Posted inପୁରୀ

ଚିଲିକାରୁ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ: ପେସାଦାର ମତ୍ସ୍ୟଜୀବୀ ମହାସଂଘର ବିରୋଧ

କୃଷ୍ଣପ୍ରସାଦ, ୨୪ା୭(ଡି.ଏନ୍‌.ଏ.)-ପୁରୀ ଜିଲାର କୃଷ୍ଣପ୍ରସାଦ ବ୍ଲକକୁ ୩ ପାର୍ଶ୍ୱରୁ ଚିଲିକା ଏବଂ ଗୋଟିଏ ପାର୍ଶ୍ୱରୁ ବଙ୍ଗପୋସାଗର ଘେରି ରହିଛି। ତେଣୁ ଚିଲିକାକୁ କୃଷ୍ଣପ୍ରସାଦର ଭାତହାଣ୍ଡି ବୋଲି କୁହାଯାଇଥାଏ। ଚିଲିକାରୁ ମାଛ ମାରିବା ଏବଂ ଚିଙ୍ଗୁଡ଼ି ଘେରି ଦ୍ୱାରା ସେମାନେ ଯାହାକିଛି ଅର୍ଥ ଉପାର୍ଜନ କରନ୍ତି ସେଥିରେ ପରିବାର ପ୍ରତିପୋଷଣ କରନ୍ତି। ପୁରୀ ଜିଲାପାଳ ଚିଲିକାରୁ ବେଆଇନ ଚିଙ୍ଗୁଡ଼ିଘେରି ଉଚ୍ଛେଦ ନିର୍ଦ୍ଦେଶ ଦେବାପରେ କୃଷ୍ଣପ୍ରସାଦ ବ୍ଲକ ପେସାଦାର ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ଏହାକୁ ବିରୋଧ କରାଯାଇଛି। ମଙ୍ଗଳବାର ସଂଘ କାର୍ଯ୍ୟକାରୀ ସଭାପତି କେଳୁ ଚରଣ ଜେନାଙ୍କ ନେତୃତ୍ୱରେ ଶ୍ରୀଶ୍ରୀ କମଳେଶ୍ୱରଦେବଙ୍କ ପୀଠରେ ଅନୁଷ୍ଠିତ ଏକ ବୈଠକରେ ଘେରି ଉଚ୍ଛେଦକୁ ବିରୋଧ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରଶାସନ ଯଦି ଉଚ୍ଛେଦ କାର୍ଯ୍ୟ ବନ୍ଦ ନ କରେ ତେବେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହେବ ବୋଲି ସଂଘ ଚେତାବନୀ ଦେଇଛି।
ସୂଚନାଯୋଗ୍ୟ, ଗତ ୬ ତାରିଖରୁ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଚିଲିକାରେ ଥିବା ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ଆରମ୍ଭ ହୋଇଥିଲା। ଘେରି ଉଚ୍ଛେଦ ନେଇ ହାଇକୋର୍ଟ ସ୍ଥାନୀୟ ଲୋକଙ୍କୁ ସୁହାଇବା ଭଳି ଆଇନ ପ୍ରଣୟନ କରିବାକୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ରାଜ୍ୟ ସରକାର ଏହାକୁ କାର୍ଯ୍ୟକାରୀ କରୁ ନ ଥିବା ଅଭିଯୋଗ ହେଉଛି। ଏ ସବୁ ସତ୍ତ୍ୱେ ପୁଣି ଯଦି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୁଏ ତେବେ ସଂଘ ସହ ନିକଟସ୍ଥ ସମସ୍ତ ଗ୍ରାମର ଲୋକେ ଏହାକୁ ବିରୋଧ କରିବେ। ଅନୁଷ୍ଠିତ ବୈଠକରେ ୩୫ ମୌଜା ସମ୍ପାଦକ ବଟକୃଷ୍ଣ ତରେଇ, ଦାମୋଦର ଜେନା, ହେମନ୍ତ କୁମାର ଜେନା, ସୁରେନ୍ଦ୍ର ନାଥ ମାଝି, ମୃତ୍ୟୁଞ୍ଜୟ ତରେଇ, ଗୋଲକ ବିହାରୀ ପ୍ରଧାନ, ପ୍ରଦୀପ କୁମାର ମାଝି, କବିରାଜ ମାଝି ପ୍ରମୁଖ ଉପସ୍ଥିତ ଥିଲେ। ଜିଲାପାଳଙ୍କୁ ଭେଟି ଘଟଣା ସମ୍ପର୍କରେ ଆଲୋଚନାପୂର୍ବକ ଦାବିପତ୍ର ପ୍ରଦାନ କରାଯିବ ବୋଲି ସଂଘ ସମ୍ପାଦକ ତଥା ସାମାଜିକ କର୍ମୀ ମନୋଜ କୁମାର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri