ବାରିପଦା ଅଫିସ,୧୯ା୧୧- ବାରିପଦା ଟାଉନ ଥାନା ପୋଲିସ ପକ୍ଷରୁ ତକତପୁରଠାରେ ଯାନବାହନ ଚେକିଂ ବେଳେ ସୋମବାର ସାରେ ଦୁର୍ଘଟଣା ଘଟିଛି। ଏଥିରେ ସବ୍ ଇନ୍ସପେକ୍ଟର(ଏସ୍ଆଇ) ଦୟାନିଧି ଦାସଙ୍କ ମୃତ୍ୟୁ ଘଟିଛି। ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନିକଟରେ ଯାନବାହନ ଚେକିଂ ବେଳେ ଜଣେ ବାଇକ୍ ଚାଳକ ଦ୍ରୁତ ଗତିରେ ଆସି ଏସ୍ଆଇ ଦାସଙ୍କୁ ଧକ୍କା ଦେଇଥିଲେ। ଚିକିତ୍ସା ପାଇଁ ତାଙ୍କୁ ପିଆରଏମ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଦୁର୍ଘଟଣା ଘଟାଇଥିବା ବାଇକ୍ ଚାଳକଙ୍କୁ ପୋଲିସ ଅଟକ ରଖିଛି । ବାରିପଦା ସଦର ଏସ୍ଡିପିଓ କେ.କେ ହରିପ୍ରସାଦ, ଟାଉନଥାନା ଅଧିକାରୀ ଅଶୋକ କୁମାର ନାୟକ ପ୍ରମୁଖ ମେଡିକାଲରେ ପହଞ୍ଚି ଦୁଃଖ ପ୍ରକାଶ କରିଛନ୍ତି। ଏସଆଇ ଦାସଙ୍କ ମୃତ୍ୟୁରେ ମୟୂରଭଞ୍ଜ ଏସପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ଶୋକ ବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଦୁର୍ଘଟଣା ଘଟାଇଥିବା ବାଇକ୍ ଚାଳକଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍ପି କହିଛନ୍ତି।
ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ
କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…
ମଦ ପିଇ ବସ୍ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍ ଆନାଲାଇଜର୍ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍ ସସ୍ପେଣ୍ଡ ସହ…
ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…
ଫାସଡ୍ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍ପର…
ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍ ଶୁକତେଲ ନଦୀ…
ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…
ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…
ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍ଓ ନିଲମ୍ବିତ
ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…
ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…
ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…
ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…
ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…
ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…
ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…
Archives

