ଟିକିରି,୫ା୨(ଡି.ଏନ୍.ଏ.) – ରାୟଗଡ଼ା ଜିଲା କାଶୀପୁର ବ୍ଲକ ପୋଡାପାଡି ପଞ୍ଚାୟତରେ ରହିଛି କାଣ୍ଡସିଲି ଗ୍ରାମ ା ଏଠାରେ ଲୋକେ ପାଣି ଟୋପାଏ ପାଇଁ ଡହଳ ବିକଳ ହେଉଛନ୍ତି ା ତେଣୁ ଚୁଆ ପାଣି ଉପରେ ନିର୍ଭର କରିବାକୁ ପଡ଼ୁଛି ା ଏମିତି କି ଗାଁକୁ ଗୋଟିଏ ଭଲ ରାସ୍ତା ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ା ଏନେଇ ବାରମ୍ବାର ଜଣାଇଲେ ମଧ୍ୟ କେହି ଆମ କଥା ଶୁଣୁ ନଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି ା ଏହି ଗ୍ରାମରେ ପ୍ରାୟ ୧୪ ଆଦିବାସୀ ପରିବାର ବସବାସ କରୁଛନ୍ତି ା ଗାଁରେ ଗୋଟିଏ ନଳକୂପ ରହିଛି ା ହେଲେ ସେଥିରୁ ପାଣି ବାହାରୁ ନାହିଁ ା ଆଉ ଯେତେବେଳେ ବାହାରୁଛି ତାହା ବ୍ୟବହାର ଉପଯୋଗୀ ନୁହେଁ ା ତେଣୁ ଗାଁ ଲୋକେ ବର୍ଷ ବର୍ଷ ଧରି ପାନୀୟ ଜଳ ପାଇଁ ଅସୁବିଧା ଭୋଗୁଛନ୍ତି ା ବିଶୁଦ୍ଧ ପାନୀୟ ଜଳ ପାଇବା ସେମାନଙ୍କ ପାଇଁ ସ୍ବପ୍ନ ହୋଇଯାଇଛି ା ତେଣୁ ଲୋକେ ବାଧ୍ୟ ହୋଇ ନିକଟସ୍ଥ ନାଳ ଓ ଚୁଆ ଉପରେ ନିର୍ଭର କରିଥାନ୍ତି ା ଏହି ପଞ୍ଚାୟତରେ ବିଭିନ୍ନ ରାଜନୈତିକ ଦଳର ବରିଷ୍ଠ ନେତା ଓ ଏରିଆ ବ୍ଲକ ଚେୟାରମ୍ୟାନ୍ ଥିଲେ ସୁଦ୍ଧା ଉକ୍ତ ଗ୍ରାମ ପ୍ରତି କାହାରି ଆନ୍ତରିକତା ନ ଥିବା ଗ୍ରାମର ବୁଡୁ ମାଝି, କୃଷ୍ଣ ମାଝି, ଓଡ଼ିଆ ମାଝି, ସୀତାଇ ମାଝି, ପାଲଙ୍ଗ ମାଝି, କସ ମାଝି ପ୍ରମୁଖ ଗ୍ରାମବାସୀ କହିଛନ୍ତି ା ସେହିପରି କାଣ୍ଡସିଲି ଗ୍ରାମକୁ ଯିବା ପାଇଁ ଏକ ପକ୍ଲା ରାସ୍ତାଟିଏ ନାହିଁ ା ଫଳରେ ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ା ତୁରନ୍ତ ଏହି ଗ୍ରାମରେ ଏକ ପକ୍କାରାସ୍ତା ସହିତ ପାନୀୟ ଜଳ ସମସ୍ୟା ସମାଧାନ କରିବାକୁ ଦାବି ହୋଇଛି ା ଏ ନେଇ ଜେଇ ଦାମୋଦର ମଲ୍ଲିକଙ୍କୁ ପଚାରିବାରୁ, ବର୍ତ୍ତମାନ ସୁଦ୍ଧା ମୋ ପାଖରେ କେହି ସମସ୍ୟା ନେଇ ଜଣାଇ ନାହାନ୍ତି ା ତୁରନ୍ତ ଏଥିପ୍ରତି ଦୃଷ୍ଟି ଦିଆଯିବ ବୋଲି ସେ କହିଛନ୍ତି ା
Posted inଆମ ଜିଲା ଖବର, ରାୟଗଡା View All
କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ
ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…
ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ
ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…
ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ
ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…
ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା
ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…
ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…
ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…
ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ
ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…
ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର
ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…
ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍: ଚାଳକ ଫେରାର, ଗୁରୁତର…
ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…
Archives

