ଚିଲିକା ମଝିରେ ଅଟକିଲା ଭସାପୋଲ : ୨ଘଣ୍ଟା ଧରି ୧୦୦ ଯାତ୍ରୀ ଜଳବନ୍ଦୀ

କୃଷ୍ଣପ୍ରସାଦ,୯ା୨ (ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଜହ୍ନିକୁଦା-ସାତପଡା ଚିଲିକା ମଝିରେ ଶନିବାର ଏକ ଯାତ୍ରୀବାହୀ ଭେସେଲ (ଭସାପୋଲ) ୨ ଘଣ୍ଟା ଧରି ଅଟକି ରହିଥିଲା। ଫଳରେ ଭେସେଲରେ ଥିବା ୧୦୦ ଯାତ୍ରୀ ଜଳବନ୍ଦୀ ହୋଇ ଆତଙ୍କିତ ଅବସ୍ଥାରେ ସମୟ କଟାଇଥିଲେ।
କୃଷ୍ଣପ୍ରସାଦ ବ୍ଲକ ଜହ୍ନିକୁଦାଠାରୁ ସାତପଡା ପର୍ଯ୍ୟନ୍ତ ଚିଲିକାରେ ଯାତାୟାତ କରୁଛି ଯାତ୍ରୀବାହୀ ଭେସେଲ। ତୀର୍ଥକ୍ଷେତ୍ର ପୁରୀକୁ ଏହା ହେଉଛି ଏକ ପ୍ରମୁଖ ପଥ। ଏହି ପଥଦେଇ ପ୍ରତିଦିନ କୃଷ୍ଣପ୍ରସାଦ ବ୍ଲକ ସମେତ ଗଞ୍ଜାମ ଜିଲା ତଥା ଦକ୍ଷିଣ ଓଡିଶାର ପର୍ଯ୍ୟଟକ ଯାତାୟାତ କରିଥାନ୍ତି। ଭେସେଲରେ ଯାତ୍ରୀଙ୍କ ସହ ବଡ ବଡ ଯାନବାହନକୁ ମଧ୍ୟ ଲୋକେ ନେବାଆଣିବା କରନ୍ତି। ଏହାବ୍ୟତୀତ ଶହ ଶହ ଯାତ୍ରୀ ଡଙ୍ଗାରେ ଯାତାୟାତ କରିଥାନ୍ତି। ଶନିବାର ଅପରାହ୍ନ ୨ଟା ୩୦ମିନିଟ ସମୟରେ ଭେସେଲଟି ଏକ ଯାତ୍ରୀବାହୀ ବସ୍‌, ୨ କାର୍‌, ୨ ଅଟୋ, ୨୦ ମୋଟରସାଇକେଲ ସହ ୧୦୦ ଜଣ ଯାତ୍ରୀ ନେଇ ଜହ୍ନିକୁଦାରୁ ସାତପଡା ଅଭିମୁଖେ ବାହାରିଥିଲା ା ଯାତ୍ରା ଆରମ୍ଭ କରିବାର ୨୦ ମିନିଟ ପରେ ହଠାତ୍‌ ଚିଲିକାର ଏକ ଢିପରେ ତାହା ଅଟକି ରହିଥିଲା। ଯାତ୍ରୀମାନେ ଝିପିଝିପି ବର୍ଷା, କୋହଲା ପବନରେ ଥରି ଥରି ଆତଙ୍କିତ ଅବସ୍ଥାରେ ସମୟ କାଟିଥିଲେ। ଏହିଭଳି ୨ ଘଣ୍ଟା ବିତିବା ପରେ ସାତପଡାଠାରୁ ଅନ୍ୟ ଏକ ଭସାପୋଲରେ ଡ୍ରୋଜର ଆସି ଅଟକିଥିବା ଭେସେଲକୁ ଟାଣି ବାହାର କରିଥିଲା। ପରେ ଭେସେଲଟି ଯାତ୍ରୀଙ୍କୁ ନେଇ ଅପରାହ୍ନ ୩ଟା ପରିବର୍ତ୍ତେ ୫ଟାରେ ସାତପଡାଠାରେ ପହଞ୍ଚତ୍ଥିଲା। ଭସାପୋଲ ଯାତାୟାତ କରୁଥିବା ଚିଲିକାର ଚ୍ୟାନେଲକୁ ୧୦ବର୍ଷ ଧରି ଖୋଳାଯାଇ ନାହିଁ। ଏହି କାରଣରୁ ବିଭିନ୍ନ ସମୟରେ ଯାତ୍ରୀମାନେ ଏଭଳି ଅସୁବିଧାର ସମ୍ମୁଖୀନ ହେଉଥିବା କୁହାଯାଉଛି। ଏ ନେଇ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୁଶାନ୍ତ ନନ୍ଦଙ୍କୁ ପଚାରିବାରୁ ସେ କହିଥିଲେ, ଚିଲିକାର ଚ୍ୟାନେଲ ପୋତିହେବାରେ ଲାଗିଛି। ଏହାକୁ ଖୋଳିବା ପାଇଁ ଇନ୍‌ଲ୍ୟାଣ୍ଡ ଓ୍ବାଟର ବିଭାଗକୁ ଜଣାଇଛୁ। ସେମାନେ କେନ୍ଦ୍ର ସରକାରଙ୍କ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଜଣାଇଛନ୍ତି। ସେଠାରୁ ଅନୁମତି ମିଳିଲେ ଖୋଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?