ଚିଲିକାରେ ମୁହାଣ ଖୋଲିବା ଆଶଙ୍କା, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ବ୍ରହ୍ମଗିରି, ୧୬ା୪(ଡି.ଏନ.ଏ): ଚିଲିକା ପାଇଁ ବିପଦ ସାଜିଛି ମାଲେସିଆର କଣ୍ଟେନର। ଏହା ଯୋଗୁ ଚିଲିକାରେ ଆଉ ଏକ ନୂଆ ମୁହାଣ ଖୋଲିବାର ଆଶଙ୍କା କରାଯାଉଛି। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀ ଆତଙ୍କିତ ଥିବା ସମୟରେ ସ୍ଥାନୀୟ ବିଧାୟକ ଲଳିିତେନ୍ଦୁ ବିଦ୍ୟାଧର ମହାପାତ୍ର ବୁଧବାର ସ୍ଥିତି ଅନୁଧ୍ୟାନ କରି ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି। ଗତ ଅଗଷ୍ଟ ମାସରେ ମାଲେସିଆର ଏକ ପଣ୍ୟବାହୀ ଜାହାଜ ଚିଲିକା କୂଳର ରାଜହଂସ ନିକଟରେ ଲାଗିଥିଲା। ଯାହା ସ୍ଥାନୀୟ ପ୍ରଶାସନର ମୁଣ୍ଡ ବିନ୍ଧାର କାରଣ ସାଜିଥିଲା। ପ୍ରଶାସନ ହସ୍ତକ୍ଷେପ ପରେ ଏକ ମାସ ପରେ ଉକ୍ତ ଜାହାଜଟି ଗନ୍ତବ୍ୟସ୍ଥଳକୁ ଚାଲିଯାଇଥିଲା। କିନ୍ତୁ ସେହି ଦିନ ଠାରୁ ଉକ୍ତ ଜାହାଜର କଣ୍ଟେନରଟି ପଡ଼ିିରହିଛି। ସ୍ଥାନୀୟ ମତ୍ସ୍ୟଜୀବୀଙ୍କ କହିବା ଅନୁଯାଇ କଣ୍ଟେନରଟି ସମୁଦ୍ର ବେଳାଭୂମିରେ ପଡ଼ିରହି ସମୁଦ୍ର ଜଳର ଗତିପଥକୁ ପ୍ରତିରୋଧ କରୁଛି। ଯାହା ଫଳରେ ସମୁଦ୍ର ତରଙ୍ଗ ତା’ର ଗତିପଥ ବଦଳାଇ ଚିଲିକା ଓ ସମୁଦ୍ର ମଧ୍ୟରେ ଥିତ୍ବା ବାଲିବନ୍ଧ ( ସୁରକ୍ଷା ପ୍ରାଚୀର)କୁ ଖାଇବାରେ ଲାଗିଛି। ଫଳରେ ଚିଲିକାରେ ଆଉ ଏକ ନୂଆ ମୁହାଣ ଖୋଲିବାର ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ଫୁଟ୍‌ବଲ ସିଧା ପ୍ରସାରଣକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତୀୟ ପ୍ରଶଂସକ ଦେଖିବେ ଏହି ଚେନାଲରେ ଜାଣନ୍ତୁ…

ନୂଆଦିଲ୍ଲୀ,୧ା୬: ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ଲିମିଟେଡ (ଜୀଲ୍‌) ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ସହ ଏକ ୮ବର୍ଷୀୟା ପାର୍ଟନରଶିପ୍‌ ଚୁକ୍ତି କରଥିବା ସୋମବାର ପ୍ରକାଶ କରିଛି।…

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତକ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’

କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ବଡ଼ ଆକ୍ସନ ନେଲେ ମମତା ବାନାର୍ଜୀ: ନିର୍ବାଚନ ହାରିବା ପରେ…

କୋଲକାତା,୧।୬: ନିର୍ବାଚନ ହାରିବା ପରେ ବଡ଼ ଆକ୍ସନ ନେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବିଧାୟକ ରୀତାବ୍ରତ ବାନାର୍ଜୀ ଏବଂ ସନ୍ଦିପନ ସାହାଙ୍କୁ ତୃଣମୂଳ କଂଗ୍ରେସରୁ ବହିଷ୍କାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri