ଚିଲିକାରେ ସୃଷ୍ଟି ହୋଇପାରେ ୩ୟ ମୁହାଣ

କୃଷ୍ଣପ୍ରସାଦ, ୧୫ା୪ (ଡି.ଏନ.ଏ.): ମହାମାରୀ କରୋନା ଭୟ ଲାଗି ରହିଥିବାବେଳେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାଜହଂସଠାରେ ବଙ୍ଗୋପସାଗର କୂଳ ଲଘିଂବାରେ ଲାଗିଛି। ସମୁଦ୍ର ଓ ଚିଲିକା ମଝିରେ ବାଡ ଭଳି ଥିବା ୭ଶହ ମିଟର ବାଲିବନ୍ଧ ଜୁଆର ମାଡରେ ଖାଇ ଚାଲିଛି। ଯଦି ବାଲିବନ୍ଧଟି ନଷ୍ଟ ହୋଇଯାଏ, ତେବେ ଚିଲିକାରେ ୩ୟ ମୁହାଣ ସୃଷ୍ଟି ହୋଇପାରେ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ସମୁଦ୍ର କୂଳ ଖାଇବା ଦ୍ୱାରା ଏହାର ନିକଟରେ ଥିବା ୧୦ରୁ ଊର୍ଦ୍ଧ୍ୱ ଗଁା ସମୁଦ୍ର ଗର୍ଭରେ ଲୀନ ହୋଇଯିବ ବୋଲି ଏଠାକାର ଲୋକେ ଆଶଙ୍କା ପ୍ରକାଶ କରିଛନ୍ତି।
କିଛିମାସ ତଳେ ମାଲେସିଆରୁ ଏକ ଜାହାଜ ସମୁଦ୍ରରେ ଯାଉଥିବା ବେଳେ ଯାନ୍ତ୍ରୀକ ତ୍ରୁଟି ଯୋଗୁ ଆସି ଖିରିସାହି ନିକଟ ରାଜହଂସ ପାଖରେ ଅଟକି ଥିଲା। ବହୁ ଚେଷ୍ଟା ପରେ ମାଲବାହୀ ଜାହାଜଟି ସଜଡା ଯାଇ କୂଳରୁ ଚାଲି ଯାଇଥିଲା। ହେଲେ କଣ୍ଟେନରଟି ଏଯାଏ ସେହିଠାରେ ପଡି ରହିଛି। ସମୁଦ୍ରର ଢେଉ ଏହି କଣ୍ଟେନରରେ ମାଡ ଖାଇ ସେଠାରେ କୂଳକୁ ଖାଇବାରେ ଲାଗିଥିବା ବ୍ରହ୍ମପୁର ଗଁାର ସଂଗ୍ରାମ ଜେନା କହିଛନ୍ତି। ପ୍ରତିଦିନ ସମୁଦ୍ରର ଢେଉ ଲଗାତର କୂଳ ଖାଇବା ଯୋଗୁ ଝାଉଁ ଗଛ ସବୁ ଉପୁଡି ପଡିଲାଣି। ସମୁଦ୍ର କୂଳ ଖାଇବାକୁ ଦେଖି ଏଠାକାର ଗ୍ରାମବାସୀ କରୋନା ଭୂତାଣୁ ରୋକିବା ଲାଗି କରାଯାଇଥିବା ଲକ୍‌ଡାଉନକୁ ଭୁଲି ଗଲେଣି। ଲୋକେ ଭୟଭୀତ ହୋଇ କେଉଁଠି ଆଶ୍ରୟ ନେବେ ସେହି ଚିନ୍ତାରେ ପଡିଛନ୍ତି। ଉପକୂଳ ବ୍ରହ୍ମପୁର ଗଁାର କୃଷ୍ଣଚନ୍ଦ୍ର ଜେନା କୁହନ୍ତି, ସରକାର କରୋନା ସଂକ୍ରମଣ ରୋକିବାରେ ଲାଗି ପଡିଛନ୍ତି। ହେଲେ ଏଥିପ୍ରତି ବ୍ଲକ କି ଜିଲା ପ୍ରଶାସନ କୌଣସି ଦୃଷ୍ଟି ଦେଉନାହିଁ। ଯଦି ସମୁଦ୍ର କୂଳ ଲଘିଂବା ଏହିପରି ଲାଗି ରହେ ତେବେ ବ୍ରହ୍ମପୁର, ମଏଁସା, ଖିରିସାହି ଆଦି ୧୦ରୁ ଊର୍ଦ୍ଧ୍ୱ ଗ୍ରାମ ସମୁଦ୍ରରେ ମିଶିଯିବ ଏଥିରେ ସନ୍ଦେହ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri