ଚିନ୍ତା ବଢ଼ାଇଲେଣି ପ୍ରବାସୀ: ଗଞ୍ଜାମରେ ୨ ସୁରଟ ଫେରନ୍ତାଙ୍କୁ କରୋନା

ବ୍ରହ୍ମପୁର ଅଫିସ, ୩।୫- ଗଞ୍ଜାମରୁ ୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲାକୁ ମିଶାଇ ରାଜ୍ୟରେ ଏବେ ମୋଟ ୧୬ ଜିଲା ସଂକ୍ରମିତ ତାଲିକାରେ ସାମିଲ ହୋଇଛନ୍ତି। ଜିଲାରେ ଚିହ୍ନଟ ୨ କରୋନା ସଂକ୍ରମିତ ୩ ଦିନ ତଳେ ସୁରଟରୁ ଗଞ୍ଜାମ ଫେରିଥିଲେ। ପ୍ରଥମେ ପଶ୍ଚିମବଙ୍ଗ ଫେରନ୍ତା ପରେ ଏବେ ସୁରଟରୁ ଫେରୁଥିବା ବ୍ୟକ୍ତିଙ୍କଠାରେ କରୋନା ଚିହ୍ନଟ ହେବା ପରେ ପ୍ରବାସୀଙ୍କୁ ନେଇ ଏବେ ଚିନ୍ତା ବଢ଼ିବାରେ ଲାଗିଛି।

କେନ୍ଦ୍ର ଗୃହ ମନ୍ତ୍ରାଳୟ ନିର୍ଦ୍ଦେଶକ୍ରମେ ଦେଶରେ କରୋନା ଲକଡାଉନ୍‌ରେ ଫସିଥିବା ଲୋକମାନଙ୍କୁ ନିଜ ନିଜ ଘରକୁ ଫେରିବାର ବାଟ ଫିଟିଥିଲା। ୩ ଦିନ ୪ ଟି ବସରେ ସୁରଟରୁ ଗଞ୍ଜାମ ଫେରିଥିବା ୨୧୭ ଜଣ ଲୋକଙ୍କୁ ଶେରଗଡ ଓ ଧରାକୋଟରେ ପ୍ରଶାସନ ତରଫରୁ ଆୟୋଜନ କରାଯାଇଥିବା ୨ ଟି କ୍ୱାରାଣ୍ଟାଇନ୍‌ର ରଖାଯାଇଥିଲା । ଜିଲା ମୁଖ୍ୟ ଚିକିତ୍ସାଳୟ ତରଫରୁ ୨ଟି ଟିମ ସୁରଟ ଫେରନ୍ତାଙ୍କ ସ୍ବାବ ନମୁନା ସଂଗ୍ରହ କରି ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସିକୁ ପଠାଇଥିଲେ। ରବିବାର ସ୍ବାବ ରିପୋର୍ଟ ଆସିବା ପରେ ଗଞ୍ଜାମର ୨ ଜଣ ଲୋକଙ୍କ କରୋନା ପଜେଟିଭ୍‌ ଚିହ୍ନଟ ହୋଇଛି ବୋଲି ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ଉମା ମିଶ୍ର ସୂଚନା ଦେଇଛନ୍ତି । ଅନ୍ୟପଟେ ଲଗାତାର ଭାବେ ବସ ଓ ଟ୍ରେନ ଯୋଗେ କେରଳ, ସୁରତ ଓ ବେଙ୍ଗାଲୋରରୁ ହଜାର ହଜାର ପ୍ରବାସୀ ଶ୍ରମିକ ଏବେ ଗଞ୍ଜାମ ଫେରୁଛନ୍ତି। ଯଦି କରୋନା ସଂକ୍ରମଣ ଏଭଳି ଭାବେ ବଢି ଚାଲିବ ତେବେ ଆଗକୁ ଜିଲ୍ଲାର ସ୍ଥିତି ଅସମ୍ଭାଳ ହୋଇପଡିବ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଲିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri