ଚେକିଂ ବେଳେ ଦୁର୍ଘଟଣା, ପୋଲିସ ଏସ୍‌ଆଇ ମୃତ

ବାରିପଦା ଅଫିସ,୧୯ା୧୧- ବାରିପଦା ଟାଉନ ଥାନା ପୋଲିସ ପକ୍ଷରୁ ତକତପୁରଠାରେ ଯାନବାହନ ଚେକିଂ ବେଳେ ସୋମବାର ସାରେ ଦୁର୍ଘଟଣା ଘଟିଛି। ଏଥିରେ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ଦୟାନିଧି ଦାସଙ୍କ ମୃତ୍ୟୁ ଘଟିଛି। ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନିକଟରେ ଯାନବାହନ ଚେକିଂ ବେଳେ ଜଣେ ବାଇକ୍‌ ଚାଳକ ଦ୍ରୁତ ଗତିରେ ଆସି ଏସ୍‌ଆଇ ଦାସଙ୍କୁ ଧକ୍କା ଦେଇଥିଲେ। ଚିକିତ୍ସା ପାଇଁ ତାଙ୍କୁ ପିଆରଏମ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଦୁର୍ଘଟଣା ଘଟାଇଥିବା ବାଇକ୍‌ ଚାଳକଙ୍କୁ ପୋଲିସ ଅଟକ ରଖିଛି । ବାରିପଦା ସଦର ଏସ୍‌ଡିପିଓ କେ.କେ ହରିପ୍ରସାଦ, ଟାଉନଥାନା ଅଧିକାରୀ ଅଶୋକ କୁମାର ନାୟକ ପ୍ରମୁଖ ମେଡିକାଲରେ ପହଞ୍ଚି ଦୁଃଖ ପ୍ରକାଶ କରିଛନ୍ତି। ଏସଆଇ ଦାସଙ୍କ ମୃତ୍ୟୁରେ ମୟୂରଭଞ୍ଜ ଏସପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ଶୋକ ବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଦୁର୍ଘଟଣା ଘଟାଇଥିବା ବାଇକ୍‌ ଚାଳକଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ…

ମାଟିର ମହକରେ ଫେରିଲା ଦେଶୀ ମଞ୍ଜି, ପ୍ରେରଣାଦାୟୀ ସାଜିଲେ ମହିଳା ଚାଷୀ, ହସିହସି କୁହନ୍ତି ଆମ ପରିବାରରେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): ବଦଳୁଥିବା କୃଷି ପଦ୍ଧତି ମଧ୍ୟରେ ଯେତେବେଳେ ଅନେକ ଚାଷୀ ହାଇବ୍ରିଡ୍‌ ମଞ୍ଜି ଓ ରାସାୟନିକ କୃଷି ଉପରେ ନିର୍ଭରଶୀଳ ହୋଇପଡ଼ିଛନ୍ତି, ସେତେବେଳେ କଳାହାଣ୍ଡି…

ଗ୍ରୀଡ୍‌ ସବ୍‌ଷ୍ଟେଶନ ଲୋକାର୍ପଣ କଲେ ଉପମୁଖ୍ୟମନ୍ତ୍ରୀ, କହିଲେ କୌଣସି ସ୍ଥାନରେ କିଛି…

ବରଗଡ଼,୧୨ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ କଲେଜ ନିକଟରେ ରବିବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ୩୩/୧୧ କେ.ଭି କ୍ଷମତା ସମ୍ପନ୍ନ ନୂତନ ଗ୍ରୀଡ୍‌…

ମୋବାଲରେ ପିଟି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ, ବୋହୂଙ୍କ ନାଁରେ ଅଭିଯୋଗ ଆଣି ଶ୍ୱଶୁର କହିଲେ ଏମିତି…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସ୍ବରାଜ ହସ୍ପିଟାଲରେ ରବିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗୀର ଚମିନିଭାଟି ପଡ଼ାର ସ୍ବପ୍ନେଶ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri