ଚିତ୍ରରେ ଗଞ୍ଜାମ ଜିଲାପାଳଙ୍କ କରୋନା ବାର୍ତ୍ତା: ଘରୁ ବାହାରିବା ବେଳେ ମାସ୍କ ସହ ବ୍ୟବହାର କରନ୍ତୁ ଛତା, ସାମାଜିକ ଦୂରତ୍ୱ ରହିବ

ଛତ୍ରପୁର, ୩୦।୪(ଡି.ଏନ୍‌.ଏ.)- କରୋନାର ମୁକାବିଲା ନିମନ୍ତେ ମାସ୍କର ବ୍ୟବହାର ଏବଂ ସାମାଜିକ ଦୂରତା ରଖିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହାକୁ ନେଇ ସରକାରୀସ୍ତରରେ ଲୋକମାନଙ୍କୁ ସଚେତନ କରାଯାଉଛି। ଏହି କ୍ରମରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ଚିତ୍ର ଆଙ୍କି ଭିନ୍ନ ବାର୍ତ୍ତା ଦେଇଛନ୍ତି। ଘରୁ ବାହାରିବା ସମୟରେ ସାମାଜିକ ଦୂରତ୍ୱ ରଖିବା ନିମନ୍ତେ ଛତାର ବ୍ୟବହାର କରିହେବ।  ଏହାଦ୍ୱାରା କରୋନା ଓ ରୌଦ୍ରତାପରୁ ସୁରକ୍ଷା ପାଇହେବ ବୋଲି ସେ କହିଛନ୍ତି।

ଜିଲାପାଳ ବାର୍ତ୍ତା ଦେଇ କହିଛନ୍ତି, ଘରେ ରୁହନ୍ତୁ ସୁରକ୍ଷିତ ରୁହନ୍ତୁ। ଅତି ଆବଶ୍ୟକ ପଡିଲେ ଘରୁ ବାହାରିଲେ ଉଭୟ ମାସ୍କ ଓ ଛତା ବ୍ୟବହାର କରିବାକୁ ଜନସାଧାରଣଙ୍କୁ ସେ ଅନୁରୋଧ କରିଛନ୍ତି। ମାସ୍କ ବ୍ୟବହାର କଲେ ନିଜର ପାଟି ଓ ନାକକୁ ସୁରକ୍ଷିତ ରଖିହେବ। ସେହିପରି ଛତା ବ୍ୟବହାର ଦ୍ୱାରା ଦେଢ଼ ମିଟର ସାମାଜିକ ଦୂରତା ଅବଲମ୍ବନ କରିବା ସହ ରୌଦ୍ର ତାପରୁ ସୁରକ୍ଷିତ ରଖିହେବ ବୋଲି ଜ଼ିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri