ଚିନ୍ତା ବଢ଼ାଉଛନ୍ତି ଝିଣ୍ଟିକା ପ୍ରଜାତିର କୀଟ: ପଙ୍ଗପାଳ ସନ୍ଦେହରେ ସ୍ଥାନୀୟ ବାସିନ୍ଦା ଭୟଭୀତ

ମହାକାଳପଡ଼ା,୧୭ା୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀ ପାର୍ଶ୍ୱବର୍ତ୍ତୀ ପିତାପାଟ ଗାଁର ବିଭିନ୍ନ ଗଛରେ ଝିଣ୍ଟିକା ପ୍ରଜାତିର କୀଟଗୁଡ଼ିକ ଗଛପତ୍ର ଖାଇ ନଷ୍ଟ କରୁଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତେବେ ଏହି କୀଟ ପଙ୍ଗପାଳ ବୋଲି ଲୋକେ ସନ୍ଦେହ କରୁଛନ୍ତି। ଏ ପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ। ଯଦି ପଙ୍ଗପାଳ ପ୍ରଜାତି କୀଟ ହୋଇଥାନ୍ତି, ତେବେ ଚାଷୀଙ୍କ ପାଇଁ ବିରାଟ ସମସ୍ୟା ହେବ ବୋଲି ପୂର୍ବତନ ସରପଞ୍ଚ ବିକାଶ ଦେବନାଥ କହିଛନ୍ତି। ଏହି କୀଟ ଦେଖି ସ୍ଥାନୀୟ ଲୋକେ ଆତଙ୍କିତ ହୋଇଥିବା ସେ କହିଛନ୍ତି। ସାଧାରଣତଃ ମୌସୁମୀ ଆରମ୍ଭରୁ ଏହି କୀଟଗୁଡ଼ିକ ବଂଶ ବିସ୍ତାର କରନ୍ତି। ତେବେ କୀଟ ବିଶେଷଜ୍ଞଙ୍କ ପାଇଁ ଏକ ଚ୍ୟାଲେଞ୍ଜ ସୃଷ୍ଟି କରିବ। କାରଣ ଖରିଫ୍‌ ଧାନ ଫସଲ ପାଇଁ ଏହା ମହାମାରୀ ରୂପେ ଉଭା ହେବ। ଗ୍ରାମର ଦୀନବନ୍ଧୁ ବେହେରା, ଟୁକୁନା ଜେନା, କୃଷ୍ଣପଦ ମିର୍ଦ୍ଧା, ସୁକୁମାର ମିର୍ଦ୍ଧା, ଦିଲ୍ଲୀପ ବେହେରା, ବିଶ୍ୱନାଥ ବେହେରା, ବିନୋଦ ବେହେରା ପ୍ରମୁଖ ତଦନ୍ତ ପାଇଁ ଦାବି କରିଛନ୍ତି। ଏ ସମ୍ପର୍କରେ ଜିଲାପାଳ ସମର୍ଥ ବର୍ମାଙ୍କ ମତାମତ ନେବା ସମ୍ଭବପର ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri