ଚିନ୍ତା ବଢ଼ାଇଲେ ସ୍ଥାନୀୟ ଆକ୍ରାନ୍ତ

ଭୁବନେଶ୍ୱର, ୩।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୋଟିଏ ଦିନରେ ୧୮ଜିଲାରେ ଚିହ୍ନଟ ହୋଇଛନ୍ତି ଆଉ ୧୪୧ ନୂଆ ଆକ୍ରାନ୍ତ। ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଏମାନଙ୍କ ମଧ୍ୟରେ ୩୧ଜଣ ସ୍ଥାନୀୟ ସଂକ୍ରମଣ(ଲୋକାଲ କେସ୍‌) ଅଛନ୍ତି। ପ୍ରତ୍ୟେକ ଦିନ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ମଧ୍ୟରୁ ପ୍ରାୟ ୯୫ପ୍ରତିଶତ ଆକ୍ରାନ୍ତ ବାହାର ରାଜ୍ୟରୁ ଫେରିଥିବା ବ୍ୟକ୍ତି ରହିଥାନ୍ତି। କିନ୍ତୁ ଚିହ୍ନଟ ହୋଇଥିବା ନୂଆ ୧୪୧ ସଂକ୍ରମିତଙ୍କ ମଧ୍ୟରେ ଅନ୍ୟ ଦିନ ଅପେକ୍ଷା ସବୁଠାରୁ ଅଧିକ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି। ତେବେ ଏମାନେ କେଉଁ ଅଞ୍ଚଳର ଏବଂ ସେମାନେ କିପରି ସଂକ୍ରମିତ ହେଲେ ସେନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ଯାହାକି ଏବେ ରାଜ୍ୟବାସୀଙ୍କ ଚିନ୍ତା ବଢ଼ାଇ ଦେଇଛି। ଗତ ୧୫ଦିନରେ ରାଜ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୮୭ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି। ଗତ ୨୪ଘଣ୍ଟାରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରେ ସର୍ବାଧିକ ୨୭ଜଣ ଥିବାବେଳେ ଖୋର୍ଦ୍ଧାରେ ୨୬, ନୂଆପଡ଼ା ୧୯, କେନ୍ଦ୍ରାପଡ଼ା ୧୩ ଓ ଯାଜପୁରରୁ ୧୦, ସୁନ୍ଦରଗଡ଼ରୁ ୮, ବଲାଙ୍ଗୀର ୭, କଟକ ୬, ପୁରୀରୁ ୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଜଗତସିଂହପୁର, ଗଜପତି ଓ କେନ୍ଦୁଝରରୁ ୪ଜଣ ଲେଖାଏ, ବାଲେଶ୍ୱର ଓ ଢେଙ୍କାନାଳରୁ ୨ଜଣ ଲେଖାଏ ଏବଂ ନୟାଗଡ଼, ମୟୂରଭଞ୍ଜ, ଅନୁଗୋଳ ଓ ସମ୍ବଲପୁରରୁ ଜଣେ ଲେଖାଏ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୧୦ଜଣ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ବେଳେ ଅନ୍ୟ ୩୧ ସ୍ଥାନୀୟଙ୍କୁ ନେଇ ଚିନ୍ତା ବଢ଼ିଛି।
ଅପରପକ୍ଷରେ ଗତ ୨୪ ଘଣ୍ଟାରେ ରାଜ୍ୟର ୧୪ଜିଲାରୁ ୮୦ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପୁରୀରୁ ୧୭, କେନ୍ଦ୍ରାପଡ଼ାରୁ ୧୬, ମାଲକାନଗିରିରୁ ୧୬, କଟକରୁ ୭, ନୟାଗଡ଼, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝରରୁ ୩ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। ସେହପରି ଗଞ୍ଜାମ, କନ୍ଧମାଳ ଏବଂ ଖୋର୍ଦ୍ଧା ଜିଲାରୁ ୨ ଜଣ ଲେଖାଏ ସୁସ୍ଥ ହୋଇଥିବା ବେଳେ ବଲାଙ୍ଗୀର, ଜଗତସିଂହପୁର ଏବଂ ନବରଙ୍ଗପୁରରୁ ଜଣେ ଲେଖାଏ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ନୂଆ ୮୦ଜଣ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ଏବେ ସୁସ୍ଥଙ୍କ ସଂଖ୍ୟା ୧୩୨୫କୁ ବୃଦ୍ଧି ପାଇଛି। ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ପହଞ୍ଚତ୍ୟାଇଥିବା ବେଳେ ୯୧୧ଜଣ ସକ୍ରିୟ ରୋଗୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେମିକଣ୍ଡକ୍ଟର ପ୍ରକଳ୍ପ ଓ ମରୁଭୂମିର ଚିତ୍ର

ପ୍ରତିବର୍ଷ ଜାତିସଂଘ ତରଫରୁ ଆଦିବାସୀ ଅଧିକାର ଦିବସ ଅଗଷ୍ଟ ୯ରେ ପାଳିତ ହୋଇଥାଏ। ୧୯୪୨ ମସିହାର ଏହି ଦିନରେ ମହାତ୍ମା ଗାନ୍ଧୀ କର ବା ମର ଡାକରା…

ପ୍ରତିଦ୍ୱନ୍ଦ୍ୱିତା ବଢୁ

ଭାରତବର୍ଷରେ ସରକାରୀ ସଂସ୍ଥାଗୁଡ଼ିକର ଲକ୍ଷ୍ୟ ଲୋକକଲ୍ୟାଣ ପାଇଁ ରହିବା କଥା। କିନ୍ତୁ ସରକାରୀ ନୀତି ଉତ୍ତମ ନ ରହିବାରୁ ବହୁ ସଂସ୍ଥା କ୍ଷତିରେ ଚାଲିଥାଏ। ୧୯୯୧ରେ ଉଦାରୀକରଣ,…

Asian Games 2026: ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଲେ, ‘ଆପଣମାନେ ଦେଶକୁ…’

ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏସୀୟ କ୍ରୀଡ଼ା ୨୦୨୬’ (Asian Games 2026) ରେ ଭାରତୀୟ ଦଳର ପ୍ରଦର୍ଶନ ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦୃଢ଼ ସଂକଳ୍ପ,…

ପେରୁରେ ମିଳିଲା ନୂଆ ପ୍ରଜାତିର ଏଣ୍ଡୁଅ, ଉଚ୍ଚତା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲିମା,୫।୧୦ (ପେରୁ): ଦକ୍ଷିଣ ପେରୁର ଆଣ୍ଡିଜ୍‌ ପର୍ବତମାଳାରେ ବୈଜ୍ଞାନିକମାନେ ଏକ ନୂଆ ପ୍ରଜାତି ଏଣ୍ଡୁଅର ସନ୍ଧାନ ପାଇଛନ୍ତି। ସମୁଦ୍ର ପତନଠାରୁ ପ୍ରାୟ ୪,୮୦୦ ମିଟରରୁ ଅଧିକ ଉଚ୍ଚ…

ଠିକାଦାର ପ୍ରୀତି: ୮୪.୪୨ କୋଟି କ୍ଷତି, ୩୫୨.୭୩ କୋଟି ରାସ୍ତା କାମର ନାହିଁ ଦ୍ରବ୍ୟ ରସିଦ୍‌

ଭୁବନେଶ୍ୱର,୫ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟରେ କିଭଳି ଅପମିଶ୍ରିତ ଆଲକାତରା ବ୍ୟବହାର ନ ହେବ ସେଥିପାଇଁ ଅର୍ଥ ବିଭାଗ ପକ୍ଷରୁ ସ୍ବତନ୍ତ୍ର…

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ,…

ଛାତ୍ର ସଂସଦ ନିର୍ବାଚନ; ଘୋଷଣା ହୋଇନି, ଦ୍ୱନ୍ଦ୍ୱ ବି ଛିଡୁନି

ଭୁବନେଶ୍ୱର,୫ା୧୦(ସୁନିତ୍‌ ମିଶ୍ର): ଓଡ଼ିଶାରେ ଗତ ୮ ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ ହୋଇନାହିଁ । ଭାଜପା ରାଜ୍ୟରେ ସରକାରକୁ ଆସିବା ପୂର୍ବରୁ ଓଡ଼ିଶାରେ ଛାତ୍ର ସଂସଦ…

ପରୀକ୍ଷାଗାରରୁ ବାହାରିଲା ‘କରୋନା ଭାଇରସ’ର ଭାଇ, ରୁଷିଆରେ ୱୁହାନ ଭଳି ଘଟଣାର ପୁନରାବୃତ୍ତି!

ମସ୍କୋ,୫।୧୦: ରୁଷିଆର ସାଇବେରିଆ ଅଞ୍ଚଳରେ ଏକ ସଂକ୍ରମଣକୁ ନେଇ ଉଦବେଗ ସୃଷ୍ଟି ହୋଇଛି। ଏକ ସ୍ଥାନୀୟ ପରୀକ୍ଷାଗାରରେ ଘଟିଥିବା ଦୁର୍ଘଟଣା ପରେ, ଏକ ସନ୍ଦିଗ୍ଧ ବିପଜ୍ଜନକ ସଂକ୍ରମଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?