟ ସାହୁ କହିଥିଲେ,ପ୍ରକଳ୍ପ ପାଇଁ ପ୍ରସ୍ତାବିତ ସ୍ଥାନ ଶରବା ଗ୍ରାମଠାରୁ ୨୦ ମିଟର, କିମିଲୋ ଗ୍ରାମ ଓ ଜିରାଇଲୋ ନ ମୌଜୀ ହାଇସ୍କୁଲଠାରୁ ୧୦୦ମିଟର ଦୂର ହୋଇଥିବାରୁ ପ୍ରକଳ୍ପର କୁପ୍ରଭାବ ପରିବେଶକୁ ସିଧାସଳଖ ପ୍ରଭାବିତ କରିବ। ଜିଲା ପ୍ରଶାସନ ସ୍ଥାନୀୟ ଲୋକମାନଙ୍କ ଜୀବନ ଜୀବିକାକୁ ସହୃଦୟତାର ସହ ବିଚାରକୁ ନେଇ ପ୍ରକଳ୍ପ ସ୍ଥାନାନ୍ତର କରନ୍ତୁ। ନଚେତ୍‌ ଆଗାମୀ ଦିନଠାରୁ କେବଳ ମହିଳା ଓ ଶିଶୁ ଆନ୍ଦୋଳନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲେଣି ବୋଲି ଚେତାବନୀ ଦେଇଥିଲେ। ଏଥିରେ ସିପିଆଇର ବରିଷ୍ଠ ନେତା ଶଶିଭୂଷଣ ସ୍ବାଇଁ, ଉତ୍କଳ ମହିଳା ସମିତିର ରାଜ୍ୟ ସମ୍ପାଦିକା ଜିନ୍ମୟୀ ସାହାଣୀ, ନାରୀନେତ୍ରୀ ମଞ୍ଜୁଲତା ହାତୀ, ରବୀନ୍ଦ୍ର ମାଝି, ସୁରେନ୍ଦ୍ର ସ୍ବାଇଁ, ବିଶ୍ୱନାଥ ବେହେରା, ରବୀନ୍ଦ୍ର ପାଇଟାଳ ପ୍ରମୁଖ ଉପସ୍ଥିତ ଥିଲେ। ଜିଲାପାଳଙ୍କ ଉଦ୍ଦେଶ୍ୟରେ ସହସିଲଦାର ଚିତ୍ତରଞ୍ଜନ ମହାନ୍ତଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?