ଚିରଞ୍ଜୀବଙ୍କ ପାଇଁ ପ୍ରଚାରରେ ଗୁଲାମ ନବୀ ଆଜାଦ

ନାଉଗାଁ,୨୭ା୪(ସ୍ବ.ପ୍ର.): ନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରାର୍ଥୀମାନଙ୍କ ପ୍ରଚାର ସେତେ ଜୋର୍‌ଦାର ହେବାରେ ଲାଗିଛି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରାର୍ଥୀମାନେ ରାଜ୍ୟ ଓ ଜାତୀୟସ୍ତରର ହେଭିଓ୍ବେଟ୍‌ ନେତାଙ୍କୁ ଆଣି ପ୍ରଚାର କରୁଛନ୍ତି। ଏହି କ୍ରମରେ ଜଗତ୍‌ସିଂହପୁର ନିର୍ବାଚନମଣ୍ଡଳୀ କଂଗ୍ରେସ ପ୍ରାର୍ଥୀ ଚିରଞ୍ଜୀବ ବିଶ୍ୱାଳଙ୍କ ପାଇଁ ଶୁକ୍ରବାର ରାଜ୍ୟ ସଭାର ବିରୋଧୀ ଦଳ ନେତା ତଥା ଜମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦ ରୋଡ୍‌ ଶୋ ମାଧ୍ୟମରେ ପ୍ରଚାର କରିଛନ୍ତି। ପୂର୍ବାହ୍ନ ୧୧.୩୦ରେ ସେ ସ୍ଥାନୀୟ ଅଲଣାହାଟ ଉଚ୍ଚ ବିଦ୍ୟାଳୟ ନିକଟସ୍ଥ ପଡିଆରେ ହେଲିକପ୍ଟରରୁ ଅବତରଣ କରି ରୋଡ୍‌ ଶୋ’ରେ ଯିବାର ଥିଲା। କିନ୍ତୁ କୌଣସି କାରଣରୁ ବିଳମ୍ବ ହୋଇଥିଲା। ପରେ ହେଲିକପ୍ଟରରେ ନ ଆସି ୧ ଘଣ୍ଟା ବିଳମ୍ବରେ ସଡ଼କ ପଥରେ
ଆସି ମୁଣ୍ଡାଳୋ ବଜାରଠାରେ ପହଞ୍ଚତ୍ଥିଲେ। ସେଠାରେ ତାଙ୍କୁ
ସ୍ବାଗତ କରାଯାଇଥିଲା। ତାଙ୍କ ସହିତ ପୂର୍ବତନ ବିଧାୟକ
ତଥା କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ, ବିଧାୟକ ପ୍ରାର୍ଥୀ ବିଶ୍ୱାଳ, ଏମପି ପ୍ରାର୍ଥୀ ପ୍ରତିମା ମଲ୍ଲିକ, ରାଜ୍ୟ ସଭା ସଦସ୍ୟ ରଞ୍ଜୀବ ବିଶ୍ୱାଳଙ୍କ ସମେତ ଶତାଧିକ କର୍ମୀ ଶୋଭାଯାତ୍ରାରେ ବାହାରିଥିଲେ। ଏହି ଅବସରରେ ସେ ବିଧାୟକ ପ୍ରାର୍ଥୀ ବିଶ୍ୱାଳ ଓ ଏମ୍‌ପି ପ୍ରାର୍ଥୀ ମଲ୍ଲିକଙ୍କୁ ହାତ ଚିହ୍ନରେ ଭୋଟ୍‌ ଦେଇ ଜିତାଇବାକୁ ଭୋଟରଙ୍କୁ ନିବେଦନ କରିଥିଲେ। ମୁଣ୍ଡାଳୋ, ପାଳସାହି, ଘୋଡାଂଶ, ବ୍ଲକ ଛକ, ନାଉଗଁା ବଜାରରେ ସେ ଶୋଭାଯାତ୍ରା କରିଥିଲେ। ବଜାରଠାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଓ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ସେଠାରୁ କୋକିଡିହ, ବାଂଶ, ତେଣ୍ଟୋଇ, ଗଙ୍ଗଦାହାଟ, କୋରୁଅ ଦେଇ ଗାରୋଇ ମନ୍ଦିର ପର୍ଯ୍ୟନ୍ତ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri