ଚିଚେର ଗ୍ରାମରେ ପାଣି ସମସ୍ୟା

ଖଡ଼ିଆଳ, ୨୩।୪: (ଡି.ଏନ୍‌.ଏ.) ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ନେହେନା ପଞ୍ଚାୟତର ଚିଚେର ଗ୍ରାମରେ ପାଣି ସମସ୍ୟା। ଗ୍ରାମର ୩ଟି ନଳକୂପରୁ ପାଣି ବାହାରୁ ନ ଥିବାରୁ ଚିଚେର ତଳ ପଡ଼ାର ୫୦୦ରୁ ଅଧିକ ଲୋକ ହଇରାଣ ହେଉଥିବା ଅଭିଯୋଗ କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ବିଗତ ୨୦ ବର୍ଷରୁ ଅଧିକ ଦିନ ହେଲା ଚିଚେର ଓ ତୋରଲୀ ଗ୍ରାମକୁ ଜଳଯୋଗାଣ ହେଉଛି। ହେଲେ ଜଳ ଯୋଗାଣ ମାସକୁ ସାତରୁ ଆଠ ଦିନ ଚାଲୁଥିବା ବେଳେ ବାକି ଦିନଗୁଡ଼ିକରେ ଜଳ ଯୋଗାଣ ବନ୍ଦ ରହୁଛି। ଫଳରେ ଗ୍ରାମବାସୀ ୩ ଟି ନଳକୂପ ଉପରେ ନିର୍ଭର କରି ଚଳୁଥିବା ବେଳେ ବର୍ତ୍ତମାନ ସେହି ନଳକୂପରୁ ବହୁତ ସମୟ ଧରି ମାରିଲେ ଅଳ୍ପ ପାଣି ବାହାରୁଛି । ଫଳରେ ପାଣି ପାଇଁ ଦୀର୍ଘ ସମୟ ଧରି ଅପେକ୍ଷା କରିବାକୁ ପଡ଼ୁଛି। ଗୃହ ପାଳିତ ପଶୁ ପକ୍ଷୀଙ୍କୁ ଦିନ ବେଳା ଯେକୌଣସି ବ୍ୟବସ୍ଥା କରି ପାଣି ଯୋଗାଇ ଦିଆଯାଉଛି। କିନ୍ତୁ ରାତିରେ ବହୁତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନଳକୂପ ମରାମତି ପାଇଁ ଗ୍ରାମବାସୀ ପଞ୍ଚାୟତଠାରୁ ବ୍ଲକ କାର୍ଯ୍ୟାଳୟରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ କିଛି ସୁଫଳ ମିଳୁନାହିଁ। ଫଳରେ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ଆଗାମୀ ଦିନରେ ପାଣି ସମସ୍ୟାର ସମାଧାନ ନ ହେଲେ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ଗ୍ରାମବାସୀ ନିଷ୍ପତ୍ତି ନେଇଛନ୍ତି। ଏନେଇ ଜଳ ଓ ପରିମଳ ଯନ୍ତ୍ରୀଙ୍କୁ ଅବଗତ କରିବାରୁ ତାଙ୍କ ପାଖରେ ଅଭିଯୋଗ ନଥିବା କହିଛନ୍ତି। ତୁରନ୍ତ ପାଣି ସମସ୍ୟାର ସମାଧାନ କରାଯିବ ବୋଲି ପ୍ରତିଶ୍ରୂତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri