ଚିଲିକାରେ ପହଞ୍ଚିଲେ ବିଦେଶୀ ପକ୍ଷୀ

ବାଲୁଗାଁ,୨୭।୧୦(ଡି.ଏନ.ଏ.)-ଶୀତର ପହିଲି ସ୍ପର୍ଶ ସାଙ୍ଗକୁ ନୀଳାମ୍ବୁ ଚିଲିକାକୁ ରଙ୍ଗବେରଙ୍ଗର ବିଦେଶୀ ପକ୍ଷୀଙ୍କ ସୁଅ ଛୁଟିବା ଆରମ୍ଭ ହୋଇଛି । ଶନିବାର ସୁଦ୍ଧା ଚିଲିକା ମଧ୍ୟସ୍ଥ ପକ୍ଷୀ ଅଭୟାରଣ୍ୟ ନଳବଣ ଅଞ୍ଚଳରେ ପ୍ରାୟ ୧ ହଜାରରୁ ଊର୍ଦ୍ଧ୍ୱ ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଥିବା ଖୋର୍ଦ୍ଧା ଜିଲା ବାଲୁଗାଁ ବନ୍ୟପ୍ରାଣୀ ବିଭାଗୀୟ ସୂତ୍ରରୁ ଜଣାଯାଇଛି । ପକ୍ଷୀଙ୍କ ଆଗମନ ହେତୁ ଚିଲିକା ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପର୍ଯ୍ୟଟକ ଓ ପକ୍ଷୀ ବିଶାରଦଙ୍କ ମଧ୍ୟରେ ଆନନ୍ଦର ଲହରି ଖେଳିଯାଇଛି । ଚିଲିକାରେ ଶୀତଦିନେ ପ୍ରାୟ ୧୬୦ରୁ ଊର୍ଦ୍ଧ୍ୱ ପ୍ରଜାତିର ପକ୍ଷୀଙ୍କ ସମାଗମ ହେଉଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ୧୭ ପ୍ରଜାତିର ପକ୍ଷୀ ଚିହ୍ନଟ କରାଯାଇଛି । ସେଥିମଧ୍ୟରୁ ସର୍ବାଧିକ ସଂଖ୍ୟାରେ ଗଡ଼ୱାଲ ୩୫୦, ୟୁରାସିଆନ୍‌ ୱିଜିଅନ୍‌ ୨୫୦, ନର୍ଦ୍ଦର୍ନ ପିଣ୍ଟେଲ୍‌ ୧୦୦, ଗାର୍ଗେନିଂ ୧୦, କମନ୍‌କୁଟ୍‌ ୧୦, ନର୍ଦ୍ଦର୍ନ ସୋଭଲର ୨୦ ଓ ଚିଲିକାକୁ ଶୋଭା ବର୍ଦ୍ଧନ କରୁଥିବା ଆକର୍ଷଣୀୟ ଗ୍ରେଟର ଫ୍ଲେମିଙ୍ଗୋ ୪୦(ଏରା ପକ୍ଷୀ) ଆଦି ପ୍ରଜାତିର ପକ୍ଷୀଙ୍କ ଆଗମନ ହୋଇଥିବା ନଳବଣ ସୁରକ୍ଷା ଦାୟିତ୍ୱରେ ଥିବା ବନରକ୍ଷୀ ନିରଞ୍ଜନ ମହାରଣା ସୂଚନା ଦେଇଛନ୍ତି ।
ପ୍ରାୟତଃ ଅକ୍ଟୋବର ପହିଲାରେ ଶୀତ ପଡ଼ିବା ମାତ୍ରେ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହୋଇଥାଏ । କିନ୍ତୁ ଚଳିତ ବର୍ଷ ପ୍ରତିକୂଳ ପାଗ ହେତୁ ଅକ୍ଟୋବର ଶେଷାର୍ଦ୍ଧରେ ତଥା ଦୁଇ ସପ୍ତାହ ବିଳମ୍ବରେ ପକ୍ଷୀ ଚିଲିକାରେ ପାଦ ଥାପିଛନ୍ତି । ତେବେ ପାଗ ଅନୁକୂଳ ରହିଲେ ଚଳିତ ବର୍ଷ ପକ୍ଷୀ ସଂଖ୍ୟା ବୃଦ୍ଧି ପାଇବ ବୋଲି ବିଶାରଦମାନେ ଆଶା ପ୍ରକଟ କରିଛନ୍ତି । ଶୀତଋତୁରେ ସୁଦୂର ବରଫାବୃତ୍ତ ଅଞ୍ଚଳ ସାଇବେରିଆ, ରୁଷିଆ, କାଜାଖସ୍ତାନ, ଲଦାଖ୍‌, ମଙ୍ଗୋଲିଆ, ଆମେରିକା, କାନାଡା ଆଦି ରାଷ୍ଟ୍ରାଞ୍ଚଳରୁ ପ୍ରବଳ ହିମପ୍ରବାହ ଓ ଅସହ୍ୟ ଶୀତ ଦାଉରୁ ରକ୍ଷା ପାଇବା ପାଇଁ ବିଭିନ୍ନ ପ୍ରଜାତିର ରଙ୍ଗବେରଙ୍ଗର ଏହି ପକ୍ଷୀମାନେ ହଜାର ହଜାର ମାଇଲ୍‌ ଅତିକ୍ରମ କରି ଚିଲିକାରେ ପହଞ୍ଚତ୍ଥାଆନ୍ତି । ପକ୍ଷୀ ସମୂହ ଚିଲିକାରେ ପାଦ ଥାପିବା ପୂର୍ବରୁ ନିରାପଦ ବାସସ୍ଥାନ ଓ ଖାଦ୍ୟ ଅନ୍ବେଷଣରେ ଚିଲିକା ଆକାଶରେ ଘୂରି ବୁଲିଥାନ୍ତି । ବର୍ତ୍ତମାନ ଅନୁରୂପ ଭାବେ ଏହି ରଙ୍ଗ ବେରଙ୍ଗର ବିଦେଶୀ ପକ୍ଷୀ ନଳବଣ ଉପରେ ପଇଁତରା ମାରୁଥିବାବେଳେ କେତେକ ସ୍ଥାନରେ ଜଳରାଶିରେ ଅବତରଣ କରିଥିବା ଦେଖାଦେଇଛି । ଏହା ବ୍ୟତୀତ ଚିଲିକା ତଟାଞ୍ଚଳ ତଥା ଟାଙ୍ଗୀ ରେଞ୍ଜ ଅଧୀନ ମଙ୍ଗଳାଯୋଡ଼ି ଅଞ୍ଚଳରେ ମଧ୍ୟ ବିଦେଶୀ ପକ୍ଷୀ ବିଚରଣ କରୁଥବା ଦେଖିବାକୁ ମିଳିଛି ।
ଅନ୍ୟପକ୍ଷେ ପକ୍ଷୀଙ୍କ ଆଗମନ ହେତୁ ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି । ପକ୍ଷୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ଏଥି ନିମନ୍ତେ ୧୯ଟି କ୍ୟାମ୍ପ ଓ ଗୋଟିଏ ଭ୍ରାମ୍ୟମାଣ ସ୍କ୍ବାଡ୍‌ ଗଠନ କରାଯାଇଛି । ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଅଧୀନ ୫ଗୋଟି ରେଞ୍ଜ ଯଥା- ବାଲୁଗାଁ, ଟାଙ୍ଗୀ, ରମ୍ଭା, ସାତପଡ଼ା ଓ ଚିଲିକା ରେଞ୍ଜ ଅଞ୍ଚଳରେ ଏହି କ୍ୟାମ୍ପଗୁଡ଼ିକୁ ନିୟୋଜିତ କରାଯାଇଥିବା ବେଳେ ଟାଙ୍ଗୀ ରେଞ୍ଜରେ ସର୍ବାଧିକ ୧୦ଟି କ୍ୟାମ୍ପ, ବାଲୁଗାଁ ରେଞ୍ଜ ଅଧୀନ ନଳବଣରେ ୪, ସାତପଡ଼ାରେ ୨, ରମ୍ଭା ୧ ଓ ଚିଲିକାରେ୧ଟି କ୍ୟାମ୍ପ ସ୍ଥିରୀକୃତ ହୋଇଛି । ଏଥିସହିତ ଦୁଇଟି ଭ୍ରାମ୍ୟମାଣ ସ୍କ୍ବାଡ୍‌ ଗଠନ କରାଯାଇଛି । ପ୍ରତ୍ୟେକ କ୍ୟାମ୍ପରେ ଗୋଟିଏ ଲେଖାଏ ଯନ୍ତ୍ରଚାଳିତ ବୋଟ୍‌ ସମେତ ଜଣେ ବନପାଳ କିମ୍ବା ବନରକ୍ଷୀ ଏବଂ ଚିଲିକା ତଟବର୍ତ୍ତୀ ଗ୍ରାମ ପକ୍ଷୀ ସୁରକ୍ଷା ମଞ୍ଚର ୩ଜଣ ଲେଖାଏ ସଦସ୍ୟ ସାମିଲ ହୋଇଛନ୍ତି । ଏତଦ୍‌ ବ୍ୟତୀତ ଚିଲିକା ତଟବର୍ତ୍ତୀ ଗ୍ରାମଗୁଡ଼ିକରେ ପକ୍ଷୀ ସୁରକ୍ଷା ସମ୍ପର୍କିତ ବିଭିନ୍ନ ସଚେତନମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି । ନଳବଣରେ ବର୍ତ୍ତମାନ ଲଘୁଚାପଜନିତ ବର୍ଷା ଯୋଗୁ ଜଳସ୍ତର ଅଧିକ ରହିଛି । ପାଗ ଅନୁକୂଳ ସହିତ ଜଳସ୍ତର କମିଲେ ନଳବଣ ଅଞ୍ଚଳକୁ ପକ୍ଷୀଙ୍କ ଆଗମନ ବୃଦ୍ଧି ପାଇବ ବୋଲି ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଡିଏଫ୍‌ଓ ସମ୍ରାଟ ଗୌଡ଼ା ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri