ଚିନ୍ତା ବଢ଼ାଉଛି ଯାଜପୁର ଜିଲା

ଭୁବନେଶ୍ୱର, (ବ୍ୟୁରୋ)/ଯାଜପୁର ଅଫିସ୍‌, ୫ା୫: ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଉଛି ଯାଜପୁର ଜିଲା। ଏହି ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ତାହା ପୁଣି ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ ହେଉଛି। ସୋମବାର ରାଜ୍ୟରେ ୭ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଯାଜପୁରର ୪ଜଣ ଥିବାବେଳେ ଭଦ୍ରକର ୨ଜଣ ଓ ସୁନ୍ଦରଗଡ଼ର ଜଣେ ରହିଛନ୍ତି। ଯାଜପୁର ଜିଲାରେ ରାଜ୍ୟର ସର୍ବାଧିକ କରୋନା ଆକ୍ରାନ୍ତ ଅଛନ୍ତି। ବର୍ତ୍ତମାନ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୯ ଥିବା ବେଳେ ଯାଜପୁର ଜିଲାରେ ୫୨ଜଣ ରହିଛନ୍ତି। ଏମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଥିବାବେଳେ ୫୧ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଯାଜପୁରରେ ଚିହ୍ନଟ ୪ ନୂଆ ସଂକ୍ରମିତ କୋଲକାତା ଫେରନ୍ତା। ସେମାନେ ସମସ୍ତେ ପୁରୁଷ ଓ ସେମାନଙ୍କ ବୟସ ହେଲା ୪୮, ୫୫, ୬୦, ୬୨ବର୍ଷ। ସେମାନଙ୍କ ଘର ଯାଜପୁର ବ୍ଲକର ଏରବାଙ୍କ ପଞ୍ଚାୟତରେ। ପୂର୍ବରୁ ଯାଜପୁର ବ୍ଲକର ପଣସା, ବାସୁଦେବପୁର, ଜାହାନପୁର, ନାଥସାହି ପଞ୍ଚାୟତରୁ ସଂକ୍ରମିତ ଚିହ୍ନଟ ହୋଇଥିଲେ। ଏରବାଙ୍କରେ ପ୍ରଥମ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାର ୬ ବ୍ଲକର ୧୬ ପଞ୍ଚାୟତରେ କରୋନା ସଂକ୍ରମଣ ଦେଖିବାକୁ ମିଳିଛି। ମଙ୍ଗଳବାର ଜିଲା ପ୍ରଶାସନ ପକ୍ଷରୁ ଏରବାଙ୍କ ପଞ୍ଚାୟତର ଏରବାଙ୍କ, ଇନ୍ଦରୋଇ, ରଘୁନାଥପୁର ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି।
ଭଦ୍ରକରେ ଚିହ୍ନଟ ୨ ଆକ୍ରାନ୍ତଙ୍କ ବୟସ ହେଲା ୪୫ ଓ ୫୫ ବର୍ଷ। ଏମାନେ ମଧ୍ୟ କୋଲକାତାରୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ଭଦ୍ରକ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧ ହୋଇଛି। ଏଠାରେ ୧୨ଜଣ ସୁସ୍ଥ ହୋଇଯାଇଥିବାବେଳେ ୯ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ସୁନ୍ଦରଗଡ଼ ଜିଲା ରାଉରକେଲାର ଜଣେ ୨୯ବର୍ଷୀୟା ମହିଳା କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କଣ୍ଟେନମେଣ୍ଟ ଜୋନ୍‌ ଥିବା ନାଲା ରୋଡ୍‌ ନିବାସୀ ଏହି ମହିଳା ଜଣକ ପୂର୍ବ ଆକ୍ରାନ୍ତଙ୍କ ପଡ଼ୋଶୀ। ସେ ତାଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ଏହା ଫଳରେ ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧କୁ ବୃଦ୍ଧି ପାଇଯାଇଛି। ଏହି ଜିଲାରେ ୫ଜଣ ସୁସ୍ଥ ହୋଇଥିବାବେଳେ ୬ଜଣ ଚିକିତ୍ସିତ ହେଉଛନ୍ତି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୧ହଜାରରୁ ଊର୍ଦ୍ଧ୍ୱ ନମୁନା ପରୀକ୍ଷଣ ହୋଇସାରିଲାଣି। ସେଥିମଧ୍ୟରୁ ୧୬୯ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୦ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇସାରିଲେଣି। ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ବେଳେ ସକ୍ରିୟ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୧୦୮ ରହିଛି। ବର୍ତ୍ତମାନ ୨୨୦ଜଣ ହସ୍ପିଟାଲର ଆଇସୋଲେଶନ୍‌ରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri