ଚିନିକଳ ନିରାପତ୍ତା କର୍ମଚାରୀଙ୍କୁ ମିଳିନି ୨୪ ମାସର ଦରମା, ଜିଲାପାଳଙ୍କୁ ଫେରାଦ

ବରଗଡ଼ ଅଫିସ୍‌,୨୨।୮- ବରଗଡ଼ ସହର ଉପକଣ୍ଠ ତୋରାସ୍ଥିତ ସମବାୟ ଚିନିକଳରେ କାର୍ଯ୍ୟରତ ନିରାପତ୍ତା କର୍ମଚାରୀଙ୍କୁ ୨୪ମାସର ଦରମା ମିଳି ନଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଗୁରୁବାର ନିରାପତ୍ତା କର୍ମଚାରୀମାନେ ବରଗଡ଼ ଜିଲାପାଳଙ୍କୁ ଫେରାଦ ହୋଇଥିଲେ। ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ସେମାନେ ଏ ନେଇ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସ୍ମାରକପତ୍ରରେ ସେମାନେ ଉଲ୍ଲେଖ କରିଛନ୍ତି, ଦରମା ମିଳୁ ନ ଥିବା ନେଇ ବାରମ୍ବାର ବିଭାଗୀୟ ଉଚ୍ଚ କର୍ତ୍ତପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ତେବେ ବିଭାଗୀୟ କର୍ତ୍ତୃପକ୍ଷଙ୍କଠାରୁ କେବଳ ଆଶ୍ୱାସନା ଛଡ଼ା ଅନ୍ୟକିଛି ମିଳୁ ନଥିବା ନିରାପତ୍ତା କର୍ମଚାରୀମାନେ ଅଭିଯୋଗ କରିଛନ୍ତି । ଅପରପକ୍ଷେ ଆଗକୁ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଆସୁଛି । ସେହି ପର୍ବ ପାଳନ କରିବା ପାଇଁ ମଧ୍ୟ ହାତରେ ଅର୍ଥ ନାହିଁ । ଏଣୁ ବକେୟା ଦରମା ପ୍ରଦାନ କ୍ଷେତ୍ରରେ ବିହିତ ପଦକ୍ଷେପ ନେବା ପାଇଁ ନିରାପତ୍ତା କର୍ମଚାରୀମାନେ ଜିଲାପାଳଙ୍କୁ ନିବେଦନ କରିଛନ୍ତି । ସ୍ମାରକପତ୍ରରେ ଦୀପରାଜ ପ୍ରସାଦ, ବଳିଷ୍ଠ ସାହୁ, ନନ୍ଦକିଶୋର ରଣା, ରାଜକିଶୋର ଦୀପ ପ୍ରମୁଖଙ୍କ ସ୍ବାକ୍ଷର ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri